Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ର ଶୁଭାରମ୍ଭ, ମାସେ ଧରି ସବୁ ଗାଁରେ ଚାଲିବ କାର୍ଯ୍ୟକ୍ରମ
ବିଶେଷ ଖବର

‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ର ଶୁଭାରମ୍ଭ, ମାସେ ଧରି ସବୁ ଗାଁରେ ଚାଲିବ କାର୍ଯ୍ୟକ୍ରମ

January 25, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link
‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ର ଶୁଭାରମ୍ଭ, ମାସେ ଧରି ସବୁ ଗାଁରେ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ। ଲୋକମାନେ ପାଇବେ ବିକାଶର ବାର୍ତ୍ତା, ରୂପାନ୍ତରିତ ଓଡିଶାର ବାର୍ତ୍ତା ।

ଏହାଦ୍ବାରା ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଜାଣିବା ସହିତ ସରକାରଙ୍କ କାର୍ଯ୍ୟକ୍ରମରେ, ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ ।

ଏହି ଅଭିଯାନରେ ଏକ ମାସ ଧରି ରାଜ୍ୟର ସବୁ ଗାଁ, ୫୧୧୬୮ଟି ଗାଁରେ ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୨୨ ହଜାର ଲୋକ କଳାକାର ଦଳ ପଞ୍ଜୀକୃତ ହୋଇଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଲୋକ କଳାକାର ମାନଙ୍କର ଖୁବ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଆମର ଲୋକ କଳାକାର ମାନେ ବହୁତ ଭଲ କାମ କରୁଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବାର୍ତ୍ତା ଆପଣ ମାନେ ଲୋକଙ୍କୁ ଦେଉଛନ୍ତି। ଏହାଦ୍ଵାରା ଆମର ଲୋକକଳାର ଆଦର ବଢୁଛି ଏବଂ ଆମ କଳାକାରମାନେ ମଧ୍ୟ ରୋଜଗାର ପାଉଛନ୍ତି।

ରାଜ୍ୟର ଲକ୍ଷ ଲକ୍ଷ ଲୋକ ଙ୍କୁ ଆପଣମାନେ ସଶକ୍ତ କରୁଛନ୍ତି ବୋଲି ମତ ଦେବା ସହିତ ସେ କହିଥିଲେ ଯେ ମୋ ସରକାର କଳା ଓ କଳାକାରଙ୍କ ଉନ୍ନତି ପାଇଁ ସଂକଳ୍ପବଦ୍ଧ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆମ କଳା ଓ କଳାକାର ମାନଙ୍କର ବିକାଶ ପାଇଁ ରାଜ୍ୟ ସରକାର 2010 ରୁ କଳାକାର ସଂଘ ଗଠନ କରିଛି। ଏହି ଉପକ୍ରମ ପ୍ରଥମେ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଥିଲା ବୋଲି ସୂଚନା ଦେଇ ସେ କହିଲେ ଯେ ଏବେ ଏହା ସବୁ ଜିଲ୍ଲା ଓ ସବୁ ବ୍ଲକରେ କାର୍ଯ୍ୟକାରୀ ହୋଇପାରିଛି।

ଆମ ରାଜ୍ୟର କଳାକାର ସଂଘ ସାରା ବିଶ୍ଵରେ ଅନନ୍ୟ ବୋଲି ମତ ଦେଇ ସେ କହିଥିଲେ ଯେ ଆପଣ ମାନଙ୍କ ସହଯୋଗରେ ଆଜି ଏହି ସଂଘ ଆଗକୁ ବଢୁଛି।

ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମରେ ଲକ୍ଷ ଲକ୍ଷ କଳାକାର ସାମିଲ ହେଉଥିବା ଜାଣି ସେ ଖୁସି ପ୍ରକାଶ କରିବା ସହିତ କହିଥିଲେ ଯେ ମିଶନ ଶକ୍ତି ପରି ସବୁ କଳାକାର ସଂଘକୁ ଆହୁରି ମଜବୁତ କରାଯିବ। ସାରା ରାଜ୍ୟରେ ଦୁଇ ଲକ୍ଷରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଥିଲେ।

