Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନ କାର୍ଡର ଶୁଭାରମ୍ଭ: ରାଜ୍ୟରେ ଉପକୃତ ହେବେ ୯୦% ଲୋକ
ବିଶେଷ ଖବର

ନବୀନ କାର୍ଡର ଶୁଭାରମ୍ଭ: ରାଜ୍ୟରେ ଉପକୃତ ହେବେ ୯୦% ଲୋକ

December 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି। ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ  ଭବିଷ୍ୟତର ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ। ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ। ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି।

ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି। ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି। ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।

ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ  ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।

ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ।

ମୋର ବିଶ୍ବାସ, BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ  ପାଣ୍ଠିରୁ ବହନ କରିବେ।

BSKY-Naveen card ନବୀନ କାର୍ଡ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସୁସ୍ଥ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.