Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ୧୦୦ ବର୍ଷର ସମସ୍ୟାର ସମାଧାନ ହେଲା ୧୦୦ ଦିନରେ
ବିଶେଷ ଖବର

ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ୧୦୦ ବର୍ଷର ସମସ୍ୟାର ସମାଧାନ ହେଲା ୧୦୦ ଦିନରେ

December 14, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଏକ ଯୁଗାନ୍ତକାରୀ ଦିବସ। ବିସ୍ଥାପିତ ଲୋକମାନଙ୍କର ୧୦୦ ବର୍ଷର ସମସ୍ୟାର ଅନ୍ତ ହୋଇଛି। ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତ ଲୋକମାନଙ୍କର ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି।

ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଗଷ୍ଟ ୨୦ ତାରିଖରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଗସ୍ତ ପରେ ସମାଧାନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିଲା। ଏମାନଙ୍କର ୧୮ଟି ରାଜସ୍ବ ଗ୍ରାମ ପାଇଁ ସର୍ଭେ ଆରମ୍ଭ ହୋଇଥିଲା। ଏଥିମଧ୍ୟରୁ ଆଜି ୭ଟି ଗାଁର ୮୬୬ଟି ପରିବାର ପାଇଁ ସର୍ଭେ ସଂପୂର୍ଣ୍ଣ କରାଯାଇ ଜମିପଟ୍ଟା ଦିଆଯାଇଛି। ବାକି ୧୧ଟି ଗାଁର ସର୍ଭେ ଚାଲିଛି। ଏହି ୧୧ଟି ଗାଁର ଖୁବଶୀଘ୍ର ୧୩୩୯ଟି ପରିବାର ଖୁବଶୀଘ୍ର ଜମିପଟ୍ଟା ପାଇବେ।

ସେହିପରି ଗଞ୍ଜାମ ଜିଲ୍ଲା ସୋରଡା ତହସିଲର ୨୨ଟି ଗାଁର ଜମି ୧୯୮୩ ମସିହାରେ ଜଳସଂପଦ ବିଭାଗ ନାମରେ ରେକର୍ଡ ହୋଇଥିଲା। ଆଜି ୧୭ଟି ଗାଁର ଜମି ରାଜସ୍ବ ବିଭାଗକୁ ଯାଇଛି ଏବଂ ସେଗୁଡିକର settlement ଚାଲିଛି। ଏମାନଙ୍କ ମଧ୍ୟରୁ ୯୬୨ ଜଣଙ୍କୁ ଆଜି ଘରଡିହ ପଟ୍ଟା ଓ ୭୦୦ ଜଣଙ୍କୁ ଜମିପଟ୍ଟା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିଛନ୍ତି। ଅଗଷ୍ଟ ମାସ ୨୬ ଓ ୨୭ରେ ୫-ଟି ଅଧ୍ୟକ୍ଷଙ୍କ ଗସ୍ତ ପରେ ଏଠାରେ ସର୍ଭେ କାମ ତ୍ବରାନ୍ବିତ କରାଯାଇ ସମସ୍ୟାର ସମାଧାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକ ଓ ହିତାଧିକାରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଁ ସବୁବେଳେ ନିଷ୍ଠାପର ଉଦ୍ୟମ କରିଆସିଛି । ଆପଣମାନଙ୍କ ଖୁସି ହିଁ ମୋର ସବୁଠାରୁ ବଡ ସଫଳତା।

