Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାର କଣ ବିକାଶ ହୋଇଛି ହିସାବ ନିଅ ବିରୋଧୀ ଦଳ, ଏପରି କାହିଁକି କହିଲା ବିଜେଡି
ବିଶେଷ ଖବର

ଓଡିଶାର କଣ ବିକାଶ ହୋଇଛି ହିସାବ ନିଅ ବିରୋଧୀ ଦଳ, ଏପରି କାହିଁକି କହିଲା ବିଜେଡି

December 22, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର କଣ ବିକାଶ ହୋଇଛି ହିସାବ ନିଅ ବିରୋଧୀ ଦଳ, ଏପରି କାହିଁକି କହିଲା ବିଜେଡି

ଭୁବନେଶ୍ୱର: ନିଜର ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ଓଡ଼ିଶାକୁ ବଦନାମ କରିବାର ଅଭ୍ୟାସ ଓଡ଼ିଶା ବିଜେପିର ରହିଛି। ତେଣୁ ଏହା ଜାଣିଶୁଣି ଓଡ଼ିଶାର ଶିଳ୍ପ ବିକାଶକୁ ନେଇ ମିଥ୍ୟା ଓ ମନଗଢ଼ା ପ୍ରଚାର ଚଳାଇଛି। ତେଣୁ ଓଡିଶା ବିଜେପି ଓଡ଼ିଶାବାସୀଙ୍କୁ ଯେଭଳି ବିଭ୍ରାନ୍ତ କରୁଛି ତାହାକୁ ରୋକିବା ପାଇଁ ଓଡ଼ିଶାବାସୀଙ୍କୁ ସତ ଜାଣିବା ନିହାତି ଜରୁରୀ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି ଓ ସୋଫିଆ ଆଲାମ।

ଶଙ୍ଖଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉଭୟ ମୁଖପାତ୍ର କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଗତ ୨୩ ବର୍ଷ ମଧ୍ୟରେ ଶିଳ୍ପାୟନ ଓ ରୋଜଗାର ଯୋଗାଇବା ପଥରେ ଦ୍ରୁତ ଗତିରେ ଅଗ୍ରସର ହୋଇଛି। ୨୦୨୧-୨୨ ବର୍ଷ ପାଇଁ ସର୍ବାଧିକ ରାଜସ୍ୱ ବଳକା ରାଜ୍ୟ ଭାବେ ଓଡିଶା ଭାରତର ଏକ ନମ୍ବର ରାଜ୍ୟ ଭାବେ ପରିଗଣିତ ହୋଇଛି। ଓଡ଼ିଶା ଭାରତର ଦ୍ରୁତ ଅଭିବୃଦ୍ଧି ରାଜ୍ୟ ତାଲିକାର ଶୀର୍ଷରେ ରହିଛି ଏବଂ କ୍ରମାଗତ ଭାବେ ୧୧.୫% ଅଭିବୃଦ୍ଧି ହାର ସହ ଜାତୀୟ ହାର ଠାରୁ ଅଧିକ ଅଛି।

ସିଏମ୍‌ଆଇଇ କ୍ୟାପେକ୍ସ ଡାଟାବେସ୍ ଏବଂ ସିଆଇଆଇ ଗବେଷଣା ଅନୁଯାୟୀ, ୨୦୨୩-୨୪ ବର୍ଷରେ ଅଧିକ ପୁଞ୍ଜିନିବେଶ ଆକୃଷ୍ଟ କରିବାରେ ଓଡ଼ିଶା ଭାରତର ଦ୍ୱିତୀୟ ସ୍ଥାନରେ ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ରିପୋର୍ଟ ଅନୁଯାୟୀ, ୨୦୨୩ ଆର୍ଥିକ ବର୍ଷରେ ବ୍ୟାଙ୍କ ସହାୟତାରେ ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିବା କ୍ଷେତ୍ରରେ ଓଡ଼ିଶା ଭାରତର ତୃତୀୟ ଶୀର୍ଷ ରାଜ୍ୟ ଭାବେ ଉଭା ହୋଇଛି।

ଏହା ଆର୍ଥିକ କ୍ଷେତ୍ରରେ ରାଜ୍ୟର ବଢୁଥିବା ବିଶ୍ୱସନୀୟତା ଏବଂ ଆକର୍ଷଣର ପ୍ରମାଣ। ଓଡ଼ିଶାର ଶିଳ୍ପ ଅଭିବୃଦ୍ଧି ଉଲ୍ଲେଖନୀୟ ଭାବେ ବୃଦ୍ଧି ପାଉଥିବା ବେଳେ ଇସ୍ପାତ ଉତ୍ପାଦନ ୧୫ ଗୁଣ ବୃଦ୍ଧି ପାଇଛି ଏବଂ ଆଲୁମିନା ଓ ଆଲୁମିନିୟମ ଉତ୍ପାଦନ ୭.୮ ଗୁଣ ବୃଦ୍ଧି ପାଇଛି। ଏହି ବିପୁଳ ଅଭିବୃଦ୍ଧି ଭାରତର ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଦର୍ଶାଉଛି।

