Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା
ବିଶେଷ ଖବର

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା

January 25, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବାର୍ତ୍ତା ମଧ୍ୟ ଦେଇଛନ୍ତି। ସେ ଯାହା କହିଛନ୍ତି ତାହା ହେଲା..

ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି।

ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଆମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି ଅହିଂସା ନ୍ୟାୟ ଓ ସମତା ଓ ବିକାଶ ର ରାସ୍ତାରେ ଆମେ ଚାଲୁଛୁ।

ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି।

ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି। ଗତ କୋଡ଼ିଏ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟ ମାନଙ୍କ ଆଦର୍ଶ ହୋଇଛି।

ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି।

ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି। ଆମର କୀର୍ତ୍ତି ହେଉଛି ଆମ ସ୍ୱାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ ଲୋକାର୍ପିତ ହୋଇଛି। ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍ ଭଲ ଅଛି। ଜାତୀୟ ହାରଠାରୁ ଅଧିକ ଅଛି। ଗରିବୀ କମ କରିବାରେ ଓଡ଼ିଶା ଏକ ଟପ୍ ରେ ରହିଛି। ନୀତି ଆୟୋଗ ରିପୋର୍ଟ କହୁଛି ଗତ ନଅ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବିରୁ ମୁକ୍ତ ହୋଇଛନ୍ତି।

ଆମର 5T ନୀତି ଯୋଗୁ ପ୍ରଶାସନ ସଚଳ ହେଉଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ଵାସ୍ଥ୍ୟ ଯୋଗାଯୋଗ ଜଳସେଚନ ପରିବହନ sports ସବୁ କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି ।
ମୋ ସରକାର ଗାଁ କୁ ବିକାଶର କେନ୍ଦ୍ର କରିଛି।

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯାଉଛି। ଲକ୍ଷ୍ମୀ ବସ ଯୋଜନା ଗାଁ ରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଗାଁ ର ସାମାଜିକ ଅର୍ଥନୈତିକ ବ୍ୟବସ୍ଥ କୁ ଏହା ନୂଆ ଜୀବନ ଦେଇଛି।

ଚାଷ ଓ ଚାଷୀ ର ଉନ୍ନତି ପାଇଁ ମୁଁ ସବୁବେଳେ ଗୁରୁତ୍ଵ ଦେଇ ଆସିଛି।

ମା ମାନେ କେବଳ ପରିବାର ନୂହେଁ ଆମ ସମାଜର ଶକ୍ତି। ମିଶନ ଶକ୍ତି ଆଜି ୭୦ ଲକ୍ଷ ମା ମାନଙ୍କୁ ବିକାଶର ସହଭାଗୀତା କରିଛି। ମା ମାନଙ୍କ ଉପରେ ମୋର ଖୁବ୍ ଭରସା ଅଛି।

ଷ୍ଟାର୍ଟଅପ କ୍ଷେତ୍ରରେ ଆଜି ଓଡ଼ିଶା ରାଜ୍ୟମାନଙ୍କ ମଧ୍ୟରେ ଶୀର୍ଷରେ। ଭାରତ ସରକାରଙ୍କ ଠାରୁ ଏଥିପାଇଁ ଆମେ ପୁରସ୍କାର ପାଇଛୁ। ଶିଳ୍ପ, ସୂଚନା ପ୍ରଯୁକ୍ତି, ଷ୍ଟାର୍ଟଅପ ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି।
ଆମର ନୀତି ଓ ଯୁବ ସମାଜର ପାରଦର୍ଶିତା ଯୋଗୁ IBM, Deloitte, Accenture, Cognizant ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କର ସଂସ୍ଥାଗୁଡିକ ପ୍ରତିଷ୍ଠା ପାଇଁ ଓଡିଶାକୁ ପସନ୍ଦ କରୁଛନ୍ତି।

ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ୍ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ ବିଏସକେୱାଇ ନବୀନ କାର୍ଡ ଆରମ୍ଭ କରିଛୁ। ଏହାଦ୍ବାରା ରାଜ୍ୟର ଚାରି କୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇଛି ।

ଆମର ବିକାଶ model ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି। ସମସ୍ତେ ବିକାଶର ସହଭାଗୀତା ହୋଇଛନ୍ତି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା । ଆମ ଓଡିଶା ହେବ ଶ୍ରେଷ୍ଠ ଓଡ଼ିଶା । ସଶକ୍ତ ଓଡିଶା ।

ଜୟ ହିନ୍ଦ୍।
ବନ୍ଦେ ଉତ୍କଳ ଜନନୀ

republicday RepublicDay2024 ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.