Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମଦ ବ୍ୟବସାୟୀଙ୍କ ଜବତ ଟଙ୍କାକୁ ନେଇ ଓଡିଶା ରାଜନୀତିରେ ଝଡ, ବିଜେଡି କଲା ସାଂଘାତିକ ଅଭିଯୋଗ
ବିଶେଷ ଖବର

ମଦ ବ୍ୟବସାୟୀଙ୍କ ଜବତ ଟଙ୍କାକୁ ନେଇ ଓଡିଶା ରାଜନୀତିରେ ଝଡ, ବିଜେଡି କଲା ସାଂଘାତିକ ଅଭିଯୋଗ

December 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମଦ ବ୍ୟବସାୟୀଙ୍କ ଜବତ ଟଙ୍କାକୁ ନେଇ ଓଡିଶା ରାଜନୀତିରେ ଝଡ, ବିଜେଡି କଲା ସାଂଘାତିକ ଅଭିଯୋଗ

ଭୁବନେଶ୍ବର: ଓଡିଶା ଓ ଝାଡଖଣ୍ଡ ମଦ ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ମିଳିବା ପରେ ବର୍ତ୍ତମାନ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ଝଡ। ଏତେ ଟଙ୍କା ସଂପୃକ୍ତ ବ୍ୟବସାୟୀଙ୍କ ବ୍ୟବସାୟରୁ ଆସିଛି ନା ତାହା ଆଉ କାହାର। ଏହାକୁ ନେଇ ଉଭୟ ବିଜେଡି ଓ ବିଜେପି ମଧ୍ୟରେ କାଦୁଅ ଫିଙ୍ଗା ଚାଲିଛି। ତେବେ ଝାଡଖଣ୍ଡର ଜଣେ କଂଗ୍ରେସ ସାଂସଦଙ୍କ ଭାଇଙ୍କର ଏହି ମଦ ବ୍ୟବସାୟ ହୋଇଥିବାରୁ ଓଡିଶା କଂଗ୍ରେସ ଚୁପ ରହିଛି।

ପ୍ରଥମେ ଏହି ମଦ ବ୍ୟବସାୟୀଙ୍କ ଜବତ ଟଙ୍କା ବିଜେଡିର ବୋଲି ବିଜେପି ଏକ ସାମ୍ବାଦିକ ସମ୍ମିଳନୀ କରି ପରୋକ୍ଷରେ ସୂଚନା ଦେଇଛି। ଦଳର ମୁଖପାତ୍ର ମନୋଜ ମହାପାତ୍ର ଏହି ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗୀର ନେତ୍ରୀ ତଥା ମନ୍ତ୍ରୀ ଟୁକୁନି ସାହୁଙ୍କୁ ଟାର୍ଗେଟ କରିଛି। ମନୋଜ ଟୁକୁନୀ ସାହୁଙ୍କ ସହିତ ସେହି ବ୍ୟବସାୟୀ ବସିଥିବାର ଫଟୋ ଦେଖାଇଛନ୍ତି। ସିଧା ବିଜେଡିକୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଏହି ଟଙ୍କା ବିଜେଡି ଆଗୁଆ ନିର୍ବାଚନ କରି ଖର୍ଚ୍ଚ କରିବା ପାଇଁ ମଦ ବ୍ୟବସାୟୀଙ୍କ ପାଖରେ ଗଚ୍ଛିତ ରଖିଥିଲା।

ମନୋଜ କହିଛନ୍ତି ଯେ, ବଲାଙ୍ଗୀର, ବରଗଡ ଏବଂ ସମ୍ବଲପୁରର ବିଜେଡି ନେତା ଏଥିରେ ସଂପୃକ୍ତି ରହିଛି। ହେଲେ ବିଜେଡି ଏହାକୁ ସଂପୂର୍ଣ୍ଣ ଖଣ୍ଡନ କରଛି। ଦଳର ମୁଖପାତ୍ର ଇପିସ୍ସିତା ସାହୁ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ବିଜେପି ମିଛ କହୁଛି। ସେ କହିଛନ୍ତି ଯେ, ଝାଡଖଣ୍ଡର ବିଜେପି ସେଠାରେ ଅଭିଯୋଗ କରିଛି ଯେ, ଏହି ଟଙ୍କା କଂଗ୍ରେସ ଦଳର। ହେଲେ ଓଡିଶା ବିଜେପି କହୁଛି ଏହା ବିଜେଡିର।

ତେଣୁ ବିଜେପି ନେତାଙ୍କ ମଧ୍ୟରେ ତାଳମେଳ ନାହିଁ ବୋଲି ବିଜେଡି ଅଭିଯୋଗ କରିଛି। ଦଳ କହିଛି ଯେ, ବିଜେପି ସାମ୍ବାଦିକ ସମ୍ମିଳନୀ କରିବା ପୂର୍ବରୁ ଝାଡଖଣ୍ଡ ବିଜେପିକୁ ପଚାରି ଦେଇଥିଲେ ଭଲ ହୋଇଥାଆନ୍ତା। ତେବେ ଇପସ୍ସିତା ଆଉ ଏକ ବଡ ଅଭିଯୋଗ କରିଛନ୍ତି। ତାହା ହେଲା ଯେ, ଜବତ ଟଙ୍କା ହେଉଛି ପଶ୍ଚିମ ଓଡିଶାର କେତେକ ବିଜେପି ନେତାଙ୍କର। ବର୍ତ୍ତମାନ ତଦନ୍ତ ଚାଲିଛି। ଏହି ତଦନ୍ତ ପରେ ପ୍ରକୃତ ରହସ୍ୟ ଫିଟିବ ବୋଲି ବିଜେଡି କହିଛି।

ତେବେ ପ୍ରକୃତରେ ଦେଖିବାକୁ ଗଲେ ଏପରି ବିପୁଳ ପରିମାଣର ଟଙ୍କା ମିଳିବା କେବଳ ଓଡିଶା ଝାଡଖଣ୍ଡ କାହିଁକି ସାରା ଦେଶରେ ଏହା ଏକ ଚର୍ଚ୍ଚା ବିଷୟ ପାଲଟିଛି। ଏପରିକି ଖୋଦ ପ୍ରଧାନମନ୍ତ୍ରୀ ଏହି ଖବରକୁ ନିଜ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେହିପରି ବହୁ ବିଜେପି ନେତା ଓ ମନ୍ତ୍ରୀ ଏହି ଟଙ୍କାକୁ ନେଇ କେବଳ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ହେଲେ କେହି ବିଜେଡିକୁ ସମାଲୋଚନା କରି ନାହାଁନ୍ତି।

ଆଇଟି ଚଢାଉ ଓଡିଶା ମଦ ବ୍ୟବସାୟୀ ନିର୍ବାଚନ ବିଜେଡି ବିଜେପି ମଦ ବ୍ୟବସାୟୀ
Share. Facebook Twitter LinkedIn Email WhatsApp Copy Link

Related Posts

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026
Latest News

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.