Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା
ବିଶେଷ ଖବର

ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା

January 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ସମେତ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି.କିଷାନ ରେଡ୍ଡୀଙ୍କୁ ପତ୍ର ଲେଖିବା ପରେ ଏହି ଦୁଇଟି ସ୍ଥାନକୁ ଭାରତ ସରକାରଙ୍କ ସ୍ୱଦେଶ ଦର୍ଶନ ଯୋଜନା ୨.୦ରେ ସାମିଲ କରାଯାଇଛି ।

ଓଡ଼ିଶାର ଦେବ୍ରୀଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ପତ୍ର ପ୍ରକାଶ ପାଇଛି । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଭାଗୀୟ ମନ୍ତ୍ରୀ ଜି କିଷନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଡ଼ିସେମ୍ବର ୧୧, ୨୦୨୩ ତାରିଖରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଦେବ୍ରୀଗଡ଼ ଓ ଖିଣ୍ଡା ଗ୍ରାମରେ ପର୍ଯ୍ୟଟନ ଭିତ୍ତିଭୂମି ଏବଂ ସୁବିଧାର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ମଞ୍ଜୁର କରିବା ପାଇଁ ଅନୁରୋଧ କରିଥିଲେ। ସେ ପତ୍ରରେ ଦର୍ଶାଇଥିଲେ ଯେ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼  ଅଭୟାରଣ୍ୟ  ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ।

ସେହିପରି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସ୍ୱଦେଶ ଦର୍ଶନ ଯୋଜନାରେ ପର୍ଯ୍ୟଟନ ମନ୍ତ୍ରଣାଳୟ ସମଗ୍ର ଭାରତବର୍ଷରେ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ପର୍ଯ୍ୟଟକଙ୍କ ସଂଖ୍ୟା ବଢାଇବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି। ଉକ୍ତ ଦୁଇଟି ଐତିହାସିକ ସ୍ଥାନ ଅପାର ସମ୍ଭାବନାର ଅଞ୍ଚଳ । ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଗୁଡିକରେ ହୀରାକୁଦ, ହୁମା ମନ୍ଦିର ଭଳି ପର୍ଯ୍ୟଟନ ସ୍ଥଳୀ ଥିବା ବେଳେ ସମ୍ବଲପୁର ଜିଲ୍ଲା ଦେଶ ଏବଂ ଦେଶ ବାହାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାର ଯଥାର୍ଥ ସମ୍ଭାବନା ରଖୁଛି।

ସେହିପରି ଖିଣ୍ଡା ହେଉଛି ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ। ୧୮୫୭ ମସିହା ବ୍ରିଟିଶ ବିରୋଧୀ ଲଢେଇରେ ସୁରେନ୍ଦ୍ର ସାଏ ନେତୃତ୍ୱ ନେଇଥିଲେ ଏବଂ ୪୦ ବର୍ଷ ଧରି ଅଧିକ ସମୟ ଜେଲରେ ବନ୍ଦୀ ହୋଇ ରହିଥିଲେ । ତାଙ୍କ ସ୍ମୃତିରେ ପ୍ରଧାନମନ୍ତ୍ରୀ ଝାରସୁଗୁଡା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ନାମିତ କରି ଏହି ମହାନ ସଂଗ୍ରାମୀଙ୍କୁ ସମ୍ମାନ ଦେଇଛନ୍ତି। ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସେ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ। ଏହି ଗ୍ରାମର ବିକାଶ ହେଲେ ତାଙ୍କ ଜନ୍ମସ୍ଥାନକୁ ଆସି ଲୋକମାନେ ଏହି ବୀର ସଂଗ୍ରାମୀଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ଜାଣିପାରିବେ।

କେନ୍ଦ୍ରମନ୍ତ୍ରୀ ଏହି ଅଞ୍ଚଳର ଐତିହାସିକ ପୃଷ୍ଠଭୂମି ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଭଳି ବିଷୟରେ ପତ୍ର ଯୋଗେ ଅବଗତ କରାଇବା ସହ ଏହି ଦୁଇଟି ସ୍ଥାନ ଗୁଡିକର ବିକାଶ ସହ ପ୍ରଚାର ପ୍ରସାର ହେଲେ ସ୍ଥାନୀୟ ଅର୍ଥନୀତି ମଜଭୂତ୍ ହୋଇପାରିବ ବୋଲି କହିଥିଲେ। ରୋଜଗାର ସୃଷ୍ଟି ହେବା ସହ ସ୍ଥାନୀୟ ଅଞ୍ଚଳର ସଂସ୍କୃତି ଓ ଐତିହ୍ୟର ପ୍ରସାର ହୋଇପାରିବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ।

ଉଲ୍ଲେଖନୀୟ ଯେ, ଗତବର୍ଷ ଅକ୍ଟୋବର ୨୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଖିଣ୍ଡା ଗସ୍ତରେ ଥିବା ବେଳେ ଏହି ଗ୍ରାମର ସୌନ୍ଦର୍ଯ୍ୟକରଣ ସହ ଏହାକୁ ଏକ ଦର୍ଶନୀୟ କେନ୍ଦ୍ରରେ ପରିଣତ କରିବା ପାଇଁ ଉଦ୍ୟମ କରିବେ ବୋଲି କହିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026
Latest News

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.