ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା କଣ ପୁଣି କଂଗ୍ରେସକୁ ଫେରିବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

Published: Jan 4, 2024, 6:48 pm IST
srikant

ଭୁବନେଶ୍ବର: ଓଡିଶାର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ପୁଣି କଂଗ୍ରେସକୁ ଫେରିବେ। ଏ ନେଇ ଓଡିଶା ରାଜନୀତିରେ ଚାଲିଛି ଜୋରଦାର ଚର୍ଚ୍ଚା। ଏହି ଚର୍ଚ୍ଚାକୁ ନା କଂଗ୍ରେସ ଦଳ ନା ନିଜେ ଶ୍ରୀକାନ୍ତ ଜେନା ଖଣ୍ଡନ କରି ନାହାଁନ୍ତି।

ତେବେ ବିଶେଷ ସୁତ୍ର ଅନୁସାରେ ଶ୍ରୀକାନ୍ତ କୁଆଡେ କଂଗ୍ରେସ ଫେରିବାକୁ ଏଆଇସିସିକୁ ଅନୁରୋଧ କରିଛନ୍ତି। କାରଣ ସେ ରାଜନୀତିରେ ଯେଉଁ ପତିୟାରା ଦେଖାଇ ଥିଲେ କଂଗ୍ରେସରୁ ବହିସ୍କାର ପରେ ତାହା ସଂପୂର୍ଣ୍ଣ ଭାଙ୍ଗିଯାଇଛି। ତେଣୁ ତାଙ୍କ ଉପରୁ ବହିସ୍କାର ଆଦେଶ ପ୍ରତ୍ୟାହାର କରିବା ପାଇଁ କୁଆଡେ ଶ୍ରୀକାନ୍ତଙ୍କ ଏକ ଗୋଷ୍ଠୀ ଦିଲ୍ଲୀରେ ଲବି କରୁଛନ୍ତି।

ତେବେ ଏ ନେଇ ଶ୍ରୀକାନ୍ତ କିଛି କହି ନ ଥିଲେ ମଧ୍ୟ ତାଙ୍କ କଥାରୁ ସ୍ପଷ୍ଟ ବାରି ହୋଇପଡୁଛି ଯେ, ସେ ପୁଣି ଥରେ କଂଗ୍ରେସକୁ ଫେରିବେ। ସେ କଂଗ୍ରେସରୁ ବହିସ୍କୃତ ହେବା ପରେ କେବେ ବି ଦଳ ବିରୋଧରେ କହି ନାହିଁ ବୋଲି ଶ୍ରୀକାନ୍ତ କହିଛନ୍ତି। ଏପରିକି ରାହୁଳ ଗାନ୍ଧି କିମ୍ବା ସୋନିଆଙ୍କ ବିରୋଧରେ ମଧ୍ୟ କିଛି କହି ନାହିଁ।

ଶ୍ରୀକାନ୍ତ ଜେନା ତିନିଥର ବିଧାୟକ ଏବଂ ଚାରିଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଗୁଜୁରାଲ, ଦେବଗୈଡା ଏବଂ ମନମୋହନ ସିଂ ପ୍ରଧାନମନ୍ତ୍ରୀତ୍ବ ବେଳେ କେନ୍ଦ୍ରମନ୍ତ୍ରୀ ଥିଲେ। ସେ ପର୍ଯ୍ୟଟନ, ସାର ଓ ରସାୟନ, କୃଷି ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ରହିଛନ୍ତି। ସେ ଏକଦା ବିଜୁବାବୁଙ୍କର ଅତି ଘନିଷ୍ଠ ବ୍ୟକ୍ତି ଭାବେ ପରିଚିତ ଥିଲେ।

Related posts