Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୋଟିଏ ଦେଶ ଗୋଟିଏ ନିର୍ବାଚନର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ, ସହମତି ହେଲେ କାର୍ଯ୍ୟକାରୀ କରିବାର ଯୋଜନା
ଜାତୀୟ ଖବର

ଗୋଟିଏ ଦେଶ ଗୋଟିଏ ନିର୍ବାଚନର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ, ସହମତି ହେଲେ କାର୍ଯ୍ୟକାରୀ କରିବାର ଯୋଜନା

December 25, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଗୋଟିଏ ଦେଶ ଗୋଟିଏ ନିର୍ବାଚନର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ, ସହମତି ହେଲେ କାର୍ଯ୍ୟକାରୀ କରିବାର ଯୋଜନା

ନୂଆଦିଲ୍ଲୀ: ଏକ ଦେଶ ଗୋଟିଏ ନିର୍ବାଚନ ଉପରେ ବିଚାର କରୁଥିବା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଆଇନ କମିଶନଙ୍କ ଏହି ପ୍ରସ୍ତାବରେ ଯଦି ସବୁ ପକ୍ଷ ରାଜି ହୁଅନ୍ତି ତେବେ ୨୦୨୯ରୁ ଏହା ଲାଗୁ ହେବ । ଏଥିପାଇଁ ୨୦୨୬ ଡିସେମ୍ବର ସୁଦ୍ଧା ୨୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ କରିବାକୁ ପଡ଼ିବ ।

ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା, ଛତିଶଗଡ଼ ଏବଂ ମିଜୋରାମ ଏହି ତାଲିକାରେ ସ୍ଥାନ ପାଇନଥିବାରୁ ଚଳିତ ମାସ ପ୍ରାରମ୍ଭରେ ଏହି ରାଜ୍ୟଗୁଡ଼ିକର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ତେଣୁ ଏହି ବିଧାନସଭାଗୁଡ଼ିକର କାର୍ଯ୍ୟକାଳ ୬ ମାସ ବୃଦ୍ଧି କରାଯାଇ ଜୁନ୍ ୨୦୨୯ ପର୍ଯ୍ୟନ୍ତ ବୃଦ୍ଧି କରାଯିବ । ଏହାପରେ ସମସ୍ତ ରାଜ୍ୟରେ ଏକାସାଙ୍ଗରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେବ ।

ଏକ ଦେଶ ଗୋଟିଏ ନିର୍ବାଚନ କାର୍ଯ୍ୟକାରୀ କରିବାର ତିନିଟି ପର୍ଯ୍ୟାୟ

ପ୍ରଥମ ପର୍ଯ୍ୟାୟ: ଜୁନ୍ ୨୦୨୪ରେ ୮ ଟି ରାଜ୍ୟରେ ମତଦାନ। ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଓଡ଼ିଶା ଓ ସିକ୍କିମର କାର୍ଯ୍ୟକାଳ ଜୁନ୍ ୨୦୨୪ରେ ଶେଷ ହେଉଛି । ହରିୟାଣା, ମହାରାଷ୍ଟ୍ର, ଝାଡ଼ଖଣ୍ଡ ଓ ଦିଲ୍ଲୀ ରାଜ୍ୟର କାର୍ଯ୍ୟକାଳ ୫ରୁ ୮ ମାସ ହ୍ରାସ କରିବାକୁ ପଡ଼ିବ। ତା’ପରେ ଜୁନ୍ ୨୦୨୯ ପର୍ଯ୍ୟନ୍ତ ଏହି ସବୁ ରାଜ୍ୟରେ ବିଧାନସଭା ପୂରା ୫ ବର୍ଷ ଚାଲିବ।

ଦ୍ୱିତୀୟ ପର୍ଯ୍ୟାୟ: ୬ ରାଜ୍ୟରେ ମତଦାନ: ନଭେମ୍ବର ୨୦୨୫ ବିହାର ବିଧାନସଭାର ଚଳିତ କାର୍ଯ୍ୟକାଳ ଶେଷ ହେବ ପରେ ଆଗାମୀ କାର୍ୟ୍।କାଳ ସାଢ଼େ ୩ ବର୍ଷ ବାକି ରହିବ। ଆସାମ, କେରଳ, ତାମିଲନାଡୁ, ପଶ୍ଚିମବଙ୍ଗ ଓ ପୁଡୁଚେରୀର ଚଳିତ କାର୍ଯ୍ୟକାଳ ୩ ବର୍ଷ ୭ ମାସ ହ୍ରାସ ପାଇବ। ପରବର୍ତ୍ତୀ କାର୍ଯ୍ୟକାଳ ମଧ୍ୟ ସାଢ଼େ ତିନି ବର୍ଷ ହେବ।

