Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ଅଧ୍ୟକ୍ଷଙ୍କ ହିଞ୍ଜିଳି ଗସ୍ତ: ଆସନ୍ତା ଏକ ବର୍ଷ ମଧ୍ୟରେ ୯୯ ପ୍ରତିଶତ ଚାଷ ଜମିକୁ ଦିଆଯିବ ଜଳସେଚନ ସୁବିଧା
ବିଶେଷ ଖବର

୫-ଟି ଅଧ୍ୟକ୍ଷଙ୍କ ହିଞ୍ଜିଳି ଗସ୍ତ: ଆସନ୍ତା ଏକ ବର୍ଷ ମଧ୍ୟରେ ୯୯ ପ୍ରତିଶତ ଚାଷ ଜମିକୁ ଦିଆଯିବ ଜଳସେଚନ ସୁବିଧା

December 16, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ହିଞ୍ଜିଳିବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି ।

ଆଜି ଅପରାହ୍ନରେ ଶ୍ରୀ ପାଣ୍ଡିଆନ୍ ସର୍ବ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି। ଏହି ରୂପାନ୍ତର ଠିକ୍‌ ସମୟରେ ଶେଷ ହୋଇ ଥିବାରୁ  ସେ ଅଧିକାରୀ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ।

ସେହିଠାରୁ ସାରୁ ଛକ ଏବଂ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ସହିତ ସ୍ବାଗତ ଜଣାଇଥିଲେ ।

ଶ୍ରୀ ପାଣ୍ଡିଆନ୍ ହିଞ୍ଜିଳିକାଟୁ ମିନି  ଷ୍ଟାଡିୟମ୍ ଠାରେ ହିଞ୍ଜିଳିକାଟୁ, ଶେରଗଡ ବ୍ଲକ୍ ଏବଂ ହିଞ୍ଜିଳିକାଟୁ ପୌରପରିଷଦ ଅଞ୍ଚଳ ସ୍ଥିତ ମହାବିଦ୍ୟାଳୟର ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ  । ସେହିଠାରୁ ବିଜୁ ପଟ୍ଟନାୟକ ଛକ ନିକଟରେ ସ୍ଥାପିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  । ଖଣ୍ଡରା ଛକ, ବୁରୁପଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଛକ, ମାରୁଡି ଛକ, ଗୋବିନ୍ଦପୁର, ପଥରାଭାଜି ଛକ, ସୁନାଥର ଛକ, ଶୋଳଷଳା ଛକ, ତାକରଡା, ଶେରଗଡ ଚାରିଛକ ଠାରେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା, ଲୋକପ୍ରତିନିଧି ଓ ସମର୍ଥକଗଣ ତାଙ୍କର ଏହି ଗସ୍ତକୁ ସ୍ବାଗତ ଜଣାଇ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ  ।

ଶେରଗଡସ୍ଥିତ ଗ୍ରାମ୍ୟ ଶିଳ୍ପ ପାର୍କ ଠାରେ ମିଶନ୍ ଶକ୍ତି ମା ମାନଙ୍କ ସହିତ ସେମାନଙ୍କ ଜୀବନ ଜୀବିକା  ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ  । ଗ୍ରାମ୍ୟ ଶିଳ୍ପ ପାର୍କର ରଣନୀତି ଓ ବିଭିନ୍ନ ସମସ୍ୟାର ସମାଧାନ କରି ଗ୍ରାମାଞ୍ଚଳରେ ବଜାର ଦ୍ବାରା ପରିଚାଳିତ ଜୀବିକା ସୁଯୋଗ ସମ୍ପର୍କରେ ସେ ଆଲୋଚନା କରିଥିଲେ  ।

ଉଦ୍ୟୋଗୀ ମାନଙ୍କୁ ଶିଳ୍ପ କ୍ଷେତ୍ରରେ ପ୍ରେରଣା, ଚାକିରୀ ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଅର୍ଥ ନୈତିକ ଉନ୍ନତିର ବିକାଶ ଧାରା କିଭଳି ବୃଦ୍ଧି ହେବ ସେଥି ନିମନ୍ତେ ଉଦ୍ଦିଷ୍ଟ ଗ୍ରାମ୍ୟ ଶିଳ୍ପ ନିମନ୍ତେ ପ୍ରୋତ୍ସାହିତ କରିଥିଲେ  । ପୋଷାକ ତିଆରି କରିବା ୟୁନିଟ୍, ବଫେ କପ୍ ପ୍ଲେଟ୍ ପ୍ରସ୍ତୁତ ୟୁନିଟ୍, ଫୁଲଚାଷ, ବିୟୁଟି ପାର୍ଲର, ମକା ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍, ତୈଳ ଉତ୍ପାଦନ ୟୁନିଟ୍, ବେକରି ୟୁନିଟ୍, ଜୋତା ପ୍ରସ୍ତୁତ ୟୁନିଟ୍ ର କାର୍ଯ୍ୟରତ ସଭ୍ୟା ଏବଂ ଏହି କାର୍ଯ୍ୟରେ ଯୋଡି ହେବାକୁ ଯାଉଥିବା ସଭ୍ୟା ମାନଙ୍କ ସହିତ ଆଲୋଚନା କରିଥିଲେ  ।

