Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ: ମାଲକାନଗିରିରେ ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ: ମାଲକାନଗିରିରେ ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ ଆଗେଇଲା ମାଲକାନଗିରି। ଆକାଶ  ପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରି  ସ୍ୱପ୍ନ ପୁରଣ ହୋଇଛି। ମାଲକାନଗିରି  ଆକାଶପଥ ମାନଚିତ୍ର ରେ  ସ୍ଥାନିତ  ହୋଇଛି। ଏହା ଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ ପୂର୍ବରୁ କୋରାପୁଟର ଜୟପୁର, କଳାହାଣ୍ଡିର ଉତ୍‌କେଲା, ରାଉରକେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ବିମାନବନ୍ଦର ସ୍ଥାପନ କରାଯାଇଛି। ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତ୍ତୀ ଅଞ୍ଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଉଦ୍‌ଘାଟନ ସମୟରେ ମୁଖମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

ଆଜି ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପ  ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି।

ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି  ସ୍ଥାନୀୟ ଜନସାଧାରଣଙ୍କ ସହିତ  ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ। ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ ୪୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପର ଡ଼ିପିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ ଆୟୋଗକୁ ପ୍ରେରଣ କରାଯାଇଅଛି। ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ଵାରା ଜଳସେଚନର ବ୍ୟବସ୍ଥା ରହିଛି।

ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ ୧.୫୦ ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ।

ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଅଛି।

ନବୀନ ପଟ୍ଟନାୟକ ବିମାନ ବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Latest News

ଆଜି ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 27, 2026

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.