Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ଷମତା ଲୋଭ ନାହିଁ କି ନିର୍ବାଚନରେ ଲଢେଇ କରିବି ନାହିଁ କହି ବିରୋଧୀଙ୍କ ମୁହଁ ବନ୍ଦ କଲେ ପାଣ୍ଡିଆନ
ବିଶେଷ ଖବର

କ୍ଷମତା ଲୋଭ ନାହିଁ କି ନିର୍ବାଚନରେ ଲଢେଇ କରିବି ନାହିଁ କହି ବିରୋଧୀଙ୍କ ମୁହଁ ବନ୍ଦ କଲେ ପାଣ୍ଡିଆନ

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ଷମତା ଲୋଭ ନାହିଁ କି ନିର୍ବାଚନରେ ଲଢେଇ କରିବି ନାହିଁ କହି ବିରୋଧୀଙ୍କ ମୁହଁ ବନ୍ଦ କଲେ ପାଣ୍ଡିଆନ

ଭୁବନେଶ୍ୱର: ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ ହେବେ। ଆଉ ମୁଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପଛରେ ୧୪୭ ନିର୍ବାଚନମଣ୍ଡଳୀରେ ଠିଆ ହେବି ବୋଲି କହିଛନ୍ତି ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ସର୍ବଭାରତୀୟ ପ୍ରଶାସନିକ ସେବା ପଦରୁ ସ୍ୱେଚ୍ଛାକୃତ ଅବସର ଓ ବିଜୁ ଜନତା ଦଳରେ ଯୋଗଦାନ ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ଅତ୍ୟନ୍ତ ସ୍ପଷ୍ଟ ଓ ପ୍ରାଞ୍ଜଳ ଭାବରେ ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅବସରରେ ଦଳର କର୍ମୀ ଓ କର୍ମକର୍ତ୍ତାଙ୍କ ସମ୍ମୁଖରେ ରଖିଛନ୍ତି ‘୫-ଟି’ ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ।

ସେ କହିଛନ୍ତି ଯେ ମୁଁ ଦୁଇଟି ଆଶୀର୍ବାଦ ପାଇଛି। ଗୋଟିଏ ହେଉଛି ମହାପ୍ରଭୁ ଜଗନ୍ନାଥଙ୍କ ସେବା ଓ ଅନ୍ୟଟି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇଛି ଓ ତାଙ୍କ ପ୍ରତି ମୁଁ ସମ୍ପୂର୍ଣ୍ଣ ସମର୍ପିତ। ମୁଁ ମୋର ଭବିଷ୍ୟତ ମହାପ୍ରଭୁ ଜଗନ୍ନାଥ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସମର୍ପଣ କରି ଦେଇଛି।

ସର୍ବଭାରତୀୟ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପରେ ଅନେକ ମୋ ସମ୍ପର୍କରେ ଅନେକ ଅତ୍ୟଧିକ ଉତ୍ସୁକତା ପ୍ରକାଶ କରିଛନ୍ତି। ମୁଁ ନିର୍ବାଚନ ଲଢ଼ିବି କି ନାହିଁ; ଯଦି ଲଢ଼ିବି କେଉଁଠୁ ଲଢ଼ିବି ତାକୁ ନେଇ ଚର୍ଚ୍ଚା ହେଉଛି। ମୋତେ ମଧ୍ୟ ଅନେକ ଏ ସମ୍ପର୍କରେ ପଚାରିଛନ୍ତି। ଦଳରେ ମୋତେ କି ପଦ ମିଳିବ ତାକୁ ନେଇ ଅନେକ ଆଲୋଚନା ଚାଲିଛି।

କେହିକେହି ମୋତେ ବିଭିନ୍ନ ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିବା ନିମନ୍ତେ ପ୍ରସ୍ତାବ ମଧ୍ୟ ଦେଇଛନ୍ତି। ମାତ୍ର ଏ ସମ୍ପର୍କରେ ଆପଣ ସମସ୍ତଙ୍କୁ ମୁଁ ଅତ୍ୟନ୍ତ ବିନମ୍ର ଭାବରେ ଗୋଟିଏ ଉତ୍ତର ଦେବି। ମୁଖ୍ୟମନ୍ତ୍ରୀଙ୍କ ନିକଟରେ କାମ କରିବାକୁ ମୋର ସୌଭାଗ୍ୟ ମନେ କରୁଛି। ଆଗାମୀ ନିର୍ବାଚନରେ ରାଜ୍ୟର ସବୁ ୧୪୭ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ତାଙ୍କ ସହ ଠିଆ ହେବି।

ବିଜୁ ଜନତା ଦଳକୁ ଅଧିକ ସୁଦୃଢ଼ କରି ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବାକୁ କାର୍ଯ୍ୟ କରିବି। ଏହି ପରିବାରରେ ମୁଁ ଓଡ଼ିଶା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କାର୍ଯ୍ୟ କରିବାର ପ୍ରତ୍ୟକ୍ଷ ସୁଯୋଗ ପାଇଛି। ଦଳର ଲକ୍ଷଲକ୍ଷ କର୍ମୀଙ୍କ ପାଇଁ କାମ କରିବାକୁ କେବେ ସୁଯୋଗ ମିଳି ନ ଥିଲା, ଏବେ ତାହା ମୋତେ ମିଳିଛି।

ଏବେ ସରକାର ଓ ଲୋକଙ୍କ ସେବାରେ ଯେଉଁ ରୂପାନ୍ତରୀକରଣ ଆସିଛି ତାହା ସୁଉଚ୍ଚ ହେବାର ପ୍ରତିଶ୍ରୁତି ଦେଉଛି ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ।

pandian Pandian in BJD Meeting କାର୍ତ୍ତିକ ପାଣ୍ଡିଆନ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.