Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ ହେବ ଓଡ଼ିଆ ଭାଷା ସମ୍ମିଳନୀ
ବିଶେଷ ଖବର

ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ ହେବ ଓଡ଼ିଆ ଭାଷା ସମ୍ମିଳନୀ

January 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ ହେବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର: ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି।

ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ। ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି।

ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ସହ ଭାଷାକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି। ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ।

ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି କ୍ଷ ଏ ନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନ୍ ଏ ସିର ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖିବା ସହ ଆବାସି ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ଓ

ଶ୍ରୀ ନାୟକ ଲେଖିଥିବା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭୁବନେଶ୍ୱରଠାରେ ଫେବୃଆରୀ ୩ରୁ ୫ ତାରିଖ ପର‌୍ୟ୍ୟନ୍ତ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବା ବାବଦରେ ଆପଣମାନେ ସମସ୍ତେ ଅବଗତ ଅଛନ୍ତି ।

ଭୁବନେଶ୍ୱରଠାରେ ଅନୁଷ୍ଠିତ ହେଉଥିବା ଏହି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ବ୍ୟାପକ କରିବା ନିମନ୍ତେ ସବୁ ସହରାଞ୍ଚଳ , ସ୍ୱାୟତ୍ତ ଶାସନ ସଂସ୍ଥାମାନଙ୍କରେ ଏହା ପାଳନ କରିବାର ଆବଶ୍ୟକତା ରହିଛି। ଏହି ଆୟୋଜନ ନିମନ୍ତେ ନିମ୍ନଲିଖିତ କାର‌୍ୟ୍ୟକ୍ରମଗୁଡ଼ିକ ଗ୍ରହଣ କରାଯାଇପାରେ ବୋଲି ସେ ପରାମର୍ଶ ଦେଇଛନ୍ତି।

ବ୍ୟାପକ ସଚେତନତା ନିମନ୍ତେ ଓଡ଼ିଆ ଭାଷା ଓ ସଂସ୍କୃତିର ବିକାଶ କ୍ଷେତ୍ରରେ ଅବଦାନ ରଖିଥିବା ପ୍ରସିଦ୍ଧ କବି, ଲେଖକ ଓ ଭାଷାବିତ୍‌ଙ୍କ ପରି ଓଡ଼ିଆ ବ୍ୟକ୍ତିତ୍ୱମାନଙ୍କ ଚିତ୍ର / ଛବିର ପେଣ୍ଟିଂ ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ପ୍ରମୁଖ ସ୍ଥାନଗୁଡ଼ିକରେ ରଖାଯାଇପାରେ ।

ଓଡ଼ିଆ ଗବେଷକ, ବିଦ୍ୱାନ ଓ ବୁଦ୍ଧିଜୀବୀମାନଙ୍କୁ ସ୍ଥାନୀୟ ଅଞ୍ଚଳରେ ସମ୍ବର୍ଦ୍ଧିତ କରିବା ପାଇଁ କାର‌୍ୟ୍ୟକ୍ରମ ଆୟୋଜନ କରାଯାଇପାରେ। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ତର୍କ, ପ୍ରବନ୍ଧ ଓ ତତ୍କାଳ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇପାରେ।

ସମ୍ମିଳନୀର ଯଥାର୍ଥ ଆୟୋଜନକୁ ଦୃଷ୍ଟିରେ ରଖି ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ବିଭିନ୍ନ ୱାର୍ଡରେ ଓଡ଼ିଆ ଅସ୍ମିତା ରଥର ପରିକ୍ରମା କରାଯାଇପାରେ। ଓଡ଼ିଆରେ ସାଇନ୍‌ବୋର୍ଡ/ବିଲ୍‌ବୋର୍ଡ/ ହୋର୍ଡିଂଗୁଡ଼ିକ ଲେଖାଯିବା ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟ କରାଯାଇପାରେ ।

ଏପରି କାର‌୍ୟ୍ୟକ୍ରମଗୁଡ଼ିକର ଆୟୋଜନକୁ ସୁନିଶ୍ଚିତ କରିବା ନିମନ୍ତେ ଏବଂ ସଂପୃକ୍ତ କାର‌୍ୟ୍ୟକ୍ରମର ବିବରଣୀ ଓ ଉଚ୍ଚ ମାନର ( ହାଇ ରିଜୋଲୁସନ୍‌) ଫଟୋଗୁଡ଼ିକ ଏହି ବିଭାଗର ଅବଗତି ତଥା ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପଠାଇବାକୁ ପୌର ନିର୍ଦ୍ଦେଶକ ଶ୍ରୀ ନାୟକ ଲେଖିଥିବା ପତ୍ରରେ ଅନୁରୋଧ କରିଛନ୍ତି।

ଏ ନେଇ ଆଭାସୀ ଆଲୋଚନା କାଳରେ ସମସ୍ତ ପୌର ପରିଷଦ ଏହି ଆଲୋଚନା ରେ ଯୋଗଦାନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ରକ୍ଷା କରିବା ନିମନ୍ତେ ସେମାନଙ୍କ ପ୍ରତିବଦ୍ଧତା ଜଣାଇଥିଲେ।

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026
Latest News

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.