Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ ଉଦଘାଟିତ ହେଲା ଗୋଟିପୁଅ ନୃତ୍ୟ ମହୋତ୍ସବ
ବିଶେଷ ଖବର

ଭୁବନେଶ୍ବରରେ ଉଦଘାଟିତ ହେଲା ଗୋଟିପୁଅ ନୃତ୍ୟ ମହୋତ୍ସବ

January 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Gotipua
ଭୁବନେଶ୍ବରରେ ଉଦଘାଟିତ ହେଲା ଗୋଟିପୁଅ ନୃତ୍ୟ ମହୋତ୍ସବ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ‘ଗୋଟିପୁଅ ନୃତ୍ୟ ମହୋତ୍ସବ-୨୦୨୪’ ଆଜି ଅପରାହ୍ନରେ ଏହାର ନିଜସ୍ୱ ପ୍ରେକ୍ଷାଳୟ ଉତ୍କଳ ରଂଗମଞ୍ଚରେ ଉଦ୍‌ଘାଟିତ ହୋଇଯାଇଛି।

ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଏଥିରେ ମୁଖ୍ୟଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବର ଶୁଭ ଉଦ୍‌ଘାଟନ କରିବା ସହିତ ନୃତ୍ୟ ପରିବେଷଣ କରିବାକୁ ଥିବା ଅନୁଷ୍ଠାନର ଗୁରୁମାନଙ୍କୁ ମଂଚରେ ସମ୍ବର୍ଦ୍ଧିତ କରିଥିଲେ।

ଏହା ୨୯ ଓ ୩୦ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଭବ୍ୟ ଉତ୍ସବରେ ରାଜ୍ୟର ପ୍ରାୟ ୨୦ଟି ଗୋଟିପୁଅ ସଂଗଠନ ନୃତ୍ୟ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଆଜି ଅପରାହ୍ନ ଓ ସନ୍ଧ୍ୟାର ଅଧିବେଶନରେ ୧୦ ଗୋଟି ସଂଗଠନ ପୃଥକ ପୃଥକ ଭାବରେ ଗୋଟିପୁଅ ନୃତ୍ୟ ପ୍ରଦର୍ଶନ କରିଥିଲେ।

ସେମାନଙ୍କ ମଧ୍ୟରେ ଥିଲେ କୈଳାସ ଗୋଟିପୁଅ ନୃତ୍ୟ ପ୍ରତିଷ୍ଠାନ, ସାକ୍ଷୀଗୋପାଳ: ଆରାଧନା ଡ୍ୟାନ୍ସ ଏକାଡେମୀ, ପ୍ରଧାନ ସାହି, ଖୋର୍ଦ୍ଧା: ଜୟଦେବ ଗୋଟିପୁଅ ଓଡ଼ିଶୀ ନୃତ୍ୟ ପ୍ରତିଷ୍ଠାନ, ଭିଙ୍ଗାରପୁର, ଖୋର୍ଦ୍ଧା: କସା ଗୋଟିପୁଅ, ଚନ୍ଦନପୁର, ପୁରୀ: ନୃତ୍ୟାମ୍ବର, ପୁରୀ: ବାବା ଗୋରେଖନାଥ ଗୋଟିପୁଅ ଡ୍ୟାନ୍ସ ଆସୋସିଏସନ୍‌, ପୁରୀ: ବାଙ୍କେଶ୍ୱରୀ ଗୋଟିପୁଅ ନୃତ୍ୟ ପରିଷଦ, ପୁରୀ: ଅଭିନ୍ନ ସୁନ୍ଦର ଗୋଟପୁଅ ନୃତ୍ୟ ପରିଷଦ, ପୁରୀ: ନକ୍ଷତ୍ର ଗୁରୁକୁଳ ଟ୍ରଷ୍ଟ, ଭୁବନେଶ୍ୱର ଓ ଲକ୍ଷ୍ମୀପ୍ରିୟା ଗୋଟିପୁଅ, ବାଲିପାଟଣା, ଖୋର୍ଦ୍ଧା।

ଏଠାରେ ସୂଚନା ଯୋଗ୍ୟ ଯେ, ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ବିଗତ ୧୦ ବର୍ଷର ବ୍ୟବଧାନରେ ଏହି ଉତ୍ସବଟିକୁ ଆନୁଷ୍ଠାନିକ ଭାବେ ପାଳନ କରାଯାଇଛି। ଗତ ୨୦୧୩ ମସିହାରେ ଅନୁଷ୍ଠାନ ଦ୍ୱାରା ଗୋଟିପୁଅ ଉତ୍ସବ ପାଳନ କରାଯାଇଥିଲା।

ଆମ ସଂସ୍କୃତି ସହିତ ଜଡ଼ିତ ଏହି ପାରମ୍ପରିକ ଗୋଟିପୁଅ ନୃତ୍ୟକୁ ଉଜ୍ଜୀବିତ ରଖିବା ନିମନ୍ତେ ଆଗାମୀ ଦିନମାନଙ୍କରେ ପ୍ରତିବର୍ଷ ଏହି ଉତ୍ସବ ପାଳନ କରାଯିବ ବୋଲି ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସିକତା ଦାସ ଏହି ଉତ୍ସବରେ ଯୋଗଦେଇ ତାଙ୍କ ଅଭିଭାଷଣରେ ବ୍ୟକ୍ତ କରିଥିଲେ।

ଏହି ଉତ୍ସବକୁ ସଂଯୋଜନା କରିଥିଲେ ଡଃ ଶ୍ରୀନିବାସ ଘଟୁଆରୀ ଓ ପରିଚାଳନା କରିଥିଲେ ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର।

ଓଡ଼ିଶୀ ଗବେଷଣା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Latest News

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.