Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ଜନତା ଦଳ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ କାର୍ଯ୍ୟ କରି ଚାଲିବ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବିଜୁ ଜନତା ଦଳ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ କାର୍ଯ୍ୟ କରି ଚାଲିବ: ମୁଖ୍ୟମନ୍ତ୍ରୀ

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଲୋକଙ୍କ ହିତରେ କାର୍ଯ୍ୟ କରିବା ପାଇଁ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା ବିଜୁ ଜନତା ଦଳ। ୨୬ ବର୍ଷ ଧରି ସେହି ଦଳ ନିରବଚ୍ଛିନ୍ନ ଭାବେ ଓଡ଼ିଶାବାସୀଙ୍କ ସେବା କରି ଆସୁଛି ଏବଂ ଓଡ଼ିଶାର ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି। ସେବା ଓ ସାମାଜିକ ଅଙ୍ଗୀକାରବଦ୍ଧତା ଯୋଗୁଁ ଆଜି ଏହା ଦେଶର ଏକ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବେ ପ୍ରଶଂସନୀୟ ପରିଚିତି ହାସଲ କରିଛି ଏବଂ ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ଏକ ଛୋଟ ଚାରାଗଛରୁ ମହାଦ୍ରୁମରେ ପରିଣତ ହୋଇଥିବା ବିଜେଡି ଆଗାମୀ ଦିନରେ ମଧ୍ୟ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ ନିଷ୍ଠାପର ଭାବେ କାମ କରିଚାଲିବ।

ଆଜି ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସରେ ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ରାଜ୍ୟବାସୀଙ୍କୁ ଏଭଳି ବିଶ୍ବାସ ଓ ଭରସା ଦେଇଛନ୍ତି ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ତାଙ୍କ ସହିତ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ରାଜ୍ୟର ୧୪୭ଟି ଯାକ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପଳିତ ହୋଇଥିଲା। ଦଳର ଲକ୍ଷଲକ୍ଷ କର୍ମୀ ବିଭିନ୍ନ ସ୍ଥାନରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ବିଭିନ୍ନ ସାମାଜିକ ଓ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ସେମାନେ ଓଡ଼ିଶାବାସୀଙ୍କ ସେବା ଏବଂ ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ନିଜକୁ ଉତ୍ସର୍ଗ କରିବାକୁ ସଂକଳ୍ପ ନେବା ସହ ଏକ ସଶକ୍ତ, ସମୃଦ୍ଧ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ପାଇଁ ବ୍ରତୀ ହେବେ ବୋଲି ଶପଥ ପାଠ କରିଥିଲେ।

ସକାଳ ୭ଟାବେଳେ ଶଙ୍ଖ ଭବନରେ ବିଜୁ ଜନତା ଦଳର ପତାକା ଉତ୍ତୋଳନ କରାଯିବା ସହ ଏକ ଶପଥ ପାଠ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର, ସାଧାରଣ ସଂପାଦକ ସଞ୍ଜୟ ଦାସବର୍ମା, ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସକାଳ ୮ଟାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ବରେ ଏକ ବିଶାଳ ସାଇକଲ ରାଲି କଟକର ଆନନ୍ଦ ଭବନରୁ ବାହାରି ଦିନ ପ୍ରାୟ ସାଢ଼େ ୯ଟାବେଳେ ବିମାନବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିଥିଲା।

ଏହି ସାଇକଲ ଶୋଭାଯାତ୍ରାରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ଯୁବ ବିଜେଡି ଉପଦେଷ୍ଟା ପ୍ରଣବ ବଳବନ୍ତରାୟ, ରାଜ୍ୟ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀରଂଜନ ତ୍ରିପାଠୀ, ବିଧାୟକ ଦିବ୍ୟଶଙ୍କର ମିଶ୍ର, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ବର ମେୟର ସୁଲୋଚନା ଦାସ ଏବଂ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ। ସମସ୍ତେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିବା ପରେ ପୁଷ୍ପାର୍ଘ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଶଙ୍ଖଭବନରେ ଏକ ରକ୍ତଦାନ ଶିବିର ମଧ୍ୟ ଆୟୋଜିତ ହୋଇଥିଲା।

ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.