Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଏସକେୱାଇ ର କଳେବର ବୃଦ୍ଧି, ସାମିଲ ହେଲେ ୮୧୬ ଘରୋଇ ସୁପର ସ୍ପେସିଆଲିଟି ହସ୍ପିଟାଲ
ବିଶେଷ ଖବର

ବିଏସକେୱାଇ ର କଳେବର ବୃଦ୍ଧି, ସାମିଲ ହେଲେ ୮୧୬ ଘରୋଇ ସୁପର ସ୍ପେସିଆଲିଟି ହସ୍ପିଟାଲ

December 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଏସକେୱାଇ ର କଳେବର ବୃଦ୍ଧି, ସାମିଲ ହେଲେ ୮୧୬ ଘରୋଇ ସୁପର ସ୍ପେସିଆଲିଟି ହସ୍ପିଟାଲ

ଭୁବନେଶ୍ବର: ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଦିଗରେ ଓଡ଼ିଶା ସରକାରଙ୍କ ଅନନ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ )ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଯୋଜନାରେ ସହଭାଗୀ ହସ୍ପିଟାଲଙ୍କ ସଂଖ୍ୟା ଏବଂ ଚିକିତ୍ସା ବାବଦ ବିନିଯୋଗ ଅର୍ଥରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ଡି ବୃନ୍ଦାଙ୍କ ଆଭ୍ୟନ୍ତରୀଣ ସମୀକ୍ଷା ବୈଠକରୁ ଏହା ଜଣାପଡିଛି।

ସୋସାଇଟିର ସଭାଗୃହ ଠାରେ ଅନୁଷ୍ଠିତ ଏହି ବୈଠକରେ ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ଶୁଭାନନ୍ଦ ମହାପାତ୍ର ଆଲୋଚନା ନିମନ୍ତେ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ମୁଖ୍ୟତଃ ଅନୁବନ୍ଧିତ ହସ୍ପିଟାଲମାନେ ଦେଉଥିବା ବିଲର ସଠିକ ଯାଞ୍ଚ ଓ ପୈଠ, ମୋ ସରକାର ଏବଂ ଅନନ୍ୟ ସୂତ୍ରରୁ ମିଳୁଥିବା ଆପତ୍ତି ଅଭିଯୋଗର ଆଶୁ ସମାଧାନ, କ୍ଷେତ୍ରସ୍ତରରେ ସ୍ୱାସ୍ଥ୍ୟମିତ୍ରମାନଙ୍କର କାର୍ଯ୍ୟଦକ୍ଷତା ଆଦି ବିଷୟ ଆଲୋଚନା ହୋଇଥିଲା।

ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅଗ୍ରଗତିର ସମୀକ୍ଷା କରି ଡାକ୍ତର ବୃନ୍ଦା ଅନୁବନ୍ଧିତ ହସ୍ପିଟାଲମାନଙ୍କର ନିୟମିତ ସମୀକ୍ଷା ପାଇଁ ନୋଡ଼ାଲ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷତଃ ଓଡ଼ିଶା ବାହାର ରାଜ୍ୟର ଅନୁବନ୍ଧିତ ହସ୍ପିଟାଲମାନଙ୍କରେ ଯେପରି କାର୍ଡଧାରୀମାନଙ୍କର ଚିକିତ୍ସା ସହଜଲବ୍ଧ ଓ ସୁଗମ ହେବ ସେଥିପ୍ରତି ଦୃଷ୍ଟି ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ । ମୋ ସରକାର ଏବଂ ଅନ୍ୟାନ୍ୟ ସୁତ୍ରରୁ ମିଳୁଥିବା ବିଭିନ୍ନ ଆପତ୍ତି ଅଭିଯୋଗଗୁଡିକର ସମାୟନୁବନ୍ଧିତ ସମାଧାନ ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ।

ସମୀକ୍ଷାରୁ ଏହା ଜଣାପଡ଼ିଛି ଯେ ଚଳିତ ବର୍ଷ ଡିସେମ୍ବର ୧୫ ସୁଦ୍ଧା ୮୧୬ଟି ସୁପରସ୍ପେସିଆଲିଟି ଘରୋଇ ହସ୍ପିଟାଲ ବି.ଏସ୍.କେ.ୱାଇ ଅନୁବନ୍ଧିତ ହୋଇଛନ୍ତି। ଗତ ବର୍ଷ ଉକ୍ତ ସମୟ ତୁଳନାରେ ଏହା ୪୩.୪୦ ପ୍ରତିଶତ ଅଧିକ। ଏହାସହ ପ୍ରାୟ ୮୫୩୦ ସରକାରୀ ହସ୍ପିଟାଲ ରୋଗୀମାନଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବାକୁ ଦିନ ରାତି ପ୍ରଚେଷ୍ଟା ଜାରି ରଖିଛନ୍ତି ।

