Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ
ବିଶେଷ ଖବର

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

January 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନା ର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରିବେ।

ପୁରସ୍କାର ବାବଦ ରେ ତାଙ୍କୁ ୨୦ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଡକ୍ଟର ପଟ୍ଟନାୟକ ଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି। ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ। ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି।

ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ଭାଷା କୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକ ଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ।

ଭାରତୀୟ ଭାଷା ପରିଷଦ ର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କ ନାମ କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

November 7, 2025

ବିହାର ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ କେଉଁ ଦଳର ପ୍ରାର୍ଥୀ ଅଧିକ ଦାଗୀ?: ଆଗରେ ଜନ ସୂରାଜ

November 7, 2025

Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ….

November 7, 2025

ପୂର୍ବତଟ ରେଳପଥର ସର୍ବାଧିକ ମାଲ ପରିବହନ ରେକର୍ଡ

November 7, 2025
Jindal Ads
BJP Ads
Latest News

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟି-୨୦ ମ୍ୟାଚ୍: ଜାଣନ୍ତୁ ବ୍ରିସବେନ ଗ୍ରାଉଣ୍ଡର ରେକର୍ଡ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ରେଳ ଷ୍ଟେସନରୁ ହଟିବେ ବୁଲା କୁକୁର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

November 7, 2025

ଭାରତୀୟ ବ୍ୟାଙ୍କଗୁଡ଼ିକ ଦଶ ବର୍ଷ ପୂର୍ବ ଅପେକ୍ଷା ଅଧିକ ପରିପକ୍ୱ: ଆରବିଆଇ ଗଭର୍ଣ୍ଣର

November 7, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.