Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାରେ ଚିନ୍ତା ବଢାଇଲାଣି ବିଷାକ୍ତ ତୃଣନାଶକ ପାରାକ୍ୱାଟ, ସଂପୂର୍ଣ୍ଣ ନିଷିଦ୍ଧ ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି
ବିଶେଷ ଖବର

ଓଡ଼ିଶାରେ ଚିନ୍ତା ବଢାଇଲାଣି ବିଷାକ୍ତ ତୃଣନାଶକ ପାରାକ୍ୱାଟ, ସଂପୂର୍ଣ୍ଣ ନିଷିଦ୍ଧ ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି

January 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ଚିନ୍ତା ବଢାଇଲାଣି ବିଷାକ୍ତ ତୃଣନାଶକ ପାରାକ୍ୱାଟ, ସଂପୂର୍ଣ୍ଣ ନିଷିଦ୍ଧ ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି

ଭୁବନେଶ୍ୱର: କୀଟନାଶକର ନିରାପଦ ବ୍ୟବହାର ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ତୃଣନାଶକ ଭାବରେ ବ୍ୟବହୃତ ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବାଟ୍‌ ଏବଂ ଏଥିରୁ ଉତ୍ପନ୍ନ ଅନ୍ୟ ଦ୍ରବ୍ୟର ବିକ୍ରିକୁ ସଂପୂର୍ଣ୍ଣ ରୂପେ ନିଷିଦ୍ଧ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କେନ୍ଦ୍ର ସରକାରଙ୍କୁ ପତ୍ର ଲେଖିଛନ୍ତି ।

ଆଜି ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବଙ୍କୁ ଏହି ପରିପ୍ରେକ୍ଷୀରେ ପତ୍ର ଲେଖି ଜଣାଇଛନ୍ତି ଯେ ସଂପ୍ରତି ପାରାକ୍ୱାଟ ତୃଣନାଶକର ବ୍ୟବହାର ରାଜ୍ୟରେ ଏକ ସାର୍ବଜନିକ ଚିନ୍ତାର ବିଷୟ ହୋଇପଡ଼ିଛି। ମନୁଷ୍ୟ ଓ ପ୍ରାଣୀଙ୍କ ସ୍ୱାସ୍ଥ୍ୟ ଉପରେ ଏହାର କୁପ୍ରଭାବକୁ ରୋକିବା ପାଇଁ ଆଜି ପର୍ଯ୍ୟନ୍ତ କୌଣସି ନିରୋଧକ ଔଷଧ ଉପଲବ୍ଧ ନୁହେଁ।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବିଷାକ୍ତ ରସାୟନିକ ପଦାର୍ଥର ବିକ୍ରୟ/ ମହଜୁଦ/ ବିତରଣ/ ଉତ୍ପାଦନ ଓ ବ୍ୟବହାରକୁ ୨୦୨୩ ମସିହା ଅକ୍ଟୋବର ୫ ତାରିଖରୁ ୯୦ ଦିନ ନିମନ୍ତେ ନିଷିଦ୍ଧ ଘୋଷଣା କରିଛନ୍ତି।

ଡ. ପାଢ଼ୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ରିପୋର୍ଟ ଅନୁସାରେ ପାରାକ୍ୱାଟ ଏବଂ ଏଥିରୁ ଉତ୍ପନ୍ନ ପଦାର୍ଥ ଅତ୍ୟନ୍ତ ବିଷାକ୍ତ ଓ କ୍ଷତିକାରକ ରାସାୟନିକ ଦ୍ରବ୍ୟ ଅଟେ। ମଣିଷର ସ୍ୱାସ୍ଥ୍ୟ ଉପରେ ଏହାର ଅତ୍ୟନ୍ତ କୁପ୍ରଭାବ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ପାରାକ୍ୱାଟ ବ୍ୟବହାର ଦ୍ୱାରା ମୃତ୍ତିକାର ସ୍ୱାସ୍ଥ୍ୟ, ମଣିଷର ସ୍ୱାସ୍ଥ୍ୟ ଏବଂ ପରିବେଶ ଉପରେ ଏହାର ପ୍ରଭାବ ସଂପର୍କରେ କୌଣସି ବୈଜ୍ଞାନିକ ଗବେଷଣା କରାଯାଇନାହିଁ।