ଏଥିପାଇଁ ସମସ୍ତ ଲୋକ କଳାକାର ମାନଙ୍କୁ ସେ ଶୁଭକାମନା ଜଣାଇଥିଲେ।

କଳାକାର ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାକାର ମାନେ ମୋର ପରିବାରର ସଦସ୍ୟ ଭଳି। ଆପଣମାନେ ଭଲ କାମ ଜାରି ରଖନ୍ତୁ, ମୁଁ ଓ ରାଜ୍ୟ ସରକାର ସବୁବେଳେ ସହଯୋଗ ଯୋଗାଇ ଦେବୁ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର କହିଲେ ଯେ ଓଡିଶା ହେଉଛି ପାରମ୍ପାରିକ କଳାର ଗନ୍ତାଘର। ରାଜ୍ୟ ସରକାର କଳାକାରମାନଙ୍କ କଲ୍ୟାଣ ପାଇଁ ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି। ଗଞ୍ଜାମ ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଦ୍ୱାରା କଳାକାରମାନେ ମଧ୍ୟ ଆର୍ଥିକ ସ୍ତରରେ ଉପକୃତ ହେଉଛନ୍ତି।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଦୁଇଟି ବିଷୟ ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ପ୍ରଥମ କଥା ହେଲା କଳାକାରମାନଙ୍କ ସମ୍ମାନ। ସେମାନଙ୍କୁ ସମ୍ମାନ ଦେଇ ଜିଲ୍ଲା ପ୍ରଶାସନ ସେମାନଙ୍କ ସମସ୍ତ ଦେୟ ତୁରନ୍ତ ପ୍ରଦାନ କରିବା ଉଚିତ୍। ଦ୍ୱତୀୟ କଥା ହେଉଛି ମିଶନ ଶକ୍ତି ଯେପରି ସୁଦୃଢ ହୋଇଛି କଳାକାରମାନଙ୍କ ସଂଘ ଗୁଡିକ ମଧ୍ୟ ସେହିପରି ସୁଦୃଢ ହେବା ଆବଶ୍ୟକ। ଏଥିପାଇଁ ଜିଲ୍ଲାପାଳ, ବିଡିଓ ଓ ସଂପୂର୍ଣ୍ଣ ଜିଲ୍ଲା ପ୍ରଶାସନ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଗଞ୍ଜାମ ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ସନ୍ତୋଷ କୁମାର ପାଢୀ ଏବଂ ସୁନ୍ଦରଗଡ ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ଫକୀର ବାଡ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଜି ଆମେ କାମ ପାଉଛୁ, ରୋଜଗାର ପାଉଛୁ ଓ ସମ୍ମାନ ମଧ୍ୟ ପାଉଛୁ। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆମେ ଏକ ସ୍ବତନ୍ତ୍ର ପରିଚୟ ପାଇଛୁ। ମୁଖ୍ୟମନ୍ତ୍ରୀଙ୍କୁ ଆମେ କୃତଜ୍ଞତା ଜଣାଉଛୁ।

ସ୍ବାଗତ ଭାଷଣ ଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ପାଣ୍ଡିଆନ କହିଲେ ଯେ ଏହା ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ। ୨୦୦୯-୧୦ ବର୍ଷରୁ ରାଜ୍ୟ ସରକାରଙ୍କ ସମସ୍ତ ଲୋକାଭିମୂଖୀ ଯୋଜନାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହା ଏକ mega IEC campaign ।

ଏଥିରେ ୧୦ ବିଭାଗର ୧୫ଟି ଯୋଜନାର ପ୍ରଚାର ପ୍ରସାର କରାଯିବ। ଏହା ମାଧ୍ୟମରେ ରାଜ୍ୟ ସରକାରଙ୍କ ଜନହିତକାରୀ ଯୋଜନା ଓ କାର୍ଯ୍ୟକ୍ରମଗୁଡିକ ଲୋକଙ୍କ ପାଖରେ ସହଜରେ ଓ ସୁବିଧାରେ ପହଞ୍ଚି ପାରୁଛି। ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ଲୋକକଳାର କଳାକାର ମାନେ ସେମାନଙ୍କ କଳା ଚାତୁରୀ ମାଧ୍ୟମରେ ବିଭିନ୍ନ ସରକାରଙ୍କର ବିଭିନ୍ନ ଲୋକାଭିମୁଖୀ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବେ।

