Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଆସନ୍ତାକାଲି ଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

February 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା କାଲି ଫେବୃୟାରୀ ୩ ରୁ ତିନି ଦିନ ଧରି ଭୁବନେଶ୍ଵର ର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି।

ଆଜି ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ କୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥର ରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯ ର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି।

ଓଡ଼ିଆ ବର୍ଣ୍ଣମାଳା ରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟ ର ଜୟ ଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟ ରେ ଅକ୍ଷର ଭୂମି ଭବିଷ୍ୟତ ପୀଢି କୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ।

ସୂଚନା ଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ୍ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ। ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ ଇଡକୋ ଜରିଆରେ ସମ୍ପାଦିତ ହୋଇଛି।

ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ ବିଏମସି ର ମେୟର ସୁଲୋଚନା ଦାସ, ସିଏମଓର ମୁଖ୍ୟ ଉପଦେଷ୍ଟା ଶ୍ରୀ ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୂଖ ସଚିବ ଶ୍ରୀ ସଞ୍ଜୟ ସିଂହ ଓ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟ ପ୍ରମୂଖ ଉପସ୍ଥିତ ଥିଲେ।

NaveenPatnaik ଅକ୍ଷର ଭୂମି କଳାମଣ୍ଡଳ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.