Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»5T ଅଧ୍ୟକ୍ଷଙ୍କ କଟକ ଗସ୍ତ: ଚଣ୍ଡୀ ମନ୍ଦିର, ମେଡିକାଲ କଲେଜ, ତାଳଦଣ୍ଡା କେନାଲ ଓ ବିଦ୍ୟାଳୟ ପରିଦର୍ଶନ
ବିଶେଷ ଖବର

5T ଅଧ୍ୟକ୍ଷଙ୍କ କଟକ ଗସ୍ତ: ଚଣ୍ଡୀ ମନ୍ଦିର, ମେଡିକାଲ କଲେଜ, ତାଳଦଣ୍ଡା କେନାଲ ଓ ବିଦ୍ୟାଳୟ ପରିଦର୍ଶନ

December 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
5T ଅଧ୍ୟକ୍ଷଙ୍କ କଟକ ଗସ୍ତ: ଚଣ୍ଡୀ ମନ୍ଦିର, ମେଡିକାଲ କଲେଜ, ତାଳଦଣ୍ଡା କେନାଲ ଓ ବିଦ୍ୟାଳୟ ପରିଦର୍ଶନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି। ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି ପରିଦର୍ଶନ କରି ଥିଲେ।

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।

5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ। ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସଂପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ଓ ଐତିହ୍ୟ କୋଠାକୁ ସଂରକ୍ଷିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ l 5T ଉପକ୍ରମ ରେ ସ୍କୁଲ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରି ଥିଲେ।

5T ଅଧ୍ୟକ୍ଷତଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ପ୍ରମୂଖ ସଚିବ, ଜିଲ୍ଲାପାଳ, ସିଏମସି କମିଶନର, ଡିସିପି, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

pandian କାର୍ତ୍ତିକ ପାଣ୍ଡିଆନ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଧୋଇବାକୁ ଯାଇ ଆଉ ଫେରିଲେନି ସଞ୍ଜୟ, ସକାଳେ ପୋଖରୀରୁ ମିଳିଲା ମୃତଦେହ

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.