Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଜୀକୃତ ଗୋଶାଳାକୁ ୮ କୋଟି ୧୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ରାଜ୍ୟ ସରକାର
ବିଶେଷ ଖବର

ପଞ୍ଜୀକୃତ ଗୋଶାଳାକୁ ୮ କୋଟି ୧୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

December 21, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପଞ୍ଜୀକୃତ ଗୋଶାଳାକୁ ୮ କୋଟି ୧୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ବୁଲା ଗାଈଗୋରୁଙ୍କ ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ରହିଛି। ଗୋରୁଙ୍କ ସମାଜ ପ୍ରତି ମୂଲ୍ୟବାନ ଅବଦାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସେମାନଙ୍କ ନିରାପଦ ଆଶ୍ରୟସ୍ଥଳ ନିମନ୍ତେ ନୂତନ ଗୋଶାଳା ନିର୍ମାଣ ପାଇଁ ବିଭିନ୍ନ ବେସରକାରୀ ସଂସ୍ଥା ଏବଂ ପ୍ରାଣୀ କଲ୍ୟାଣକାରୀ ସଂସ୍ଥାକୁ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି। ଏଥି ସହିତ ପଞ୍ଜୀକୃତ ଗୋଶାଳାରେ ଗୋରୁମାନଙ୍କର ଯନି ଓ ରକ୍ଷଣାବେକ୍ଷଣ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି।

ଏହି ପରିପ୍ରେକ୍ଷୀରେ ଅଧିକରୁ ଅଧିକ ପ୍ରାଣୀ କଲ୍ୟାଣ ସଂସ୍ଥା ସରକାରୀ ସହାୟତାର ସୁଯୋଗନେଇ ଆଗେଇ ଆସି ରାଜ୍ୟରେ ପ୍ରାଣୀ କଲ୍ୟାଣ କାର୍ଯ୍ୟକ୍ରମକୁ ଏକ ନୂତନ ଉଚ୍ଚତାରେ ପହଞ୍ଚାଇବେ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି ଏହି କ୍ରମରେ କୃଷିଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର ୫୯ଗୋଟି ପଞ୍ଜୀକୃତ ଗୋଶାଳାକୁ ୮ କୋଟି ୧୧ ଲକ୍ଷରୁ ଊଦ୍ଧ୍ୱର୍ ଟଙ୍କାର ସହାୟତା ରାଶି ବଣ୍ଟନ କରିବା ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ ବୁଲା ଗାଈଗୋରୁଙ୍କ ଏକମାତ୍ର ନିରାପଦ ଆଶ୍ରୟସ୍ଥଳ ହେଉଛି ଗୋଶାଳା। ପ୍ରାଣୀକଲ୍ୟାଣ ପାଇଁ ପ୍ରତିବଦ୍ଧ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବୁଲା ଓ ଅସହାୟ ପ୍ରାଣୀଙ୍କ ହିତ ପାଇଁ ଗୋଶାଳାକୁ ପ୍ରଦାନ କରାଯାଉଥିବା ସହାୟତା ରାଶିର ପରିମାଣକୁ ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଦୁଇଗୁଣ କରିଛନ୍ତି।

ଚଳିତବର୍ଷ ଏହି ସହାୟତା ରାଶି ୫ କୋଟି ଟଙ୍କାରୁ ୧୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ପ୍ରତି ଗୋରୁପିଛା ଖାଦ୍ୟ ଓ ରକ୍ଷଣାବେକ୍ଷଣ ପାଇଁ ଗତ ବର୍ଷର ସହାୟତା ରାଶି ୧୬ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।
ଏଥି ସହିତ ଗୋଶାଳାରେ ଜିଆଖତ ପ୍ରସ୍ତୁତି ନିମନ୍ତେ ଗୋଧନ କେନ୍ଦ୍ର ପ୍ରତିଷ୍ଠା କରି ସେଥିରୁ ଉପାର୍ଜିତ ଅର୍ଥ ଓ ଅନ୍ୟାନ୍ୟ ଦ୍ରବ୍ୟ ବିକ୍ରିକରି ଗୋଶାଳାଗୁଡିକର ଆର୍ଥିକ ଉନ୍ନତି ହୋଇପାରିବ।

