Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି
ବିଶେଷ ଖବର

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି

December 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତା୨୬.୧୨.୨୦୧୭ରିଖରେ ଆୟୋଜିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କ୍ରମେ ୨୦୨୪ ମସିହା ଫେବୃଆରୀ ମାସରେ ତିନି ଦିନ ବ୍ୟାପି ରାଜ୍ୟ ରାଜଧାନୀ ଭୁବନେଶ୍ୱର ଠାରେ ପ୍ରଥମ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ଆୟୋଜନ କରାଯିବା ନିମନ୍ତେ ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ନିଷ୍ପତ୍ତି ଅନୁସାରେ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ” ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ଆୟୋଜନ କରାଯିବ । ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ। ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥ‌ିରେ ବ୍ୟାପକ ଭାବେ ସାମିଲ କରାଯିବ। ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ। ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ/ ବିଶ୍ୱବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ।

ଏହି “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ଆୟୋଜନ ଦ୍ୱାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଏତଦ୍ ବ୍ୟତୀତ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢିଙ୍କ ପାଇଁ ଓଡ଼ିଆ ଭାଷାର ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନରେ ଉକ୍ତ ସମ୍ମିଳନୀର ପ୍ରଭାବ ସୁଦୂର ପ୍ରସାରୀ ହୋଇପାରିବ।

ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟ ବୈଠକର ଏହି ନିଷ୍ପତ୍ତି ପରେ ପରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର୍.କାର୍ତ୍ତିକେୟନ ଏ ସଂପର୍କରେ ଗଣମାଧ୍ୟମକୁ ବିଶଦ୍ ସୂଚନା ପ୍ରଦାନ କରିଥିଲେ।

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.