Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭଦ୍ରକରେ ପାଣ୍ଡିଆନ, ଆଖଣ୍ଡଳମଣୀ ମନ୍ଦିର କଲେ ଦର୍ଶନ, ସବୁ ସ୍ଥାନରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା
ବିଶେଷ ଖବର

ଭଦ୍ରକରେ ପାଣ୍ଡିଆନ, ଆଖଣ୍ଡଳମଣୀ ମନ୍ଦିର କଲେ ଦର୍ଶନ, ସବୁ ସ୍ଥାନରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା

December 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭଦ୍ରକରେ ପାଣ୍ଡିଆନ, ଆଖଣ୍ଡଳମଣୀ ମନ୍ଦିର କଲେ ଦର୍ଶନ, ସବୁ ସ୍ଥାନରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ।

ଶ୍ରୀ ପାଣ୍ଡିଆନ ପ୍ରଥମେ ଓଡିଶାର ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିଠାରେ ବାବା ଆଖଣ୍ଡଳମଣୀଙ୍କୁ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ। ଏହାପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ମନ୍ଦିର ପ୍ରକଳ୍ପ ପାଇଁ ୪୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ପ୍ରକଳ୍ପ କାମ ଯଥା ଶୀଘ୍ର ଶେଷକରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏଥି ସହିତ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଅନ୍ୟାନ୍ୟ ପ୍ରମୁଖ ପ୍ରକଳ୍ପ ଯଥା- ୮୯୩ କୋଟି ଟଙ୍କା ବ୍ୟୟରେ ଚାନ୍ଦବାଲି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ, ୧୦୦ କୋଟି ଟଙ୍କା ବ୍ୟୟରେ ଭଦ୍ରକ ରିଂ ରୋଡ ନିର୍ମାଣ ପ୍ରକଳ୍ପ, ୪୮୦ କୋଟି ଟଙ୍କା ବ୍ୟୟରେ ଆଖୁଆପଦାଠାରେ ସମନ୍ୱିତ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୧୬୪ କୋଟି ଟଙ୍କା ବ୍ୟୟରେ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ମେଡିକାଲ କଲେଜ ର ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟ ହସପିଟାଲ ନିର୍ମାଣ ରହିଛି।

ସେହିପରି ୪୭ କୋଟି ଟଙ୍କା ବ୍ୟୟରେ ବାସୁଦେବପୁରର ଚୂଡାମଣୀଠାରେ ବନ୍ଦର ନିର୍ମାଣ, ୪୧ କୋଟି ଟଙ୍କା ବ୍ୟୟରେ ପୁରୁଣା ବଜାରଠାରୁ ଗୁଜିଦରତା ଭାୟା ମା’ଭଦ୍ରକାଳୀ ମନ୍ଦିର ରାସ୍ତା ନିର୍ମାଣ ଏବଂ ୨୭ କୋଟି ଟଙ୍କା ବ୍ୟୟରେ ଧାମରା ଜେଟି ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହିସବୁ ପ୍ରକଳ୍ପଗୁଡିକ ମଧ୍ୟ ଯଥା ଶୀଘ୍ର ଶେଷ କରିବା ପାଇଁ ସମ୍ପୃକ୍ତ ପଦାଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ଶ୍ରୀ ପାଣ୍ଡିଆନ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ୨ଟି ଗୁରୁତ୍ୱପୂର୍ଣ୍ଣ ସେତୁ ଓ ଗୋଟିଏ ରେଳ ଓଭରବ୍ରିଜ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଗୁଡିକ ହେଲା – ଚାନ୍ଦବାଲିର ଧାନକଣିଆଠାରେ ୮୦ କୋଟି ଟଙ୍କା ବ୍ୟୟରେ ସାଳନ୍ଦି ନଦୀ ସେତୁ, ଭଣ୍ଡାରିପୋଖରୀସ୍ଥିତ କେନ୍ଦୁଆପଦାଠାରେ ରେଳ ଓଭରବ୍ରିଜ ନିର୍ମାଣ ଏବଂ ଚାନ୍ଦବାଲି ପଞ୍ଚୁଟିକିରିଠାରେ ମନ୍ତେଇ ନଦୀ ଉପରେ ୫୨ କୋଟି ଟଙ୍କା ବ୍ୟୟରେ ନିର୍ମାଣଧିନ ସେତୁ।

