Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ଅସ୍ମିତା ପାଇଁ ଲଢେଇ ହେବ ଜୋର୍‌ଦାର: କଂଗ୍ରେସ
ବିଶେଷ ଖବର

ଓଡ଼ିଶା ଅସ୍ମିତା ପାଇଁ ଲଢେଇ ହେବ ଜୋର୍‌ଦାର: କଂଗ୍ରେସ

January 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ମହମ୍ମଦ ମୁକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳଙ୍କ ନିଲମ୍ବନ ପ୍ରତ୍ୟାହାର ହୋଇଥିବାବେଳେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତିି ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ। ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଦଳ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡକ୍ଟର ଅଜୟ କୁମାର ଏ ସଂପର୍କରେ ଘୋଷଣା କଲେ। ଡ. ଅଜୟ କୁମାର କହିଥିଲେ ଯେ ରାଜ୍ୟରେ ଯେପରି ବିଚିତ୍ର ସ୍ଥିତି ଦେଖିବାକୁ ମିଳୁଛି, ସେଥିରୁ ସ୍ପଷ୍ଟ ଯେ ଓଡ଼ିଶାର ଅସ୍ମିତା ଏକ ସଂକଟକାଳ ଦେଇ ଗତି କରୁଛି। ଦିନକୁ ଦିନ ଅଣଓଡ଼ିଆଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି, ଯେପରି ବିଜେଡି ପୋଷ୍ଟରରୁ ବିଜୁଙ୍କ ଫଟୋକୁ ଆଉଟ୍ କରି ପାଣ୍ଡିଆନ୍‌ଙ୍କ ଫଟୋକୁ ଇନ୍ କରାଯାଉଛି ତାହା ଦର୍ଶାଉଛି ଯେ ଆଗାମୀ ଦିନରେ ନବୀନଙ୍କ ଫଟୋ ମଧ୍ୟ ଗାଏବ ହୋଇଯିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ। ରାଜ୍ୟରେ ଅଣଓଡ଼ିଆ ଶାସନର ମଙ୍ଗ ଧରିବା, ଖଣିଖାଦାନକୁ ଲୁଟ୍ କରିବା, ବାହାର ରାଜ୍ୟର ଠିକାଦାରମାନଙ୍କ ହାତରେ ଓଡ଼ିଶାକୁ ଟେକିଦେବା ଆଦି ଘଟଣା ସ୍ୱାଭିମାନୀ ଓଡ଼ିଆଙ୍କୁ ବ୍ୟଥିତ କରିଛି। ସ୍ମରଣ କରାଯାଇପାରେ ଯେ ଓଡ଼ିଶା ଓଡ଼ିଆଙ୍କର, ଓଡ଼ିଆଙ୍କ ଦ୍ୱାରା ଏବଂ ଓଡ଼ିଆଙ୍କ ପାଇଁ ସର୍ବୋପରି ଓଡ଼ିଶାର ଅସ୍ମିତା ପ୍ରତ୍ୟେକ ଓଡ଼ିଆଙ୍କ ଧେୟ ହେବା ଉଚିତ୍।

ଆଗାମୀ ୨୯ ତାରିଖ ଦିନ ଓଡ଼ିଆଙ୍କ ଅସ୍ମିତା ପାଇଁ ହେଉଥିବା ଲଢେଇରେ ସାମିଲ ହେବେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ। ଏହି କାର୍ଯ୍ୟକ୍ରମରେ ପ୍ରତିଟି ସ୍ୱାଭିମାନୀ ଓଡ଼ିଆଙ୍କୁ ସାମିଲ୍ ହେବା ପାଇଁ ନିବେଦନ କରାଯାଉଛି। କଂଗ୍ରେସ ହିଁ ରାଜ୍ୟର ପ୍ରମୁଖ ବିରୋଧି ଦଳ। କଂଗ୍ରେସକୁ ଏକ ସଶକ୍ତ ବିକଳ୍ପ ରାଜନୈତିକ ଦଳ ଭାବେ ଆଗକୁ ଆଣିବା ପାଇଁ ଦଳରେ ଯୋଗଦେବାକୁ ଇଛୁକ ସମସ୍ତ ନେତା ଓ କର୍ମୀଙ୍କୁ ସ୍ୱାଗତ କରାଯିବା।

