Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସମବାୟ ବ୍ୟାଙ୍କ ଦ୍ଵାରା ପାକ୍ସଗୁଡିକୁ ସହାୟତା ପ୍ରଦାନ, ୫୦ହଜାର ଟଙ୍କା ଲେଖାଏଁ କରିବେ ଖର୍ଚ୍ଚ
ବିଶେଷ ଖବର

ରାଜ୍ୟ ସମବାୟ ବ୍ୟାଙ୍କ ଦ୍ଵାରା ପାକ୍ସଗୁଡିକୁ ସହାୟତା ପ୍ରଦାନ, ୫୦ହଜାର ଟଙ୍କା ଲେଖାଏଁ କରିବେ ଖର୍ଚ୍ଚ

December 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସମବାୟ ବ୍ୟାଙ୍କ ଦ୍ଵାରା ପାକ୍ସଗୁଡିକୁ ସହାୟତା ପ୍ରଦାନ, ୫୦ହଜାର ଟଙ୍କା ଲେଖାଏଁ କରିବେ ଖର୍ଚ୍ଚ

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନରେ ପାକ୍ସ ଗୁଡିକୁ ସହାୟତା ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ, ସମବାୟ ପ୍ରାଥମିକ କୃଷି ସେବା ସମବାୟ ସମିତି ଗୁଡିକର ଉତ୍କର୍ଷ ସାଧନ ପାଇଁ ଏଗୁଡ଼ିକର ସଦସ୍ୟ ସଦସ୍ୟାଙ୍କ ନିଷ୍ଠାପର ଅବଦାନ ଅପରିହାର୍ଯ୍ୟ।

ସମବାୟ ସମିତି ଗୁଡିକ ସୁଦୃଢ ଓ ସଶକ୍ତ ହେଲେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ରାଜ୍ୟ ସରକାର ପାକ୍ସ ଗୁଡିକୁ ସୁଦୃଢ କରିବା ପାଇଁ ସହାୟତା ପ୍ରଦାନ କରୁଛନ୍ତି l  ସେଗୁଡିକୁ ଉପଯୁକ୍ତ ଜମି ଯୋଗାଇ ଦିଆଯାଉଛି। ଭିତ୍ତିଭୂମିର ବିକାଶ ନିମନ୍ତେ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ପ୍ରଦାନ କରାଯାଉଛି।

ବିଳମ୍ବ ନ କରି  ସମୟୋଚିତ ଢଙ୍ଗରେ ଏହି ଆର୍ଥିକ ସହାୟତା ରାଶିର ସୁବିନିଯୋଗ ଜରୁରୀ।ମାର୍ଶାଘାଇ ଓ ମହାକାଳପଡ଼ା ଅଞ୍ଚଳର ୩୪ ଟି ପାକ୍ସକୁ  ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ପର୍ଯ୍ୟାୟକ୍ରମେ ଅନ୍ୟ ସବୁ ବ୍ଲକରେ ଥିବା ପାକ୍ସ ଗୁଡିକୁ ଏହି ସହାୟତା ରାଶି ପ୍ରଦାନ କରାଯିବ।

ଓଡ଼ିଶା ସମବାୟ ବ୍ୟାଙ୍କ ସଭାପତି ଶ୍ରୀ ଟି ପ୍ରସାଦ ରାଓ ଦୋରା ନିଜ ବକ୍ତବ୍ୟରେ କହିଥିଲେ ଯେ, ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯିଏ ସାରା ଭାରତରେ ଚାଷୀଙ୍କ ବୀମାକୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେଉଛି। ଲ୍ୟାମ୍ପ୍ସ ଓ ପାକ୍ସ ଗୁଡିକର କମ୍ପୁଟରୀକରଣ , ମୋ ସେବା କେନ୍ଦ୍ର ପ୍ରତିଷ୍ଠା ଓ ଭିତ୍ତିଭୂମି ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବାରୋପ କରୁଛନ୍ତି।

ଜାତୀୟ ସ୍ତରରେ କୃଷି କ୍ଷେତ୍ରକୁ ସମବାୟ ଋଣ ମାତ୍ର ୧୭ ପ୍ରତିଶତ ଥିବାବେଳେ ଆମ ରାଜ୍ୟରେ କୃଷି ନିମନ୍ତେ ସମବାୟ ଋଣ ୫୨ ପ୍ରତିଶତ ହାସଲ କରିବା ନିଶ୍ଚିତ ରୂପେ ଗୌରବର ବିଷୟ ବୋଲି ଶ୍ରୀ ଦୋରା ମତବ୍ୟକ୍ତ କରିଥିଲେ।

ବୈଠକରେ ଓଡ଼ିଶା ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଉଦ୍ଧବ ଚନ୍ଦ୍ର ମାଝୀ ,  କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅନନ୍ତ କୁମାର ସାମଲ ଏବଂ ୩୪ ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସଭାପତି, ଉପସଭାପତି ଓ  ସମ୍ପାଦକଗଣ ଏହି ସମାରୋହରେ ଉପସ୍ଥିତ ଥିଲେ।

ଅତନୁ ସବ୍ୟସାଚୀ ନାୟକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପାକ୍‍ସ ସମବାୟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026
Latest News

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.