Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୧୩ ଲକ୍ଷ ଲୋକ
ବିଶେଷ ଖବର

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୧୩ ଲକ୍ଷ ଲୋକ

December 14, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
LaxmiBus

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ। ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି। ଲକ୍ଷ୍ମୀ ବସ୍‌ ସମସ୍ତଙ୍କୁ ଯୋଡିବା କାମ କରିବ। ପିଲାମାନଙ୍କୁ ସ୍କୁଲ କଲେଜ ନେବ। ରୋଗୀକୁ ହସ୍ପିଟାଲ ନେବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ମା’ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ଯିବାଆସିବା ପାଇଁ ସୁବିଧା ହେବ। ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଲକ୍ଷ୍ମୀ ବସ୍‌ ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁ ଗାଁରେ ବିକାଶର ଉତ୍ସବ ଚାଲିଛି। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। ବିକାଶ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇ ପଞ୍ଚାୟତଗୁଡିକ ବିକାଶ କାର୍ଯ୍ୟକ୍ରମର ପ୍ରାଣକେନ୍ଦ୍ର ପାଲଟିଛି। ଗାଁର ରୂପାନ୍ତର ସାରା ଓଡିଶାର ରୂପାନ୍ତର ପାଇଁ ରାସ୍ତା ଖୋଲିଛି। ଓଡିଶା ଆମ ସମସ୍ତଙ୍କର। ଏ ବିକାଶ ମଧ୍ୟ ଆମ ସମସ୍ତଙ୍କର ବୋଲି କହିବା ସହିତ ସମସ୍ତଙ୍କର ସହଯୋଗରେ ନୂଆ ଓଡିଶା ଗଠନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶା ବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍‌ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି। ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ସମସ୍ତଙ୍କୁ ଅନୁରୋଧ କରିଥିଲେ। କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସବୁକ୍ଷେତ୍ରରେ ବିକାଶର ଧାରା ଜାରି ରହିଛି । ଗାଁରୁ ସହର, ସବୁଠି ଆଜି ଦିଶୁଛି ବିକାଶର ଝଲକ । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳରେ ଯାତାୟତକୁ ସୁଗମ କରି ସମୃଦ୍ଧି ଆଣିବ । ଓଡିଶାକୁ ଭାରତର ଏକ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ପଟାଙ୍ଗୀ ବିଧାୟକ ଶ୍ରୀ ପିତମ ପାଢୀ, ଜୟପୁର ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପ୍ରଭୁ ଜାନି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପଡାଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଜିଲ୍ଲାର ପରିବହନ ବ୍ୟବସ୍ଥାରେ ବିରାଟ ରୂପାନ୍ତର ସହ ଜନସାଧାରଣଙ୍କ ଆର୍ଥିକ ବିକାଶରେ ଲକ୍ଷ୍ମୀ ଯୋଜନା ବିଶେଷ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ।

କଳାହାଣ୍ଡି କୋରାପୁଟ ଗଜପତି ନବରଙ୍ଗପୁର ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟ ମାଲକାନଗିରି ରାୟଗଡା ଲକ୍ଷ୍ମୀ ବସ୍ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

Odisha DA Hike Announced: ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

May 15, 2026

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ର ଆଦିତ୍ୟ ଆଲୁମିନିୟମ ସମ୍ପ୍ରସାରଣ ପ୍ରସ୍ତାବକୁ ଜନ ଶୁଣାଣୀରେ ମିଳିଲା ସମର୍ଥନ

May 15, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026
Latest News

ସପ୍ତାହରେ ଦୁଇଥର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି କରାଯିବ : ସୁପ୍ରିମକୋର୍ଟ

May 16, 2026

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ଆଜି ୧୬ ତାରିଖ ଶନିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.