ଜମିପଟ୍ଟା ପାଇବା ଦ୍ବାରା ଆପଣମାନେ ବିଭିନ୍ନ ସରକାରୀ କଲ୍ୟାଣ ଯୋଜନାରେ ସାମିଲ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ଗଞ୍ଜାମ ଜିଲ୍ଲାରେ ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପଟ୍ଟା ଦିଆଯାଇଥିଲା। ଖୁବଶୀଘ୍ର ଆଉ ୧୮ ହଜାର ହିତାଧିକାରୀ ଗ୍ରାମକଣ୍ଠ ପଟ୍ଟା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲଖନପୁର ଓ ସୋରଡା ତହସିଲର ଲୋକ ମାନଙ୍କ ବହୁ ଦିନର ଜମିବାଡି ସମସ୍ୟା ଦୂର ହୋଇଥିବାରୁ ସେ ନିଜେ ବହୁତ ଖୁସି ଅନୁଭବ କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ପାଇଁ ଆପଣମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି।

ସମସ୍ୟାର ସମାଧାନ ପ୍ରକ୍ରିୟା ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୋ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଆପଣଙ୍କ ଅଞ୍ଚଳକୁ ଯାଇ ଆପଣମାନଙ୍କୁ ଭେଟି ଥିଲେ ଓ ଆପଣମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ଏହାପରେ ସେ ମୋତେ ଆପଣମାନଙ୍କର ଏହି ସମସ୍ୟା ସଂପର୍କରେ ଅବଗତ କରାଇଥିଲେ। ସାଧାରଣ ଲୋକଙ୍କ ହିତ ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ତେଣୁ ଆପଣମାନଙ୍କ ହିତକୁ ଦୃଷ୍ଟିରେ ରଖି ଆମେ ଖୁବଶୀଘ୍ର ଏହାର ସମାଧାନ ପାଇଁ ନିଷ୍ପତ୍ତି ନେଇଥିଲୁ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଅଗଷ୍ଟ ୨୦ ତାରିଖରେ ଝାରସୁଗୁଡା ଏବଂ ଅଗଷ୍ଟ ୨୬ ଓ ୨୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତ କରି ସ୍ଥାନୀୟ ଲୋକମାନଙ୍କ ବିଭିନ୍ନ ସମସ୍ୟା ସହିତ ବିସ୍ଥାପିତ ମାନଙ୍କ ସମସ୍ୟା ସଂପର୍କରେ ମଧ୍ୟ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଏ ସଂପର୍କରେ ଆଲୋଚନା କରିବା ପରେ, ଏହିସବୁ ଜମି ଗୁଡିକର ତୁରନ୍ତ ସର୍ଭେ କରାଯାଇ ପଟ୍ଟା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

ଏହି ଅବସରରେ ୫-ଟି ଓ ନବୀନ ଓଡିଶା ଅଧକ୍ଷ ଭି କେ ପାଣ୍ଡିଆନ୍ କହିଥିଲେ ଯେ ସାଧାରଣ ଲୋକଙ୍କ ସ୍ଵାର୍ଥ ସର୍ବୋପରି ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ଉଦ୍ୟମ ଯୋଗୁଁ ବହୁ ବର୍ଷର ସମସ୍ୟା ସମାଧାନ ହୋଇପାରିଛି।

ଲଖନପୁର ରେ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଶ୍ରମ ମନ୍ତ୍ରୀ ସାରଦା ନାୟକ ଏହି ଜମି ସମସ୍ୟା ସମାଧାନ କୁ ଏକ ଐତିହାସକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଆସ୍କା ସଂସାଦ ପ୍ରମିଳା ବିଶୋଇ .ଝାରସୁଗୁଡ଼ା ବିଧାୟକ ଅଳକା ମହାନ୍ତି ଓ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ ପ୍ରମୁଖ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ର ଉଚ୍ଚ ପ୍ରଶଂସା କରିଥିଲେ।

ନବୀନ ପଟ୍ଟନାୟକ ପଟ୍ଟା ବଣ୍ଟନ ବିସ୍ଥାପିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026
Latest News

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026

ୟୁନିଭରସିଟି ଅଫ୍‍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍‍ ଆଣ୍ଡ ଟି  ମଧ୍ୟରେ ଏମ୍‍ଓୟୁରେ ସ୍ୱାକ୍ଷର

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.