Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ମା’ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର
ବିଶେଷ ଖବର

ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ମା’ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର

January 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ମା'ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର

ଭୁବନେଶ୍ବର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।

ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।

ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।

5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ।

ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି। ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି।

ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି। ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଙ୍କୁ ନିମନ୍ତ୍ରଣ ପୂର୍ବରୁ ସେମାନେ ମା ସମଲେଶ୍ବରୀ ଙ୍କୁ ପୂଜା କରି ମା ପାଟଣେଶ୍ୱରୀ ମା ଦଶମତୀ ମା ବାଟ ମଙ୍ଗଳା ବାବା ସୋମନାଥ ଙ୍କୁ ଏବଂ ଭୁବନେଶ୍ଵର ରେ ଲିଙ୍ଗରାଜ ମହାପ୍ରଭୁ ଙ୍କୁ ନିମନ୍ତ୍ରଣ କରିଥିଲେ।

Maa Samalei Prakalpa sambalpur ମା ସମଲେଇ ପ୍ରକଳ୍ପ ମା ସମଲେଶ୍ବରୀ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Latest News

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.