Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ, ପାଣ୍ଡିଆନଙ୍କ ଗସ୍ତ ପରେ ନବୀନଙ୍କ ନିଷ୍ପତି
ବିଶେଷ ଖବର

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ, ପାଣ୍ଡିଆନଙ୍କ ଗସ୍ତ ପରେ ନବୀନଙ୍କ ନିଷ୍ପତି

December 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଜିଲ୍ଲାରେ
ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ, ପାଣ୍ଡିଆନଙ୍କ ଗସ୍ତ ପରେ ନବୀନଙ୍କ ନିଷ୍ପତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣୀ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।

ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର ବୁଦ୍ଧିସାହି, ରେବଣା-ନୂଆଗାଁ ଓ ବଡ ଦିଆଣ୍ଡି, କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦା, ଖୋଲାମୁହାଣ ଓ ବାଲିନାସୀ, କଣାସ ବ୍ଲକର ନନ୍ଦିଗୋଡା ଓ ପୁରୀ ସଦର ବ୍ଲକର ରାଇଗୋରଡା ଓ ନୂଆପଡା ଗ୍ରାମବାସୀ ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପୁରୀ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ଭିକେପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Latest News

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.