ଶେରଗଡ ବ୍ଲକ୍ କାର୍ଯ୍ୟାଳୟ ଠାରେ   ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍ ଅଞ୍ଚଳର ହିତାଧିକାରୀ କୃଷକ  ମାନଙ୍କ ସହିତ ସେମାନଙ୍କ ଚାଷ ଜମିରେ ଜଳ ଯୋଗାଣ ସମ୍ପର୍କରେ ଆଲୋଚନା କରିଥିଲେ  । ଚାଷୀ ମାନଙ୍କର ବୃହତ୍ତର ସ୍ୱାର୍ଥ ସାଧନ ତଥା ରୋଜଗାର ବୃଦ୍ଧି ଓ କର୍ମ ସଂସ୍ଥାନ ନିମନ୍ତେ ଅନ୍ୟ ରାଜ୍ୟକୁ ପଳାୟନ ରୋକିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପ୍ରତି ଏକର ଜଳସେଚନ ସୁନିଶ୍ଚିତ କରାଇବା ପାଇଁ ଏକ ଯୁଗାନ୍ତକାରୀ  ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ କହିଥିଲେ ।

ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧ ବର୍ଷ ମଧ୍ୟରେ ୧୮୬.୪୭ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ଜରିଆରେ ଜଳସେଚିତ ଜମିର ପରିମାଣ ୯୩୧୪ ହେକ୍ଟରରୁ ୧୪୧୭୩ ହେକ୍ଟର ଅର୍ଥାତ୍ ଶତକଡା ୫୯.୫୧ରୁ ୯୦.୫୬ ହେକ୍ଟର କୁ ବୃଦ୍ଧି ନିମନ୍ତେ ୬୬ଟି ପ୍ରକଳ୍ପ ମାଧ୍ୟମରେ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ କାର୍ଯ୍ୟକାରୀ କରାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି  । ସେଥିମଧ୍ୟରୁ ବୃହତ୍ ଓ ମଧ୍ୟମ ଜଳସେଚନ ମାଧ୍ୟମରେ ୨୬୫୨ ହେକ୍ଟର, ହରଭଙ୍ଗୀ ଜଳସେଚନ ପ୍ରକଳ୍ପ ଦ୍ବାରା ଭୂତଳ ପାଇପ୍ ଲାଇନ୍ କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୩୩ଟି ପ୍ରକଳ୍ପ, ବୃହତ୍ ଉଠା ଜଳସେଚନ ମାଧ୍ୟମରେ ୧୦୦୦ ହେକ୍ଟର ଓ ଉଠା ଜଳସେଚନ ୩୧ଟି ପ୍ରକଳ୍ପ ମାଧ୍ୟମରେ ୬୫୨ ହେକ୍ଟର ଜମିକୁ ଜଳସେଚନର ସୁବିଧା ଦିଆଯିବ। ସମୁଦାୟ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହାଦ୍ଵାରା ଶେରଗଡ ବ୍ଲକର ପ୍ରାୟ ୧୦ ହଜାର ଚାଷୀ ଉପକୃତ ହୋଇପାରିବେ।

୨ୟ ପର୍ଯ୍ୟାୟରେ ଅବଶିଷ୍ଟ  ଜମିକୁ ବିଭିନ୍ନ ଉଠା ଜଳସେଚନ ଯୋଜନା ଦ୍ୱାରା ଜଳସେଚନ କରାଯାଇ ଶତ ପ୍ରତିଶତ ଲକ୍ଷ୍ୟ ଖୁବ୍ ଶୀଘ୍ର ହାସଲ କରାଯିବ ।