ତୃତୀୟ ପର୍ଯ୍ୟାୟ: ଡିସେମ୍ବର ୨୦୨୬ରେ ୧୧ ଟି ରାଜ୍ୟରେ ମତଦାନ। ସେଗୁଡିକ ହେଲା  ଉତ୍ତରପ୍ରଦେଶ, ଗୋଆ, ମଣିପୁର, ପଞ୍ଜାବ ଓ ଉତ୍ତରାଖଣ୍ଡ। ଚଳିତ କାର୍ଯ୍ୟକାଳ ୩ରୁ ୫ ମାସ ହ୍ରାସ ପାଇବ। ଏହାପରେ ଅଢ଼େଇ ବର୍ଷ ସମୟ ଲାଗିବ। ଗୁଜରାଟ, କର୍ଣ୍ଣାଟକ, ହିମାଚଳ, ମେଘାଳୟ, ନାଗାଲାଣ୍ଡ, ତ୍ରିପୁରାର ଚଳିତ କାର୍ଯ୍ୟକାଳ ୧୩ରୁ ୧୭ ମାସ ହ୍ରାସ ପାଇବ। ଆଗାମୀ ଅଢ଼େଇ ବର୍ଷ ବାକି ରହିବ।

ଏହି ତିନିଟି ପର୍ଯ୍ୟାୟ ପରେ ଦେଶର ସମସ୍ତ ବିଧାନସଭାର କାର୍ଯ୍ୟକାଳ ଜୁନ୍ ୨୦୨୯ରେ ଶେଷ ହେବ। ମିଳିଥିବା ସୂଚନା ଅନୁଯାୟୀ, କୋବିନ୍ଦ କମିଟି ଆଇନ ଆୟୋଗଙ୍କଠାରୁ ଆଉ ଏକ ପ୍ରସ୍ତାବ ମାଗିବ, ଯେଉଁଥିରେ ସ୍ଥାନୀୟ ସଂସ୍ଥାର ନିର୍ବାଚନ ମଧ୍ୟ ସାମିଲ ହେବ। ସେପ୍ଟେମ୍ବର ୨୩ରେ ଦିଲ୍ଲୀର ଯୋଧପୁର ଅଫିସର୍ସ ହଷ୍ଟେଲରେ ଏକ ଦେଶ ଏକ ନିର୍ବାଚନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା।

କମିଟି ଅଧ୍ୟକ୍ଷ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ବାକି ସଦସ୍ୟମାନେ ଏଥିରେ ସାମିଲ ହୋଇଥିଲେ। ପୂର୍ବତନ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ପୂର୍ବତନ ସାଂସଦ ଗୁଲାମ ନବୀ ଆଜାଦଙ୍କ ସମେତ ୮ ଜଣ ସଦସ୍ୟ ରହିଛନ୍ତି । କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ଏହି କମିଟିର ସ୍ୱତନ୍ତ୍ର ସଦସ୍ୟ କରାଯାଇଛି।

ଗୋଟିଏ ଦେଶ ଗୋଟିଏ ନିର୍ବାଚନ କ’ଣ ?

ବର୍ତ୍ଶମାନ ଦେଶରେ ବିଭିନ୍ନ ସମୟରେ ରାଜ୍ୟ ବିଧାନସଭା ନିର୍ବାଚନ ଓ ଲୋକସଭା ନିର୍ବାଚନ ଅନୁଷ୍ଠିତ ହୋଇଥାଏ। ୱାନ୍ ନେସନ୍ ଓ୍ଵାନ୍ ଇଲେକ୍ସନ୍ ଅର୍ଥ ସମଗ୍ର ଦେଶରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବ। ଅର୍ଥାତ୍ ଲୋକସଭା ଓ ବିଧାନସଭାର ସଦସ୍ୟ ଚୟନ ପାଇଁ ଭୋଟରମାନେ ଗୋଟିଏ ଦିନ, ସଙ୍ଗେ ସଙ୍ଗେ କିମ୍ବା ପର୍ଯ୍ୟାୟକ୍ରମେ ଭୋଟ୍ ଦେବେ।

ସ୍ୱାଧୀନତା ପରେ ୧୯୫୨, ୧୯୫୭, ୧୯୬୨ ଓ ୧୯୬୭ରେ ଏକାସାଙ୍ଗରେ ଲୋକସଭା ଓ ବିଧାନସଭା ନିର୍ବାଚନ ହୋଇଥିଲା, କିନ୍ତୁ ୧୯୬୮ ଓ ୧୯୬୯ରେ ଅନେକ ବିଧାନସଭା ଅକାଳ ଭଙ୍ଗ ହୋଇଯାଇଥିଲା। ଏହାପରେ ୧୯୭୦ରେ ଲୋକସଭା ମଧ୍ୟ ଭଙ୍ଗ ହୋଇଥିଲା। ଏହି କାରଣରୁ ଗୋଟିଏ ଦେଶ-ଗୋଟିଏ ନିର୍ବାଚନର ପରମ୍ପରା ଭାଙ୍ଗି ଯାଇଥିଲା।

Election2024 one nation one election voting ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.