Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

December 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ଶ୍ରୀ ପାଣ୍ଡିଆନ ଏହି ଅନୁରୋଧ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ  ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ। ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ। ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଗଭୀର କୃତଜ୍ଞତା ବ୍ୟକ୍ତ କରିଛନ୍ତି।

ଧାମନଗର ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026
Latest News

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026

ୟୁନିଭରସିଟି ଅଫ୍‍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍‍ ଆଣ୍ଡ ଟି  ମଧ୍ୟରେ ଏମ୍‍ଓୟୁରେ ସ୍ୱାକ୍ଷର

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.