Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖର୍ଗେ, ସଭା ପରିଚାଳନା ପାଇଁ ପିସିସି ଗଠନ କଲା ଏକ ବଡ କମିଟି
ବିଶେଷ ଖବର

ଓଡିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖର୍ଗେ, ସଭା ପରିଚାଳନା ପାଇଁ ପିସିସି ଗଠନ କଲା ଏକ ବଡ କମିଟି

January 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖର୍ଗେ ଆସନ୍ତା ଜାନୁୟାରୀ ୨୯ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। ଉକ୍ତ କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି।

ଅନୁମୋଦନ ପାଇଥିବା ଉକ୍ତ କମିଟିର ଅଧ୍ୟକ୍ଷ ଭାବେ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା ରହିଛନ୍ତି। ସେହିଭଳି ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ, ବିଧାୟକ ତଥା ପିସିସି କୋଷାଧ୍ୟକ୍ଷ ଶ୍ରୀ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଅଛନ୍ତି।

ସେହିପରି ପୂବର୍ତନ ଅର୍ଥମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ଶ୍ରୀ ପଂଚାନନ କାନୁନ୍‌ଗୋ, ପୂବର୍ତନ ମନ୍ତ୍ରୀ ତଥା ପିସିସି ବରିଷ୍ଠ ଉପସଭାପତି ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମ ସାହୁ, ପୂର୍ବତନ ବାଚସ୍ପତି ଶ୍ରୀ କିଶୋର ଚନ୍ଦ୍ର ପଟେଲ, ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ଶ୍ରୀ ବିଜୟ ପଟ୍ଟନାୟକ, ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ପିସିସି ବରିଷ୍ଠ ଉପସଭାପତି ତଥା ବିଧାୟକ ତାରାପ୍ରସାଦ ବାହିନିପତି ଅଛନ୍ତି।

ଏଥିସହିତ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ଜେନା, ଏଆଇସିସି ସମ୍ପାଦକ ତଥା ସାଂସଦ ସପ୍ତଗିରୀ ଶଙ୍କର ଉଲ୍ଲାକା, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଭକ୍ତଚରଣ ଦାସ, ପୂର୍ବତନ କଂଗ୍ରେସ କାର୍ଯ୍ୟକାରୀ କମିଟି ସଦସ୍ୟା ତଥା ପୂର୍ବତନ ସାଂସଦ ଶ୍ରୀ ସୁଶିଳା ତିରିଆ, ପୂବର୍ତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଡ.ରାମଚନ୍ଦ୍ର ଖୁଂଟିଆ ସଦସ୍ୟ ଅଛନ୍ତି।

ଏଆଇସିସି ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଶରତ ରାଉତ, ବିଧାୟକ ଶ୍ରୀ ଅଧିରାଜ ମୋହନ ପାଣିଗ୍ରାହି, ବିଧାୟକ ଶ୍ରୀ ସି.ଏସ୍‌.ରାଜନ୍ ଏକ୍କା, ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ଦାସରଥି ଗମାଙ୍ଗ, କଟକ ନଗର କଂଗ୍ରେସ ସଭାପତି ଶ୍ରୀ ସୁରେଶ ମହାପାତ୍ର, କଟକ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମାନସ ରଞ୍ଜନ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ, ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଜୟନାରାୟଣ ପଟ୍ଟନାୟକ ପ୍ରମୁଖ ଉକ୍ତ କମିଟିରେ ରହିଛନ୍ତି ।

ଅନୁରୁୂପ ଭାବେ ଉକ୍ତ କମିଟିରେ ରାଜ୍ୟ କଂଗ୍ରେସର ସମସ୍ତ ଛାମୁଆ ସଂଗଠନ, ବିଭାଗ, ପ୍ରକୋଷ୍ଠର ସଭାପତି ଏବଂ ମୁଖ୍ୟମାନେ ସଦସ୍ୟମାନେ ସ୍ଥାନ ପାଇଛନ୍ତି ବୋଲି ପିସିସି ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

Election2024 କଂଗ୍ରେସ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ2024 ମଲ୍ଲିକାର୍ଜୁନ ଖର୍ଗେ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.