Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟପାଳ ରଘୁବର ଦାସଙ୍କ ଦ୍ବାରା ଉଦଜାପିତ ହେଲା ‘କୃଷି ଓଡ଼ିଶା-୨୦୨୪’
ବିଶେଷ ଖବର

ରାଜ୍ୟପାଳ ରଘୁବର ଦାସଙ୍କ ଦ୍ବାରା ଉଦଜାପିତ ହେଲା ‘କୃଷି ଓଡ଼ିଶା-୨୦୨୪’

January 15, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟପାଳ ରଘୁବର ଦାସଙ୍କ ଦ୍ବାରା ଉଦଜାପିତ ହେଲା ‘କୃଷି ଓଡ଼ିଶା-୨୦୨୪’

ଭୁବନେଶ୍ବର: ମହିଳାଙ୍କ ବିନା କୌଣସି ରାଷ୍ଟ୍ରର ପ୍ରଗତିର କଳ୍ପନା କରିହେବ ନାହିଁ । ଭାରତର ତଥା ରାଜ୍ୟର ବିକାଶରେ ମାତୃଶକ୍ତିର ଯେଉଁ ଯୋଗଦାନ ରହିଛି, ଦୁନିଆରେ ତା’ର ତୁଳନା ନାହିଁ । କୃଷି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ ମହିଳାମାନେ ଦୁଇପାଦ ଆଗକୁ ଯାଇ କାମ କରୁଛନ୍ତି । କୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ ଆଦି ସବୁଥିରେ ମହିଳାମାନେ ଅଗ୍ରଣୀ ଭୂମିକା ନିର୍ବାହ କରି ରାଜ୍ୟର ବିକାଶରେ ସେମାନଙ୍କ ଯୋଗଦାନକୁ ପ୍ରତିପାଦନ କରିଛନ୍ତି ବୋଲି ରାଜ୍ୟପାଳ ଶ୍ରୀ ରଘୁବର ଦାସ କହିଛନ୍ତି ।

ଗତକାଲି କୃଷି ଓଡ଼ିଶା-୨୦୨୪ର ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ କୃଷି ଉତ୍ପାଦକ ଓ ଉତ୍ପାଦିକତାର ଅଧିକ ବୃଦ୍ଧି କରି ରାଜ୍ୟର ଶସ୍ୟ ଭଣ୍ଡାରକୁ ସମୃଦ୍ଧ କରିବା ପାଇଁ କୃଷକମାନଙ୍କୁ ଅଧିକ ପରିମାଣର ଅତ୍ୟାଧୁନିକ ବୈଜ୍ଞାନିକ ଜ୍ଞାନକୌଶଳ ଓ ଆଧୁନିକ ସୁବିଧାସୁଯୋଗ ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଓଡ଼ିଶା କୃଷିକୁ ଏକ ନୂତନ ଶିଖରରେ ପହଞ୍ଚାଇବା ପାଇଁ କୃଷକମାନଙ୍କ ନିକଟରେ ସାମର୍ଥ୍ୟ ରହିଛି ବୋଲି ସେ କହିଥିଲେ।

ମହିଳା ଚାଷୀମାନଙ୍କୁ ଆଧୁନିକ ଯନ୍ତ୍ରପାତି ଓ ଜ୍ଞାନକୌଶଳ ବ୍ୟବହାର କରିବା ଲାଗି ଆହ୍ୱାନ ଦେବା ସହ ନିଜ ଉପିାଦର ଭଲ ପ୍ୟାକେଜିଂ ଓ ମାର୍କେଟିଂ କରିବା ଉପରେ ଧ୍ୟାନ ଦେବାକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡ଼ିକୁ କହିଛନ୍ତି। ଜନଜାତି ଅଂଚଳରେ ପୁରୁଷମାନଙ୍କ ତୁଳନାରେ ମହିଳାମାନଙ୍କ ଯୋଗଦାନ ଢ଼େର ଅଧିକ। ସେମାନଙ୍କ ପାଇଁ ପରିବାର ପ୍ରତିପୋଷଣ ସମ୍ଭବ ହେଉଛି। ଗ୍ରାମୀଣ କ୍ଷେତ୍ରର ବିକାଶ ହେଲେ ଦେଶର ବିକାଶ ତ୍ୱରାନ୍ୱିତ ହୋଇପାରିବ ଏବଂ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ସେ କହିଛନ୍ତି।

ରାଜ୍ୟର ମିଶନ ଶକ୍ତି ଦ୍ୱାରା ଉତ୍ପାଦିତ କୃଷିଜାତ ଦ୍ରବ୍ୟକୁ ମୂଲ୍ୟଯୁକ୍ତ କରି ମହିଳାମାନେ ଜୀବିକାର୍ଜନ ସହ ଆୟବୃଦ୍ଧି କରିପାରୁଛନ୍ତି। କୃଷିକ୍ଷେତ୍ର ସହିତ କୃଷି ଶିକ୍ଷା କ୍ଷେତ୍ରରେ ମଧ୍ୟ ମହିଳାମାନଙ୍କର ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇଛି ବୋଲି ସେ କହିଥିଲେ। ‘କୃଷି ଓଡ଼ିଶା’ ମହିଳା କୃଷକଙ୍କ ସମୃଦ୍ଧି ଓ ସଶକ୍ତିକରଣ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବ ବୋଲି ରାଜ୍ୟପାଳ ଆଶା ପ୍ରକାଶ କରିଥିଲେ।