ଭାରତରେ ଇସ୍ପାତ ଉତ୍ପାଦନରେ ଓଡ଼ିଶା ଝାଡ଼ଖଣ୍ଡକୁ ୧.୩୬ ଗୁଣ ପଛରେ ପକାଇ ଆଗରେ ଥିବାବେଳେ ଛତିଶଗଡ଼ ପଛକୁ ରହିଛି। ଏହି ଚମତ୍କାର ସଫଳତା ଓଡ଼ିଶାକୁ ଦେଶର ଇସ୍ପାତ ଶିଳ୍ପରେ ଏକ ପ୍ରମୁଖ ଖେଳାଳି ଭାବେ ସ୍ଥାନିତ କରିଛି। ଆଲୁମିନିୟମ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ଦେଶର ସବୁଠାରୁ ଆଗରେ ରହିଛି। ବିଜେଡି ସରକାର ୨୦୨୧-୨୨ ସୁଦ୍ଧା ପ୍ରାୟ ୧୧ ହଜାର ଏକର ପରିମିତ ଅଞ୍ଚଳ ଓ ୧୫୦୦ରୁ ଅଧିକ ନିର୍ମିତ ସେଡ୍ ସହ ରେକର୍ଡ ୧୨୦ଟି ଶିଳ୍ପାଞ୍ଚଳ(ଆଇଇ)/ଏରିଆ/ପାର୍କ, ଥିମ୍ ପାର୍କ ଇତ୍ୟାଦି ପ୍ରତିଷ୍ଠା କରିଛନ୍ତି।

ବିଗତ ୨୩ ବର୍ଷରେ ଓଡ଼ିଶାର ଇସ୍ପାତ ଉତ୍ପାଦନ ୧୫ ଗୁଣା ବୃଦ୍ଧି ପାଇଛି। ବାର୍ଷିକ ୨.୧ ନିୟୁତ ମେଟ୍ରିକ୍ ଟନ୍ (ଏମଏମଟିପିଏ) ରୁ ୩୧.୪ ଏମଏମଟିପିଏରେ ପହଞ୍ଚିଛି। ଆଲୁମିନା ଉତ୍ପାଦନ ୦.୮ରୁ ୬.୫ ଏମଏମଟିପିଏ ପର୍ଯ୍ୟନ୍ତ ୮ ଗୁଣ ବୃଦ୍ଧି ପାଇଛି। ଆଲୁମିନିୟମ ଉତ୍ପାଦନ ୦.୩୪୫ରୁ ୭.୫ ଗୁଣ ବୃଦ୍ଧି ପାଇ ୨.୬ ଏମଏମଟିପିଏ ହୋଇଛି।

ସିମେଣ୍ଟ ଉତ୍ପାଦନ ୨୨.୫ ଗୁଣ ବୃଦ୍ଧି ପାଇ ୧.୦ ରୁ ୨୨.୫ ଏମଏମଟିପିଏରେ ପହଞ୍ଚିଛି। ବନ୍ଦର କ୍ଷମତା ୨୦.୫ ଏମଏମଟିପିଏରୁ ୧୭୬ ଏମଏମଟିପିଏ ପର୍ଯ୍ୟନ୍ତ ୮.୬ ଗୁଣ ବୃଦ୍ଧି ପାଇଛି। ଶକ୍ତି କ୍ଷମତା ୩.୫ ଗୁଣ ବୃଦ୍ଧି ପାଇ ୫୦୦୯ ମେଗାୱାଟ ରୁ ୧୭,୬୮୫ ମେଗା ୱାଟ୍ ରେ ପହଞ୍ଚିଛି।

ଶିଳ୍ପାୟନ କ୍ଷେତ୍ରରେ ଓଡ଼ିଶା ଯେଉଁ ବ୍ୟାପକ ପରିବର୍ତନ ଦେଖିଛି ଏବଂ ବିଶ୍ୱସ୍ତରୀୟ ସୁବିଧାର ବିକାଶ ଓ ପ୍ରଗତି ଚାଲିଛି, ଶିଳ୍ପାୟନ ଓ ଏହା ଦ୍ୱାରା ରାଜ୍ୟ ପାଇଁ ଅଧିକ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇବାରେ ଲାଗିଛି ଏହା ହେଉଛି ତାହାର ଏକ କ୍ଷୁଦ୍ର ଝଲକ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ଯେଉଁ ଭଲ କାମ କରିଆସୁଛି ସେଥିପାଇଁ ଓଡ଼ିଶାବାସୀ ଅତ୍ୟନ୍ତ ଗର୍ବିତ।

କିନ୍ତୁ ଦୁର୍ଭାଗ୍ୟବଶତଃ ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ପାଇଁ ଓଡ଼ିଶାକୁ ଭାରତ ତଥା ବିଶ୍ୱସ୍ତରରେ ବଦନାମ କରିବା ପାଇଁ ଓଡ଼ିଶା ବିଜେପି ଅଭ୍ୟାସଗତ ଭାବେ ମିଥ୍ୟା ପ୍ରଚାର କରିବାରେ ଲାଗିଛି ବୋଲି ବିଜେଡି ମୁଖପାତ୍ର ଡକ୍ଟର ମହାନ୍ତିଙ୍କ ସହ ଆଲାମ କହିଛନ୍ତି।

BJD ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.