ପାରମ୍ପରିକ ଦଣ୍ଡ ନାଚ, ରାସ, କରମା ସାନି ପାଲା, ଦାସକାଠିଆ, ସଂକୀର୍ତ୍ତନ, ଛଉ ନୃତ୍ୟ, ଘୋଡ଼ା ନାଚ, ମୋଗଲ ତାମସା, ପ୍ରହଲ୍ଲାଦ ନାଟକ, ସୁଆଙ୍ଗ, ରାମଲୀଳା, ଖଞ୍ଜଣୀ ଭଜନ, କେନ୍ଦରା ଗୀତ, ଚକୁଳିଆ ପଣ୍ଡା, ଭାରତଲୀଳା, ସମ୍ବଲପୁରୀ ନୃତ୍ୟ, ଘୁମୁରା ନୃତ୍ୟ, ଢାପ ନୃତ୍ୟ, ବଣ୍ଡା, କୋୟା, ସାନ୍ତାଳୀ, ପରଜା, ଢେମସା ଆଦି ବିଭିନ୍ନ ପ୍ରକାରର ଲୋକଗୀତ, ଲୋକ, ଲୋକନୃତ୍ୟ ଓ ଲୋକ ନାଟକରେ କଳାକାରମାନେ ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ସରକାରଙ୍କ ଲୋକହିତକର ଉନ୍ନୟନ ମୂଳକ ଯୋଜନା ଗୁଡିକୁ ପ୍ରଚାର ପ୍ରସାର କରି ଜନସାଧାରଣ ମାନଙ୍କୁ ସଚେତନତା କରିବା ଏହି ଅଭିଯାନର ମୂଳଲକ୍ଷ୍ୟ । ଏହି ମନୋରଞ୍ଜନ ମାଧ୍ୟମରେ କଳାକାର ମାନେ ତଥ୍ୟଭିତ୍ତିକ ଉପସ୍ଥାପନ କରିବେ ।

ଏଥିପାଇଁ ସେମାନଙ୍କୁ ବିଭିନ୍ନ ପର୍ଯ୍ୟାୟରେ ରାଜ୍ୟ ସରକାର କଳାକାର ମାନଙ୍କୁ ଜିଲ୍ଲା ଓ ବ୍ଲକ ସ୍ତରରେ ତାଲିମ ପ୍ରଦାନ କରିଛନ୍ତି ।

ଲୋକକଳା ମାଧ୍ୟମରେ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଗଲେ ଏହାର ପ୍ରଭାବ ଅଧିକ ରହିବ। କଳାକାରମାନେ ବିଭିନ୍ନ ବିଭାଗର ସୂଚନା, ଶିକ୍ଷା ଓ ଯୋଗାଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ନିଜକୁ ସାମିଲ କରି ପାରିଶ୍ରମିକ ଭିତ୍ତିରେ ଆର୍ଥିକ ଭାବେ ଲାଭାନ୍ଵିତ ହୋଇପାରିବେ। କଳାକାର ବଞ୍ଚିବା ସହ ଏହି ପାରମ୍ପରିକ ଲୋକକଳା ନୂତନ ପିଢିକୁ ସଂପ୍ରସାରିତ ହୋଇପାରିବ।

ଏଥିନିମନ୍ତେ କଳାକାରମାନେ ସେମାନଙ୍କ ଖୁସିବ୍ୟକ୍ତ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

କଳାକାର ମାନଙ୍କ ନିମନ୍ତେ ଏହି ସଂଘ ପ୍ରତିଷ୍ଠା କରିବାରେ ଓଡିଶା ହେଉଛି ଦେଶରେ ପ୍ରଥମ। ପ୍ରତି ଜିଲ୍ଲାରେ ଲୋକକଳା ଗ୍ରାମର ସ୍ଥାପନା କରାଯାଇଛି ଓ ପ୍ରତିବର୍ଷ ଲୋକକଳା ଦିବସ ପାଳନ କରାଯାଉଛି। ବର୍ତ୍ତମାନ ରାଜ୍ୟର ୫୦ ହଜାର କଳାକାରମାନଙ୍କୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ପ୍ରଦାନ କରାଯାଉଛି।

Lokakala ଲୋକକଳା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.