Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ
ବିଶେଷ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

January 24, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।

ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂ5Tପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ।

ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି। ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି।

ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ। ଏଥିସହିତ ଆହୁରି ମଧ୍ୟ କହିଥିଲେ ଯେ ଏହି ରୂପାନ୍ତରିତ ସ୍କୁଲ ଗୁଡିକ ହେଉଛି ଆପଣମାନଙ୍କ ସମ୍ପତ୍ତି, ରାଜ୍ୟବାସୀଙ୍କ ସମ୍ପତ୍ତି। ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ସମସ୍ତେ ଦାୟିତ୍ବବାନ ହେବାକୁ ସେ ପରାମର୍ଶ ଦେଇଥିଲେ।

ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଖୋର୍ଦ୍ଧା ଜିଲ୍ଲାର ନବମ ଶ୍ରେଣୀର ଛାତ୍ରୀ ଶୁଭଲକ୍ଷ୍ମୀ ଷଡ଼ଙ୍ଗୀ, ସୁବର୍ଣ୍ଣପୁରର ଦଶମ ଶ୍ରେଣୀ ଛାତ୍ରୀ ରୀମା ଦେହୁରୀ, ପୁରୀର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱରୂପା ମିଶ୍ର, ନୟାଗଡ଼ର ନବମ ଶ୍ରେଣୀ ଛାତ୍ରୀ ଶ୍ରୀୟା ମିଶ୍ର , ବୌଦ୍ଧର ନବମ ଶ୍ରେଣୀ ଛାତ୍ରୀ ଭାବନା ଧଳ ଏବଂ ନବରଙ୍ଗପୁରର ନବମ ଶ୍ରେଣୀ ଛାତ୍ରୀ ଅକ୍ଷରା ରାଣୀ କୋରକରା ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ 5T ଉପକ୍ରମ ଆମ ବିଦ୍ୟାଳୟର ସ୍ୱରୂପ ବଦଳାଇ ଦେଇଛି। ରୂପାନ୍ତରିତ ସ୍କୁଲର ସମସ୍ତ ସୁବିଧା ସୁଯୋଗ ଆମ ମନରେ ଆଣିଦେଉଛି ଗଭୀର ଆତ୍ମବିଶ୍ବାସ।

ଡାକ୍ତର, ଇଂଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ ଆମ ପ୍ରତି ମୁଖ୍ୟମନ୍ତ୍ରୀଙ୍କର ଅମୂଲ୍ୟ ଉପହାର ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ ଇଲୋକ୍ଟ୍ରୋନିକ୍‌ସ, ସୂଚନା ଓ ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ନବରଙ୍ଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଖୋର୍ଦ୍ଧାରେ ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ଏବଂ ନୟାଗଡରେ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇ କହିଲେ ଯେ ସରକାରୀ ସ୍କୁଲରେ ଘରୋଇ ଅତ୍ୟାଧୁନିକ ସ୍କୁଲର ସୁବିଧା ସୁଯୋଗ ଯୋଗାଇଦେଇ ଓଡିଶାର ଶିକ୍ଷା ବ୍ୟବସ୍ଥାକୁ ଭାରତବର୍ଷରେ ସ୍ବତନ୍ତ୍ର ସ୍ଥାନ ଦେଇଛନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ। ଶିକ୍ଷା ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଆଜି ଉଦାହରଣ ହୋଇଛି। ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

5T School
Share. Facebook Twitter LinkedIn Email WhatsApp Copy Link

Related Posts

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026
Latest News

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

June 24, 2026

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.