‘କୃଷି ଓଡ଼ିଶା’ ରାଜ୍ୟରେ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଥିବା ଅପାର ସମ୍ଭାବନା ଓ ନିବେଶ ସୁଯୋଗକୁ ପ୍ରଦର୍ଶିତ କରିଛି। ଓଡ଼ିଶା ଫସଲ ଉତ୍ପାଦନ ଏବଂ ଉତ୍ପାଦିକତାରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ କୃଷିକର୍ମଣ ପୁରସ୍କାର ପ୍ରାପ୍ତ ହେବା ରାଜ୍ୟ ପାଇଁ ତଥା କୃଷକଙ୍କ ପାଇଁ ଗୌରବର ବିଷୟ ବୋଲି ମାନ୍ୟବର ରାଜ୍ୟପାଳ କହିଥିଲେ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତିି ଯେ, ସବଡିଭିଜନ ସ୍ତରରେ ଆୟୋଜନ କରାଯାଇଥିବା ମେଳା ବେଶ ସଫଳ ହୋଇଛି।

ପ୍ରାୟ ୧୪୦୦ କୋଟି ଟଙ୍କାର କୃଷି ଯନ୍ତ୍ରପାତି କାରବାର ସହ ୫୦୦ କୋଟି ଟଙ୍କାର ସବ୍‌ସିଡି ଦିଆଯିବାର ଲକ୍ଷ୍ୟ ରଖାଯାଇଛି । ଚାଷୀଙ୍କ ହାତକୁ ଟଙ୍କା ଦେବା, ରୋଜଗାର ସୃଷ୍ଟି କରିବା ଓ ଉପିାଦନ ବଢ଼ାଇବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଚଳିତ ସବ୍‌ଡିଭିଜନ୍‌ସ୍ତରୀୟ କୃଷି ମେଳାର ସଫଳତା ଦୃଷ୍ଟିରୁ ଆଗାମୀ ଦିନରେ କୃଷି ଯନ୍ତ୍ରପାତି ମେଳାକୁ ବ୍ଲକ୍‌ ସ୍ତରରେ ଆୟୋଜନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରକାଶ କରିଛନ୍ତି ।

ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଛନ୍ତିି ଯେ, ଜଳ ବିନା ଚାଷ କାମ ହୋଇପାରିବନି। ତେଣୁ ଜଳ ସମ୍ପଦ ବିଭାଗ ଓ କୃଷି ବିଭାଗ ମଧ୍ୟରେ ସମନ୍ୱୟ ଉପରେ ଗୁରୁତ୍ୱ ଦିଆଯାଉଛି। ରାଜ୍ୟ ସରକାର ମହିଳାମାନଙ୍କ ଉନ୍ନତିକୁ ପ୍ରାଥମିକତା ଦେଉଥିବାବେଳେ ସେମାନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥନୀତିର ପ୍ରତିଟି କ୍ଷେତ୍ରରେ ସେମାନଙ୍କ ଯୋଗଦାନକୁ ସୁନିଶ୍ଚିତ କରିବା ଲାଗି ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଛନ୍ତି।

କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସ୍ୱାଗତ ଭାଷଣ ଦେଇ କହିଛନ୍ତି ଯେ, କୃଷି କ୍ଷେତ୍ରର ନିରନ୍ତର ରୂପାନ୍ତରଣ ପାଇଁ ମହିଳାମାନଙ୍କ ଯୋଗଦାନ ନିତାନ୍ତ ଆବଶ୍ୟକ। ସେମାନଙ୍କ ଯୋଗଦାନ ବିନା ଏହି କ୍ଷେତ୍ରର ପ୍ରଗତି ଅସମ୍ଭବ। ସରକାର ମହିଳା ଚାଷୀମାନଙ୍କୁ ନଜରରେ ରଖି ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରିଛନ୍ତି। ସେମାନଙ୍କ ସମୃଦ୍ଧି ଓ ସମ୍ମାନରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ଡ. ପାଢ଼ୀ ପ୍ରକାଶ କରିଛନ୍ତି ।

ଏହି ଅବସରରେ ମାନ୍ୟବର ରାଜ୍ୟପାଳ ବିଭିନ୍ନ ଜିଲ୍ଲାର ସଫଳ ଚାଷୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ଷ୍ଟଲ ଏବଂ କୁଇଜ୍‌ ଓ ବକ୍ତୃତା ପ୍ରତିଯୋଗତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।
କୃଷି ଓଡ଼ିଶା ୨୦୨୪କୁ ଆହୁରି ଆକର୍ଷଣୀୟ କରିବା ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍‌ ଓ ବକ୍ତୃତା ପ୍ରତିଯୋଗିତା, ପରୀକ୍ଷାମୂଳକ ଜଳକ୍ରୀଡ଼ା, ସ୍ଥାନୀୟ କୃଷକ ଗୀତ, କାହାଣୀ, ପୋଷ୍ଟକାର୍ଡ ବିନିମୟ ସହ କୃଷକ ସୁବିଧା କେନ୍ଦ୍ର ଓ ଏକ ପରୀକ୍ଷାମୂଳକ ଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। କୃଷି ଓ ଖାଦ୍ୟ ଉପିାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମ ଚନ୍ଦ୍ର ଚୌଧାରୀ ଧନ୍ୟବାଦ ଅର୍ପଣ କରିଥିଲେ।

କୃଷି ଓଡିଶା ରଘୁବର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026
Latest News

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026

ଆଜି ମାର୍ଚ୍ଚ ୨୦ ତାରିଖ ଶୁକ୍ରବାର ଖୋଲିବ ଏହି ରାଶିଗୁଡିକର ଭାଗ୍ୟ

March 20, 2026

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.