Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଉନ୍ନୟନ କମିଶନର ଅନୁଗର୍ଗ କଲେ ତାଗିଦ୍
ବିଶେଷ ଖବର

ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଉନ୍ନୟନ କମିଶନର ଅନୁଗର୍ଗ କଲେ ତାଗିଦ୍

December 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
AnuGarg
ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଉନ୍ନୟନ କମିଶନର ଅନୁଗର୍ଗ କଲେ ତାଗିଦ୍

ଭୁବନେଶ୍ୱର: ଆମ ବ୍ୟାଙ୍କ ଯୋଜନା, ମିଶନ ଶକ୍ତି ସ୍କୁଟର ଯୋଜନା, ଲକ୍ଷ୍ମୀ ଯୋଜନା, ବଳରାମ ଯୋଜନା, ମୋ ଘର ଯୋଜନା ଆଦି ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ କାର୍ଯ୍ୟକ୍ରମ। ସେଗୁଡିକର ଆଶାନୁରୂପ ସଫଳତା ଦିଗରେ ବ୍ୟାଙ୍କଗୁଡିକର ଅକୁଣ୍ଠ ଓ ନିଷ୍ଠାପର ସହଯୋଗଅ ପରିହାର୍ଯ୍ୟ । ତେଣୁ ବ୍ୟାଙ୍କଗୁଡିକ ସେସବୁ ଯୋଜନା ଉପରେ ଗୁରୁତ୍ୱାରୋପ କରିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଆହ୍ୱାନ ଦେଇଛନ୍ତିା

ଗତକାଲି ଲୋକ ସେବା ଭବନରେ ଆୟୋଜିତ ୧୭୩ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ରାଜ୍ୟର ଶତକଡ଼ା ୬୫ ଭାଗ ଗ୍ରାମ ପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ସେବା ଓ ଋଣ ଯୋଗାଇ ଦେବା ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହଯୋଗରେ ସେସବୁ ଗ୍ରାମପଞ୍ଚାୟତରେ ସିଏସ୍‌ପି (ପ୍ଲସ୍‌) ବ୍ୟାଙ୍କ ଆଉଟ୍‌ଲେଟ୍‌ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆମ ବ୍ୟାଙ୍କ ଯୋଜନାର ଶୁଭାରମ୍ଭ କରିଛନ୍ତି।

ଏହି ଯୁଗାନ୍ତକାରୀ ପଦକ୍ଷେପ ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଅବଦାନ ଅନସ୍ୱୀକାର୍ଯ୍ୟ ଓ ଅଭିନନ୍ଦନୀୟ। ୨୦୨୩ ମସିହା ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରାଜ୍ୟର କ୍ରେଡିଟ୍‌ ଜମା ଅନୁପାତ ୮୧.୪୪% ଥିବା ବେଳେ ତାହାକୁ ବୃଦ୍ଧି କରାଯାଇ ୮୧.୭୫% କରାଯାଇ ପାରିଥିବାରୁ ସେ ସନ୍ତୋଷ ବ୍ୟକ୍ତକରିଥିଲେ। ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ, ବ୍ୟାଙ୍କ, ଯୋଜନା ଓ ଜିଲ୍ଲାୱାରୀ ଋଣ ପ୍ରଦାନ କ୍ଷେତ୍ରରେ ପରିଲକ୍ଷିତ ବ୍ୟବଧାନ ହ୍ରାସ ନିମନ୍ତେ ଯତ୍ନବାନ ହେବାକୁ ସେ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଥିଲେ।

ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଆର୍ଥିକ ଅଭିବୃଦ୍ଧିହାର ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ପର୍ଯ୍ୟାପ୍ତ ଋଣ ପ୍ରଦାନ କରିବାକୁ ସେ ଆହ୍ୱାନ ଦେଇଥିଲେ। ବ୍ୟାଙ୍କଗୁଡ଼ିକ ଅଧିକଶାଖା ଓ ଅଧିକଏ.ଟି.ଏମ ଖୋଲିବା ଉପରେ ଗୁରୁତ୍ୱାରୋପ କରନ୍ତୁ ବୋଲି ସେ ପ୍ରକାଶ କରିଥିଲେ।

ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକର ଆବାହକ ଶ୍ରୀ ଗୌତମ ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଚେୟାରମ୍ୟାନ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ଶ୍ରୀ ବିଜୟ କୁମାରଏନ୍‌.କାମ୍ବଲେ, ଭାରତୀୟ ରିଜର୍ଭ ବ୍ୟାଙ୍କର ଆଂଚଳିକ ନିର୍ଦ୍ଦେଶକ ଶ୍ରୀ ଶାରଦା ପ୍ରସନ୍ନ ମହାନ୍ତି, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଶ୍ରୀ ଚନ୍ଦ୍ରଶେଖର ଶର୍ମା, ନାବାର୍ଡର ମୁଖ୍ୟ ମହାପ୍ରବନ୍ଧକ ଡ. ସୁଧାଂଶୁ କେ.କେ. ମିଶ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଉଦ୍‌ବୋଧନ ଦେଇଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ ପ୍ରମୁଖ ଶାସ ନସଚିବ ଶ୍ରୀଏସ୍‌.କେ. ବଶିଷ୍ଠ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଏସ୍‌.କେ. ଲୋହାନୀ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ସମେତ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀଏବଂ ବିଭିନ୍ନ ବ୍ୟାଙ୍କ ତଥା ଲିଡ୍‌ ବ୍ୟାଙ୍କର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଷୟ ଉପରେ ମତବ୍ୟକ୍ତ କରିଥିଲେ।

ଶେଷରେ ପାୱାରପଏଣ୍ଟ ମାଧ୍ୟମରେ ବ୍ୟାଙ୍କଗୁଡ଼ିକର ଉପଲବ୍ଧି ଓ ସଫଳତା ସମ୍ବନ୍ଧରେ ଆଲୋକପାତ କରାଯାଇ ଥିଲା।

AnuGarg SLBC ଅନୁ ଗର୍ଗ ଶ୍ରୀମତୀ ଅନୁ ଗର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026

ମେମୁ ଟ୍ରେନ୍ ସେବା ସମୟସୂଚୀରେ ପରିବର୍ତ୍ତନ

April 26, 2026

ବସ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

April 26, 2026
Latest News

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026

ମେମୁ ଟ୍ରେନ୍ ସେବା ସମୟସୂଚୀରେ ପରିବର୍ତ୍ତନ

April 26, 2026

ବସ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.