ସେହିପରି ହିଞ୍ଜିଳି ପଞ୍ଚାୟତ ସମିତି ଅନ୍ତର୍ଗତ ୧୪୪୭୦ ହେକ୍ଟର ଚାଷୋପଯୋଗୀ ଜମି ମଧ୍ୟରୁ ୧୩,୭୭୯ ହେକ୍ଟର ତଥା ୯୫.୨୨ ଶତକଡା ଅଂଶ ଜମି ବିଭିନ୍ନ ଉତ୍ସ ମାଧ୍ୟମରେ ଜଳ ସେଚିତ ହେଉଅଛି  । ଅବଶିଷ୍ଟ ୬୯୧ ହେକ୍ଟର ଚାଷ ଜମି ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୬୨୧ ହେକ୍ଟର ଜମିକୁ ବିଭିନ୍ନ ବିଭାଗ ଜରିଆରେ ତଥା ବୃହତ୍ ଓ ମଧ୍ୟମ ଜଳସେଚନ ଯୋଜନା ମାଧ୍ୟମରେ ୨୧୯ ହେକ୍ଟର, କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୧୧୦ ହେକ୍ଟର ଓ ଉଠା ଜଳସେଚନ ମାଧ୍ୟମରେ ୨୯୨ ହେକ୍ଟର ଏହିପରି ମୋଟ ଶତକଡା ୯୯.୫୦ ଭାଗ ଅଂଶରେ ଜଳସେଚନ ଯୋଗାଇ ଦେବାପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟ ନିର୍ଦ୍ଦେଶ ଦେଇଛନ୍ତି  ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଏଥି ନିମନ୍ତେ ୨୦.୪୫ କୋଟି ବ୍ୟୟ କରାଯାଇ ମୋଟ ୧୩ ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ୩୭ଟି ପ୍ରକଳ୍ପ ଜରିଆରେ ଲକ୍ଷ୍ୟ ହାସଲ କରାଯିବ  । ଏହା ଦ୍ଵାରା ହିଞ୍ଜିଳି ବ୍ଲକର ପ୍ରାୟ ୨୦୦୦ ଚାଷୀ ଉପକୃତ ହେବେ। ଏହି କାର୍ଯ୍ୟ ଯେଭଳି ଉନ୍ନତ ମାନର ହେବ ଏବଂ ନିର୍ଦ୍ଧାରିତ ସମୟରେ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ  । ଉଭୟ ବ୍ଲକ୍‌ରେ ୨୦୭ କୋଟି ଟଙ୍କା ବ୍ୟୟରେ ୧୦୨ଟି ଜଳସେଚନା ପ୍ରକଳ୍ପ କରାଯିବ ବୋଲି ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି।

ଶେରଗଡ ଠାରୁ ବ୍ରହ୍ମପୁର ଗସ୍ତ ମଧ୍ୟରେ ଅଲାରଗଡ ଛକ, ପିପିଏମ୍ ପୁର ଗ୍ରାମ୍ୟ ଛକ, ରଙ୍ଗୁଣୀ ପାଲି ଗ୍ରାମ୍ୟ ଛକ, ବଡଖଣ୍ଡି ଆବାସ କଲୋନୀ ଛକ, ସମରଝୋଳ କାଳୀ ମନ୍ଦିର ଛକ, କୁକୁଡାଖଣ୍ଡି ଛକ, ଫାଷ୍ଟ ଗେଟ୍ ଛକ, ବିଜୁ ପଟ୍ଟନାୟକ ପାର୍କ ଠାରେ ବିପୁଳ ସ୍ଥାନୀୟ ଜନ ସାଧାରଣ ଓ ଲୋକ ପ୍ରତିନିଧି ଶ୍ରୀ ପାଣ୍ଡିଆନଙ୍କ ଏହି ଗସ୍ତକୁ ସ୍ବାଗତ ଜଣାଇବା ସହିତ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ  ।

ଶ୍ରୀ ପାଣ୍ଡିଆନ୍ ବ୍ରହ୍ମପୁର ଠାରେ ଅବସ୍ଥିତ ମା’ ବୁଢୀ ଠାକୁରାଣୀ ମନ୍ଦିର ଗସ୍ତ କରିଥିଲେ  । ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ସକାଶେ ୧୮.୯୧ କୋଟି ବ୍ୟୟରେ ମନ୍ଦିର ରେଖା ଦେଉଳ ଶୈଳୀରେ, ତିନିପାର୍ଶ୍ବ ମନ୍ଦିର ପିଢା ଦେଉଳ ଶୈଳୀରେ ନିର୍ମାଣ ହେବାକୁ ଥିବା କାର୍ଯ୍ୟ ଏବଂ ମୁଖ୍ୟ ଫାଟକର ନିର୍ମାଣ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବ ତାହା ସମୀକ୍ଷା କରି ଏହି କାର୍ଯ୍ୟ ଯଥାଶୀଘ୍ର ତ୍ବରାନ୍ବୀତ କରିବା ପାଇଁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ  ।

୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍  ଏହି ଗସ୍ତ ସମୟରେ ଜିଲ୍ଲାର ବହୁ ଲୋକ ପ୍ରତିନିଧି, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଓ ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

ଚାଷ ଜମି ଜଳସେଚନ ସୁବିଧା ନବୀନ ଓଡିଶା ଅଧ୍ୟକ୍ଷ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026

ମଧ୍ୟପ୍ରଦେଶରେ ବଡ଼ ଦୁର୍ଘଟଣା: ଅଗ୍ନିକାଣ୍ଡ ଗୁଜବ ପରେ ଟ୍ରେନ୍ ରୁ ଡେଇଁ ୬ ଯାତ୍ରୀ ମୃତ

June 14, 2026

ଦିଦିଙ୍କ ହାତରୁ ଖସିବ କି ଟିଏମସି?: ଆସନ୍ତାକାଲି ପୃଥକ ଗୋଷ୍ଠୀ ଦାବି କରିବେ ବିଦ୍ରୋହୀ ସାଂସଦ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026
Latest News

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଆଜି ରଜ ସଂକ୍ରାନ୍ତିରେ ଏହି ସାତୋଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.