Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଡିଏର ଜବରଦଖଲ ଉଚ୍ଛେଦ ପାଇଁ ରହିବେ ସ୍ବତନ୍ତ୍ର ପୋଲିସ, ୬୭ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ବିଶେଷ ଖବର

ବିଡିଏର ଜବରଦଖଲ ଉଚ୍ଛେଦ ପାଇଁ ରହିବେ ସ୍ବତନ୍ତ୍ର ପୋଲିସ, ୬୭ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

January 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଡିଏର ଜବରଦଖଲ ଉଚ୍ଛେଦ ପାଇଁ ରହିବେ ସ୍ବତନ୍ତ୍ର ପୋଲିସ, ୬୭ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଏଣିକି ରାଜଧାନୀରେ ଜବରଦଖଲକାରୀଙ୍କୁ ହଟାଇବା ପାଇଁ ଗଠନ ହେବ ସ୍ବତନ୍ତ୍ର ପୋଲିସ ବଳ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଚଢାଉ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି।

ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍‌ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ। ଏହି ପଦବୀଗୁଡିକ ହେଲା- ୧ଟି ଆସିଷ୍ଟାଣ୍ଡ କମିଶନର ଅଫ ପୋଲିସ, ୬ ଟି ଆସିଷ୍ଟାଣ୍ଡ ସବ ଇନିସ୍ପେକ୍ଟର ଏବଂ ୬୦ଟି ପୋଲିସ କନେଷ୍ଟବଳ।

ଭୁବନେଶ୍ୱର ପୂର୍ବ ଭାରତର ଏକ ଦୃତ ଅଭିବୃଦ୍ଧିଶୀଳ ସହର। ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି ଜଏଣ୍ଟ ଚିମ ଓ ୫ଟି ରିଜର୍ଭ ଟିମର ଆବଶ୍ୟକତା ଥିଲା।

ପ୍ରତି ଟିମ୍‌ରେ ୨ଜଣ ପୁଲିସ୍‌ କନେଷ୍ଟବଳ ରହିବେ। ଏହି ଟିମ୍‌ଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ ଆସିଷ୍ଟାଣ୍ଡ କମିଶନର, ୬ ଜଣ ଏଏସଆଇ କାର୍ଯ୍ୟ କରିବେ। ଏହି ପଦବୀଗୁଡିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ୱିତ ହେବ।

ବର୍ତ୍ତମାନ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଜବରଦଖଲ ଉଚ୍ଛେଦ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା।ଏହାକୁ ଦୂର କରିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

bda ଜବରଦଖଲ ଉଚ୍ଛେଦ ବିଡିଏ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.