ଦେଶ ପ୍ରସଙ୍ଗରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡକ୍ଟର ଅଜୟ କୁମାର କହିଛନ୍ତି ଯେ ସଂପ୍ରତି ଦେଶର ହିନ୍ଦୁମାନେ ବିଜେପି ହିନ୍ଦୁ ଓ ସନାତନୀ ହିନ୍ଦୁ ଭାବେ ଦୁଇ ଭାଗରେ ବାଂଟି ହୋଇଛନ୍ତି। ବିଜେପି ହିନ୍ଦୁମାନେ ସନାତନୀ ହିନ୍ଦୁମାନଙ୍କୁ ଅନେକ ସ୍ଥାନରେ ମନ୍ଦିର ପ୍ରବେଶ କରିବାକୁ ନ ଦେବା, ବିଦ୍ୱେଷଭାବ ସୃଷ୍ଟିକରିବା ଏପରିକି ରାସ୍ତାରେ ଯିବାକୁ ଅନୁମତି ଦେଉ ନଥିବା ଭଳି ଘଟଣା ଘୃଣା ରାଜନୀତିକୁ ପ୍ରୋତ୍ସାହିତ କରୁଛି। ବିଜେପି ଦଳ ଏବଂ ଏହାର ନେତୃତ୍ୱ ଧର୍ମଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ହିନ୍ଦୁ ବିରୋଧି କହିବା ଦୁର୍ଭାଗ୍ୟଜନକ। ଏହି ମର୍ମରେ ଓଡ଼ିଶା କଂଗ୍ରେସ ପ୍ରଭାରୀ କହିଛନ୍ତି ଯେ ସମ୍ବିଧାନ ଓ ଗଣତନ୍ତ୍ରର ସୁରକ୍ଷା ଏବଂ ବ୍ୟକ୍ତି ଅଧିକାରକୁ ସୁନିଶ୍ଚିତ କରିବା ପାଇଁ ଦେଶରେ ତୃତୀୟ ସ୍ୱାଧୀନତା ସଂଗ୍ରାମର ଆବଶ୍ୟକତା ରହିଛି। ବିଜେପିର ଏକଛତ୍ରବାଦ ଶାସନ ବିରୁଦ୍ଧରେ ତମାମ ଦେଶରେ ଜାଗରଣର ଆବଶ୍ୟକତା ରହିଥିବାବେଳେ ସଭିଙ୍କୁ ନ୍ୟାୟ ଦେବା ଲାଗି କଂଗ୍ରେସ ପ୍ରତିଶ୍ରୁତିବଦ୍ଧ।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ କଂଗ୍ରେସ କମିଟି ସଭାପତି ଜୟଦେବ ଜେନା ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅଧକ୍ଷଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀର ବିବରଣୀ ପ୍ରଦାନ କରିଥିବାବେଳେ ମିଡିଆ କମିଟିର ଅଧ୍ୟକ୍ଷ ଡଃ ବିଶ୍ୱରଂଜନ ମହାନ୍ତି ଓଡ଼ିଶା ଅସ୍ମିତା ପାଇଁ ହେଉଥିବା ଲଢେଇରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ସହ-ପ୍ରଭାରୀ ଖ୍ରୀଷ୍ଟୋଫର ତିଲକ, ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଓ ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026

ଓଲଟିଲା ବସ : ୨୦ ଗୁରୁତର

April 28, 2026

ତରଭୁଜ ଖାଇ ସମ୍ପୂର୍ଣ୍ଣ ପରିବାରର ମୃତ୍ୟୁ! ବଜାରରୁ ଫଳ କିଣିବା ସମୟରେ ଏହି କଥାଗୁଡ଼ିକ ମନେ ରଖନ୍ତୁ, ନଚେତ୍ ଆସିପାରେ ବିପଦ

April 28, 2026

ଆଜି ଏପ୍ରିଲ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.