Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ
ବିଶେଷ ଖବର

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

January 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ପାଇବେ ଦେବୀପ୍ରସନ୍ନ ପଟ୍ଟନାୟକ, ପୁରସ୍କାର ରାଶି ୨୦ ଲକ୍ଷ

ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନା ର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରିବେ।

ପୁରସ୍କାର ବାବଦ ରେ ତାଙ୍କୁ ୨୦ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଡକ୍ଟର ପଟ୍ଟନାୟକ ଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି। ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ। ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି।

ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ଭାଷା କୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକ ଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ।

ଭାରତୀୟ ଭାଷା ପରିଷଦ ର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କ ନାମ କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Latest News

ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.