ସେହିପରି ରାଜ୍ୟର ଅଗ୍ରଣୀ ଭେଷଜ ଅନୁଷ୍ଠାନ ଭୀମ୍‌ସାର, ବୁର୍ଲାଙ୍କ ରିପୋର୍ଟ ଅନୁଯାୟୀ ପାରାକ୍ୱାଟ ଯୋଗୁ ମଣିଷର ନିଃଶ୍ୱାସପ୍ରଶ୍ୱାସ, ବୃକକ୍‌ ଏବଂ ଯକୃତଜନିତ ସମସ୍ୟା ଉପୁଜି ଉଚ୍ଚ ମୃତୁ୍ୟହାର ଘଟୁଛି। ରିପୋର୍ଟ ଅନୁଯାୟୀ ୨୦୧୭ ସେପେଫମ୍ବର ମାସରୁ ୨୦୧୯ ଅଗଷ୍ଟ ମଧ୍ୟରେ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ୧୪୯ ଜଣ ରୋଗୀଙ୍କ ମଧ୍ୟରୁ ୧୪୦ ଜଣଙ୍କର ମୃତ୍ୟ ଘଟିଛି। ରିପୋର୍ଟରେ ଭୀମ୍‌ସାର କର୍ତ୍ତୃପକ୍ଷ ପାରାକେ୍ୱଟକୁ ସ୍ଥାୟୀ ଭାବରେ ନିଷିଦ୍ଧ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି।

ସେହିପରି ରାଜ୍ୟର ୧୫ଟିରୁ ଅଧିକ ଜିଲ୍ଲାର ଜିଲ୍ଲାପାଳ ଏବଂ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବିଷାକ୍ତ ତୃଣନାଶକ ପାରାକା୍ୱଟ ସେବନ କରି ଅକାଳ ମୃତୁ୍ୟ ଘଟୁଛି ବୋଲି ରିପୋର୍ଟରେ ଦର୍ଶାଇଛନ୍ତି। ଜାନୁଆରୀ ୨୦୨୩ରୁ ଡିସେମ୍ବର ମାସ ମଧ୍ୟରେ ନୟାଗଡ଼ ଜିଲ୍ଲାରେ ୧୩ଜଣ ଚାଷୀ ପାରାକେ୍ୱଟର ବିଷକି୍ରୟା ଯୋଗୁ ମୃତୁ୍ୟବରଣ କରିଛନ୍ତି ବୋଲି ପ୍ରକାଶ। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ପାରାକ୍ୱାଟ ସେବନ ଯୋଗୁ ମୃତୁ୍ୟ ଘଟିବା ଘଟଣା ଅତ୍ୟନ୍ତ ଉଦ୍‌ବେଗଜନକ।

ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ରାଜ୍ୟରେ ତୃଣନାଶକ ପାରାକ୍ୱାଟ ସଂପୂର୍ଣ୍ଣ ନିଷେଧାଜ୍ଞା ଜାରି କରିବା ପାଇଁ ଅନେକ ଅଭିଯୋଗ ଓ ପ୍ରସ୍ତାବ ହସ୍ତଗତ ହୋଇଛି । ପୁନଶ୍ଚ ତୃଣନାଶକ ପାରାକ୍ୱାଟର ଦୀର୍ଘ ସମୟ (୫ ବର୍ଷରୁ ଊଦ୍ଧ୍ୱର୍) ଧରି ବ୍ୟବହାର କରିବା ଯୋଗୁ ମଣିଷ, ପ୍ରାଣୀ ଏବଂ ଫସଲ ଉତ୍ପାଦନ ଓ ଉତ୍ପାଦିକତା ଉପରେ ପ୍ରତିକୂଳ ପ୍ରଭାବ ପଡ଼ୁଛି।

ଉପରୋକ୍ତ ତଥ୍ୟଗୁଡ଼ିକ ପରିପ୍ରେକ୍ଷୀରେ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରୁ ଭାରତ ସରକାରଙ୍କ ଦ୍ୱାରା ଓଡ଼ିଶାରେ ପାରାକ୍ୱାଟର ବିକି୍ର/ ବିତରଣ/ ଉତ୍ପାଦନ ଏବଂ ବ୍ୟବହାରକୁ ତୁରନ୍ତ କୀଟନାଶକ ଆଇନ ୧୯୬୮ର ଧାରା ୨୭ (୨) ଅନୁଯାୟୀ ସଂପୂର୍ଣ୍ଣ ରୂପେ ନିଷିଦ୍ଧ କରିବା ପାଇଁ ପତ୍ରରେ ଅନୁରୋଧ କରାଯାଇଛ।

agriculture କୃଷି
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ଗୁଜରାଟରେ ଦେଶର ପ୍ରଥମ ବନ୍ଦର-ଭିତ୍ତିକ ‘ଇ-ମିଥାନଲ୍’ ପ୍ଲାଣ୍ଟ: ୩୫୦୦ରୁ ଅଧିକ ସୃଷ୍ଟି ହେବ ନିଯୁକ୍ତି

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.