୮୧୬ ଟି ଘରୋଇ ହସ୍ପିଟାଲ ମଧ୍ୟରୁ ୧୬୦ ଟି ଆନ୍ଧ୍ରପ୍ରଦେଶ, ଆସାମ, ତେଲେଙ୍ଗାନା, କର୍ଣ୍ଣାଟକ, ଦିଲ୍ଲୀ, ଗୁଜୁରାଟ, ମହାରାଷ୍ଟ୍ର, ପଶ୍ଚିମ ବଙ୍ଗଳା, ଛତିଶଗଡ, ଝାଡଖଣ୍ଡ, ପଞ୍ଜାବ, ହରିୟାନା, ରାଜସ୍ଥାନ, ତାମିଲନାଡୁ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଆଦି ୧୬ ଟି ରାଜ୍ୟରେ ଅବସ୍ଥିତ । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୬୫୬ ଟି ଘରୋଇ ହସ୍ପିଟାଲ ଗରିବ ଲୋକଙ୍କୁ ଉଚ୍ଚମାନର ଚିକିତ୍ସା ଯୋଗାଇବା ନିମନ୍ତେ ରାଜ୍ୟ ସରକାରଙ୍କ ସହଭାଗୀ ହୋଇଛନ୍ତି ।

ପ୍ରାପ୍ତ ସୂଚନାରୁ ଜଣାପଡିଛି, ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଅନୁବନ୍ଧିତ ହସ୍ପିଟାଲମାନେ ରୋଗୀମାନଙ୍କର ଚିକିତ୍ସା ବାବଦରେ ୧୨.୧୧ ଲକ୍ଷରୁ ଉର୍ଦ୍ଧ ଦାବି ଉପସ୍ଥାପନା କରିଛନ୍ତି। ବି.ଏସ୍.କେ.ୱାଇର ଦୃତବର୍ଦ୍ଧିଷ୍ଣୁ ଲୋକପ୍ରିୟତା ପରିପ୍ରେକ୍ଷୀରେ ଚଳିତ ବର୍ଷ ଶେଷ ସୁଦ୍ଧା ଚିକିତ୍ସା ବାବଦରେ ଦାବି ସଂଖ୍ୟା ୧୩ ଲକ୍ଷ ଅତିକ୍ରମ କରିବ ବୋଲି ଆଶା କରାଯାଉଛି। ଗତ ବର୍ଷର ଏହି ସମୟ ତୁଳନାରେ ଏହା ୧୦୨ ପ୍ରତିଶତ ଅଧିକ।

ଏହି ଯୋଜନା ଅଧୀନରେ ପଞ୍ଜୀକୃତ ୯୬.୫ ଲକ୍ଷ ପରିବାର ମଧ୍ୟରୁ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଲୋକଙ୍କ ପାଇଁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ସୁଦ୍ଧା ୨୫୦୭.୦୫ କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିଛନ୍ତି । ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଏହି ରାଶି ୨୯୦୦ କୋଟି ଟଙ୍କା ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି।

୨୦୨୨ ଡିସେମ୍ବର ଶେଷ ସୁଦ୍ଧା ହୋଇଥିବା ଖର୍ଚ୍ଚ ତୁଳନାରେ ଏହା ୧୦୭ ପ୍ରତିଶତ ଅଧିକ । ତଥ୍ୟ ଅନୁସାରେ ୨୦୨୨ ମସିହାରେ ରୋଗୀମାନଙ୍କ ଚିକିତ୍ସା ବାବଦରେ ଘରୋଇ ହସ୍ପିଟାଲମାନଙ୍କ ଠାରୁ ମିଳିଥିବା ପ୍ରାୟ ୧୪୦୯.୪୦ କୋଟି ଟଙ୍କାର ବିଲ ରାଜ୍ୟ ସରକାର ପୈଠ କରିଥିଲେ ।

ସୋସାଇଟିର ନୋଡାଲ ଡାକ୍ତରମାନଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

BSKY
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.