Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ବଲପୁରରେ କାହିଁକି ଛିଡା ହେବାକୁ ଚାହୁଁଛନ୍ତି ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳରେ ହାରିବା ଭୟ ଅଛି କି ?
ବିଶେଷ ଖବର

ସମ୍ବଲପୁରରେ କାହିଁକି ଛିଡା ହେବାକୁ ଚାହୁଁଛନ୍ତି ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳରେ ହାରିବା ଭୟ ଅଛି କି ?

January 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Dharmendra

ଭୁବନେଶ୍ୱର:ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଏକ ସଭାରେ ସେ କହିଛନ୍ତି ଯେ ଆସନ୍ତା ଲୋକସଭା ନିର୍ବାଚନରେ ସେ ସମ୍ବଲପୁରରୁ ଛିଡା ହେବେ। ସେହିପରି ପୂର୍ବରୁ ସେ କହିଥିଲେ ଯେ, ସେ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ ଇଛାପ୍ରକାଶ କରି ତାଙ୍କୁ ସୁଯୋଗ ଦେବାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଚିଠି ଲେଖି ଜଣାଇଛନ୍ତି। ତେବେ ପ୍ରଶ୍ନ ଉଠୁଛି ଯେ, ସେ ସମ୍ବଲପୁର ଆସନକୁ କାହିଁକି ବାଛିଲେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜ ଘର ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚେର ହୋଇଥିବାବେଳେ ସେ ସମ୍ବଲପୁରରୁ କାହିଁକି ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି ତାହାହିଁ ତାଙ୍କ କର୍ମୀ ମହଲରେ ସଂଶୟ ସୃଷ୍ଟି କରିଛି। ଦିନ ଥିଲା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଜ୍ୟ ବିଜେପିର ପୋଷ୍ଟର ବୟ ଥିଲେ। ଏହି ସୁଯୋଗକୁ ସେ ହାତଛଡ଼ା କରି ଅନ୍ୟର ଦୟାରେ ରାଜ୍ୟନୀତି କରିବାକୁ ଅଣ୍ଟାଭିଡ଼ି ବାହାରିଛନ୍ତି।

ଏପରି ହେବାର କାରଣ ହେଉଛି, ଗତ ନିର୍ବାଚନରେ ଶାସକ ବିଜେଡି ଯେଉଁ ଅଯୋଗ୍ୟ ନେତାମାନଙ୍କୁ ଦଳରୁ ଫିଙ୍ଗି ଦେଇଥିଲେ ସେମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସାଉଁଟି ଆଣି ନିଜର ତୋଷାମଦକାରୀ ଗୋଷ୍ଠୀ ତିଆରି କରିଛନ୍ତି। ଏହି ଗୋଷ୍ଠୀ ଇତି ମଧ୍ୟରେ ନିଜକୁ କେନ୍ଦ୍ରମନ୍ତ୍ରୀ ବିବେଚନା କରି ବିଜେପିର ନିଷ୍ଠାପର କର୍ମୀ ଓ ସଂଘର ପ୍ରଚାରକମାନଙ୍କୁ ଦୁର୍ବ୍ୟବାର କରିବାରେ ଲାଗିଛନ୍ତି। ଫଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜର ଦୃଢ଼ ସମର୍ଥକମାନଙ୍କ ଆସ୍ଥା ହରାଇଛନ୍ତି।

ନିକଟରେ ବିଜେପରି କେନ୍ଦ୍ରୀୟ ସଂଗଠନ ପକ୍ଷରୁ ହୋଇଥିବା ଆଭ୍ୟନ୍ତରୀଣ ସର୍ଭେ ରିପୋର୍ଟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏହି ସର୍ଭେର ରିପୋର୍ଟ ଅନୁସାରେ ଢେଙ୍କାନାଳ ଲୋକସଭା ଅନ୍ତର୍ଗତ ଢେଙ୍କନାଳ ସଦର, କାମାକ୍ଷାନଗର, ତାଳଚେର ଓ ପାଲଲହଡ଼ା ବିଧାନସଭା କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଲୋକପ୍ରିୟତା ଆଦୌ ନାହିଁ।

ଏହିସବୁ ବିଧାନସଭା କ୍ଷେତ୍ରରେ ସେ ଦଳୀୟ ସଂଗଠନରେ ଯେଉଁ ବିଭେଦ ସୃଷ୍ଟି କରିଚନ୍ତି ତାର ସେ ପରାଭବ ପାଇବେ। ସେ ଢେଙ୍କାନାଳରୁ ଲୋକସଭା ପ୍ରାର୍ଥୀ ହେଲେ ପରାଜିତ ହେବ ନିଶ୍ଚିତ ବୋଲି ଏହି ରପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଆସିବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜର ମତ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଛନ୍ତି।

ଢେଙ୍କାନାଳ ଲୋକସଭା ସର୍ଭେ ରିପୋର୍ଟ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ କେନ୍ଦ୍ରୀୟ ସଂଗଠନକୁ ଅନୁରୋଧ କରିଛନ୍ତି।

dharmendra pradhan Election2024 କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.