ଏହିସବୁ ପ୍ରକଳ୍ପ କାର୍ଯ୍ୟ ଯଥା ଶୀଘ୍ର ଶେଷକରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୧୨ ତାରିଖରେ ଶ୍ରୀ ପାଣ୍ଡିଆନଙ୍କ ଭଦ୍ରକଗସ୍ତ ସମୟରେ ସ୍ଥାନୀୟ ବାସିନ୍ଦାମାନେ ଏହି ୩ଟି ପ୍ରକଳ୍ପପାଇଁ ଦାବୀ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପଗୁଡିକୁ ମଞ୍ଜୁର ଦେବା ପରେ ଜନଶୁଣାଣି ଭିତ୍ତିରେ ଏହି ୩ଟି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି।

ଉପରୋକ୍ତ ପ୍ରକଳ୍ପଗୁଡିକ ମଧ୍ୟରୁ ଅନେକ ପ୍ରକଳ୍ପ 5T ଅଧ୍ୟକ୍ଷଙ୍କ ଭଦ୍ରକଗସ୍ତ ସମୟରେ ଜନଶୁଣାଣିରେ ମିଳିଥିବା ପ୍ରସ୍ତାବ ଓ ମତାମତ ଭିତ୍ତିରେ ଆସିଥିଲା ଏବଂ ଏସବୁ କାର୍ଯ୍ୟକାରୀ କରାଯାଉଛି। ଶ୍ରୀ ପାଣ୍ଡିଆନ ଆରଡି, ଅସୁରାଳି ଓ ଭଦ୍ରକ ମ୍ୟୁନିସିପାଲିଟି ଅଞ୍ଚଳରେ ସ୍ଥାନୀୟ ଜନସାଧାରଣଙ୍କ ସହ ମିଶି ଆଲୋଚନା କରିବା ସହିତ ସେମାନଙ୍କର ବିଭିନ୍ନ ସମସ୍ୟା ଓ ଅଭିଯୋଗ ପତ୍ର ଗ୍ରହଣ କରି ସେସବୁର ତୁରନ୍ତ ସମାଧାନ କରିବା ପାଇଁ ପ୍ରତିଶୃତି ଦେଇଥିଲେ।

pandian ଭଦ୍ରକରେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଢାବାରେ ନିଆଁ : ୩ ଗୁରୁତର

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026

‘ଡାଲିରେ ଆତ୍ମନିର୍ଭର ଭାରତ’ ଲକ୍ଷ୍ୟ ହାସଲ ଉପରେ ବିଶେଷ ଗୁରୁତ୍ୱାରୋପ

June 17, 2026

ଉଦ୍ଧବ ଠାକରେଙ୍କୁ ଲାଗିବ ବଡ଼ ଝଟକା!: ଆଜି ବାଚସ୍ପତିଙ୍କୁ ଭେଟିପାରନ୍ତି ଛଅ ସାଂସଦ

June 17, 2026
Latest News

ଢାବାରେ ନିଆଁ : ୩ ଗୁରୁତର

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026

‘ଡାଲିରେ ଆତ୍ମନିର୍ଭର ଭାରତ’ ଲକ୍ଷ୍ୟ ହାସଲ ଉପରେ ବିଶେଷ ଗୁରୁତ୍ୱାରୋପ

June 17, 2026

ଉଦ୍ଧବ ଠାକରେଙ୍କୁ ଲାଗିବ ବଡ଼ ଝଟକା!: ଆଜି ବାଚସ୍ପତିଙ୍କୁ ଭେଟିପାରନ୍ତି ଛଅ ସାଂସଦ

June 17, 2026

ଆଜି ଜୁନ ୧୭ରେ ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.