Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ
ବିଶେଷ ଖବର

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ

January 28, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
chilikaBirds
ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଆଜି ଉଦ୍‌ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍‌ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀମାନଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀମାନଙ୍କୁ ଅତି ନିକଟରୁ ଚିଲିକା ଓ ବିଦେଶାଗତ ପକ୍ଷୀମାନଙ୍କୁ ଜାଣିବାର ସୁଯୋଗ ଆଣିଦେବ।

ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିବା ସହ ପର୍ଯ୍ୟଟନ କ୍ଷେତ୍ରରେ ଏହା ଏକ ନୂଆ ଦିଗନ୍ତ ଆଣିଦେବ ବୋଲି ଉଲ୍ଲେଖ କରିଛନ୍ତି।

ଏହି ଅବସରରେ ଏକ ଫଟୋ ପ୍ରଦର୍ଶନୀ ଆୟୋଜନ ହୋଇଥିଲା। ଏଥିରେ ଫଟୋଗ୍ରାଫର ଶକ୍ତି ନନ୍ଦ, ଉମାକାନ୍ତ ବିଶ୍ୱାଳ, ଧୃତିମାନ୍‌ ମୁଖାର୍ଜୀ ଏବଂ ଅନ୍ୟ ପ୍ରସିଦ୍ଧ ଫଟୋଗ୍ରାଫରଙ୍କ କୃତିକୁ ସ୍ଥାନିତ କରାଯାଇଛି। ଚିଲିକାରେ ନୌବିହାର କରୁଥିବା ବିଦେଶାଗତ ପକ୍ଷୀମାନଙ୍କ ବିଚରଣ ଓ ବିଭିନ୍ନ ସମୟର ମନମୁUକର ଫଟୋଚିତ୍ର ଏଥିରେ ପ୍ରଦର୍ଶିତ ହୋଇଛି।

ଏଥିରେ ଫଟୋଗ୍ରାଫରଙ୍କର କେବଳ କଳାକୃତି ନୁହେଁ ବରଂ ଚିଲିକାର ଜୈବବିବିଧତାକୁ ନିଖୁଣ ଭାବେ ସ୍ଥାନିତ କରାଯାଇଛି। ଏହି ତିନିଦିନିଆ ଉତ୍ସବରେ ଦେଶର ବଛା ବଛା ୫୨ ଜଣ ପକ୍ଷୀପ୍ରେମୀ ଭାଗ ନେଇଥିଲେ। ଏଥି ସହ ବିଭିନ୍ନ କର୍ମଶାଳା ଏବଂ ପକ୍ଷୀ ବିଶେଷଜ୍ଞମାନଙ୍କ ସହ ଆଲୋଚନାଚକ୍ର ଅନୁଷ୍ଠିତ ହେବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର କହିଲେ ଯେ ରାଜ୍ୟର ଅର୍ଦ୍ରଭୂମିର ସୁରକ୍ଷା ଓ ପକ୍ଷୀ ସଂରକ୍ଷଣ ଦିଗରେ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଥିବାରୁ ଆଜି ଏହି ଉତ୍ସବ ତା’ର ଏକ ସଫଳତାର ନିଦର୍ଶନ ବହନ କରୁଛି। ଚଳିତ ବର୍ଷ ପକ୍ଷୀ ଗଣନା ଅନୁଯାୟୀ ୧୮୭ ପ୍ରଜାତିର ପ୍ରାୟ ୧୧ ଲକ୍ଷ ୩୭ ହଜାର ପକ୍ଷୀ ଆସିଥିବା ଗଣନା କରାଯାଇଛି। ମଙ୍ଗଳାଯୋଡ଼ି ଓ ନଳବଣକୁ ଏହି ଯାତ୍ରାରେ ସାମିଲ ହୋଇଥିବା ଅଂଶଗ୍ରହଣକାରୀ, ପକ୍ଷୀପ୍ରେମୀ, ଫଟୋଗ୍ରାଫର ଏବଂ ପ୍ରତିନିଧି ମଣ୍ଡଳୀକୁ ସେ ସ୍ୱାଗତ କରୁଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି କହିଲେ ଯେ ଚିଲିକାର ମଙ୍ଗଳାଯୋଡ଼ି ହେଉଛି ଗୋଷ୍ଠୀଭିତ୍ତିକ ଜେବðବିବିଧତାର ସୁରକ୍ଷା ଓ ପକ୍ଷୀମାନଙ୍କୁ ଦେଖିବାର ଏକ ଉତ୍କୃଷ୍ଟ ସ୍ଥାନ। ଚିଲିକାରେ ଥିବା ଅବରୋଧକୁ ହଟାଯାଇ ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ପକ୍ଷୀ-ପର୍ଯ୍ୟଟନ ନିମନ୍ତେ ଓଡ଼ିଶା ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଥିବା ଡ. ମହାନ୍ତି ଉଲ୍ଲେଖ କରିଥିଲେ।

ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ପରିବେଶ ସଂରକ୍ଷଣ ଓ ପର୍ଯ୍ୟଟନ ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ଚିଲିକା ବିହଙ୍ଗ ଉତ୍ସବ ଏକ ଭିନ୍ନ ବାର୍ତ୍ତା ଦେଉଥିବା କହିଥିଲେ । ଚଳିତ ବର୍ଷ ଏହି ଅଭିଯାନରେ ଡଙ୍ଗାଚାଳକମାନଙ୍କୁ ସାମିଲ କରାଯାଇ ଜୈବବିବିଧତାର ସୁରକ୍ଷା କ୍ଷେତ୍ରରେ ସେମାନଙ୍କ ଅଂଶଗ୍ରହଣକୁ ନିଶ୍ଚିତ କରାଯାଇଛି। ଏଥି ସହ ସମାନ୍ତରାଳ ଭାବେ ନନ୍ଦନକାନନ, ଏକାମ୍ର ଆଦି ଅଞ୍ଚଳରେ ବିହଙ୍ଗ ଉତ୍ସବ ମଧ୍ୟ ପାଳନ କରାଯାଉଥିବା ସେ ପ୍ରକାଶ କରିଥିଲେ।

ଅନ୍ୟପକ୍ଷରେ ପର୍ଯ୍ୟଟନ ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ନନ୍ଦନକାନନ ନିର୍ଦ୍ଦେଶକ ଡ. ମନୋଜ ନାୟାର ଧନ୍ୟବାଦ ଅର୍ପଣ କରିଥିଲେ। ଭାରତୀୟ ବନ୍ୟଜନ୍ତୁ ପ୍ରତିଷ୍ଠାନର ବୈଜ୍ଞାନିକ ଡ. ସୁରେଶ କୁମାର, ପ୍ରସିଦ୍ଧ ଲେଖକ ଓ ପକ୍ଷୀପ୍ରେମୀ ପଞ୍ଚମୀ ମନୁ ଉକିଲ୍‌ ପ୍ରମୁଖ ଯୋଗଦେଇ ଚିଲିକାର ଜୈବବିବିଧତା, ବୈଜ୍ଞାନିକ ଗବେଷଣା, ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପକ୍ଷୀ ପର୍ଯ୍ୟଟନ ଅନୁଭୂତି ନିଆରା ବୋଲି ମତବ୍ୟକ୍ତ କରିଥିଲେ। ଏହି ଉତ୍ସବ ଅବସରେରେ ଆସନ୍ତା ଦୁଇଦିନ ଧରି ଅଂଶଗ୍ରହଣକାରୀ ଓ ପ୍ରତିନିଧି ମଣ୍ଡଳୀ ମଙ୍ଗଳାଯୋଡ଼ି ଓ ନଳବଣରେ ପକ୍ଷୀ-ପର୍ଯ୍ୟଟନରେ ଅଂଶଗ୍ରହଣ କରିବେ।

ଆଜିର ଉଦ୍‌ଘାଟନୀ ଉତ୍ସବରେ ଦ ଷ୍ଟେଟ୍‌ ଅଫ୍‌ ଇଣ୍ଡିଆଜ୍‌ ବାର୍ଡ ପୋଷ୍ଟର ଓ ଭିଡ଼ିଓ ଉନ୍ମୋଚିତ ହୋଇଛି। ଏଥିରେ ଭାରତରେ ଦେଖାଯାଉଥିବା ବିଭିନ୍ନ ପକ୍ଷୀମାନଙ୍କ ସଂପର୍କରେ ଏଥିରେ ଉଲ୍ଲେଖ ରହିଛି। ପ୍ରାୟ ୧୩ ହଜାର ପକ୍ଷୀପ୍ରେମୀ ଏହି ପ୍ରକି୍ରୟାରେ ଅଂଶଗ୍ରହଣ କରିଛନ୍ତି।

chilika ଚିଲିକା ପକ୍ଷୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.