Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୟୁରଭଂଜ ଗସ୍ତରେ ଭି.କେ. ପାଣ୍ଡିଆନ: ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ କଲେ ମତବିନିମୟ
ବିଶେଷ ଖବର

ମୟୁରଭଂଜ ଗସ୍ତରେ ଭି.କେ. ପାଣ୍ଡିଆନ: ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ କଲେ ମତବିନିମୟ

December 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ମୟୁରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ କରିଛନ୍ତି।

ବାରିପଦାଠାରେ ବିଶ୍ବବିଦ୍ୟାଳୟ ପଡିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ନୂଆ ଓଡିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀ ମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି। ଏହି କାର୍ଯ୍ୟକ୍ରମ ଦ୍ବାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ବର ବିକାଶରେ ମଧ୍ୟ ଏହା ସହାୟକ ହେବ। ଏହାସହିତ ପାଠପଢାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ ବୋଲି ପାଣ୍ଡିଆନ୍ ମତ ଦେଇ    ପ୍ରାଚୀନ ଗୁରୁ ଶିଷ୍ୟ ପରମ୍ପରାର ଉଦାହରଣ ଦେଇଥିଲେ।

ଏହାପରେ ସେ ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ବାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ସମୀକ୍ଷାରୁ ଜଣାଯାଇଥିଲା ଯେ ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ବାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ବରାନ୍ବିତ କରିବା ପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍‌ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଶ୍ରୀ ପାଣ୍ଡିଆନଙ୍କ ମୟୁରଭଂଜକୁ ପୂର୍ବରୁ କରିଥିବା ଗସ୍ତ ପରେ ଆରମ୍ଭ ହୋଇଥିବା କେତେକ ପ୍ରକଳ୍ପର ମଧ୍ୟ ସେ ସମୀକ୍ଷା କରିଥିଲେ।

ଉନ୍ନୟନମୂଳକ କାମ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.