Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ କଲେ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା
ବିଶେଷ ଖବର

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ କଲେ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

January 20, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ କଲେ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ ।

ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡାରେ ୧୫ ହଜାର ରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ।

ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୦ରେ ଅନ୍ତଃ ନଦୀ ଜଳାଶୟ (Instream Storage) ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି।

ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା।

ଏଥି ସହିତ ସେ ଆହୁରି ମଧ୍ୟ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି।

ସେ କହିଲେ ତାଙ୍କ ନିର୍ଦ୍ଦେଶରେ 5T ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

ସେ ପୁଣି କହିଥିଲେ ଯେ 5T ଉପକ୍ରମରେ ଏହି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ।

ରାଜ୍ୟରେ ଚାଷୀମାନଙ୍କର କଲ୍ୟାଣାର୍ଥେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ। ଆମର କାଳିଆ ଯୋଜନା, କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଇତ୍ୟାଦି କାର୍ଯ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରିଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ। ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି। ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି।

କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ।

ବଉଦ କଣ୍ଟାମାଳ ରେ ଉପସ୍ଥିତ ବିଧାୟକ ଶ୍ରୀ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ତିନି ଜଣ ଚାଷୀ ସେମାନଙ୍କ ମତାମତ ଦେଇଥିଲେ। କେସିଙ୍ଗାରେ ଶ୍ରୀ ପାନାଲାଲ ବେମାଲ, ଆଖୁଆପଦାରେ ଶ୍ରୀ ଶରତ ଚନ୍ଦ୍ର ଜେନା ଓ ବୀରମହାରାଜପୁରରେ ଶ୍ରୀ ବିବଶ୍ୱତି ପଣ୍ଡା ପ୍ରମୁଖ ମତ ଦେଇ କହିଲେ ଯେ ଏହି ପ୍ରକଳ୍ପ ଦ୍ୱାରା ଆମ ଭଳି ଚାଷୀ ମାନଙ୍କର ମରୁଡି ସମସ୍ୟା ଦୂର ହେବ। ଆମେ ବିଭିନ୍ନ ପ୍ରକାର ଚାଷ କରିପାରିବୁ ଓ ପିଇବା ପାଣିର ସମସ୍ୟା ମଧ୍ୟ ରହିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିତ୍କ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇଥିଲେ। ବିଭାଗୀୟ EIC ଧନ୍ୟବାଦ୍ ଦେଇଥିଲେ। ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.