ସେଥିପାଇଁ ଗୋଧନ କେନ୍ଦ୍ର ପ୍ରତିଷ୍ଠାକୁ ବିଭାଗ ପକ୍ଷରୁ ପ୍ରାଧାନ୍ୟ ଦିଆଯାଇଛି। ପ୍ରତି ଗୋଶାଳାରେ ଗୋଧନ କେନ୍ଦ୍ର ପ୍ରତିଷ୍ଠା ପାଇଁ ଖର୍ଚ୍ଚର ୫୦ ପ୍ରତିଶତ ସହାୟତା ତଥା ସର୍ବୋଚ୍ଚ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଶ୍ରୀ ସ୍ୱାଇଁ କହିଛନ୍ତି। ଚଳିତ ବର୍ଷ ଏଥି ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥି ସହିତ ଗୋଶାଳାରେ ଗୋରୁମାନଙ୍କ ଚିକିତ୍ସା ନିମନ୍ତେ ସ୍ଥାନୀୟ ପ୍ରାଣୀ ଚିକିତ୍ସକମାନେ ନିୟମିତ ପରିଦର୍ଶନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

କାର୍ଯ୍ୟକ୍ରମରେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଲେ ଆଜିର କାର୍ଯ୍ୟକ୍ରମରେ ଗୋଶାଳାକୁ ସହାୟତା ରାଶି ବଣ୍ଟନ ସହିତ ଗୋଶାଳାଗୁଡିକ ଜିଆଖତ ଉତ୍ପାଦନ ନିମନ୍ତେ କିପରି ଗୋଧନ କେନ୍ଦ୍ର ପ୍ରତିଷ୍ଠା କରିବେ ସେ ବିଷୟରେ ସଚେତନତା କରାଯାଇଛି। ଏହା ଦ୍ୱାରା ଗୋବର ଓ ଗୋମୁତ୍ର ଆଦି ବର୍ଜ୍ୟବସ୍ତୁର ସୁପରିଚାଳନା ହେବ ଓ କୃଷି କାର୍ଯ୍ୟ ପାଇଁ ଆବଶ୍ୟକ ଜିଆଖତ ସୃଷ୍ଟି ହୋଇ ପାରିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଚଳିତ ବର୍ଷରେ ପଞ୍ଜୀକୃତ ଗୋଶାଳାର ରକ୍ଷଣାବେକ୍ଷଣ ଓ ଗୋରୁମାନଙ୍କ ଯନି ନିମନ୍ତେ ୧୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏଥିରୁ ୯ କୋଟି ଟଙ୍କା ପଞ୍ଜୀକୃତ ଗୋଶାଳାଗୁଡିକୁ ସହାୟତା ରାଶି ବ୍ୟୟ ବରାଦ ବ୍ୟବସ୍ଥା ହୋଇଥିବାବେଳେ ୧ କୋଟି ଟଙ୍କା ଅନୈତିକ ଗୋଚାଲାଣରେ ଜବତ ଓ ଦୁର୍ଘଟଣାଗସ୍ତ ଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ଖର୍ଚ୍ଚ କରାଯିବ। ଏଥି ସହିତ ରାଜ୍ୟରେ ନୂତନ ଭାବେ ଗୋଶାଳା ପ୍ରତିଷ୍ଠା ପାଇଁ ଆଗ୍ରହୀ ସଂସ୍ଥାଗୁଡିକୁ ୨୦ ଲକ୍ଷରୁ ୫୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତାର ବ୍ୟବସ୍ଥା ରହିଛି।

ଏଥିରେ ୫୦ ରୁ ୧୫୦ ପର୍ଯ୍ୟନ୍ତ ଅସହାୟ ଗୋରୁଙ୍କ ନିମନ୍ତେ ଆଶ୍ରୟସ୍ଥଳ ନିର୍ମାଣ କରାଯିବ।ନୂତନ ଗୋଶଳା ନିର୍ମାଣ ନିମନ୍ତେ ବର୍ତ୍ତମାନ ପର୍ଯ୍ୟନ୍ତ ୨୭ ଗୋଟି ସଂସ୍ଥାକୁ କାର୍ଯ୍ୟାଦେଶ ପତ୍ର ଦିଆଯାଇଛି ଓ ସେ ବାବଦକୁ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରମାଶିଷ ହାଜରା ସ୍ୱାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ରାଜ୍ୟରୁ ଆସିଥିବା ଗୋଶାଳାର କର୍ମଜୀବୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଗୋଶାଳା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରଣେନ୍ଦ୍ର ପ୍ରତାପ ସ୍ବାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Latest News

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.