Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଣିକ ଅଙ୍ଗନବାଡି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ପରିଚାଳନା ତାଲିମ, ବୁଝାମଣା ପତ୍ର ସ୍ବାକ୍ଷରିତ
ବିଶେଷ ଖବର

ଏଣିକ ଅଙ୍ଗନବାଡି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ପରିଚାଳନା ତାଲିମ, ବୁଝାମଣା ପତ୍ର ସ୍ବାକ୍ଷରିତ

February 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଣିକ ଅଙ୍ଗନବାଡି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ପରିଚାଳନା ତାଲିମ, ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ମହିଳା ଓ ଶିଶୁ ବିକାଶ ବିଭାଗ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ଆଜି ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନ ପରିସରରେ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମଙ୍କ ଉପସ୍ଥିତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ଶ୍ରୀମତୀ ହେମ୍ବ୍ରମ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଗୋପବନ୍ଧୁ ପ୍ରଶାସନ ଏକାଡ଼େମୀ, ରାଜ୍ୟ ଗ୍ରାମ୍ୟ ବିକାଶ ଅନୁଷ୍ଠାନ (ଏସ୍‌ଆଇଆର୍‌ଡି), ୱାସନ ଭଳି ବିଭିନ୍ନ ଜାତୀୟସ୍ତରୀୟ ଓ ରାଜ୍ୟସ୍ତରୀୟ ଅନୁଷ୍ଠାନ ସହଯୋଗରେ ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନ ଏକ ଉତ୍କର୍ଷ ଅନୁଷ୍ଠାନ ହେବାର ଗୌରବ ଅର୍ଜନ କରିବାକୁ ଯାଉଛି ।

ସେ ଆହୁରି ମଧ୍ୟ କହିଲେ ଯେ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ବିରୋଧରେ ଲଢିବା ପାଇଁ ଆମକୁ ସହଭାଗିତାରେ କାର୍ଯ୍ୟ କରିବାକୁ ପଡିବ। ଆଜିର ଏହି ବୁଝାମଣା ପତ୍ର ଆମର ବିପର୍ଯ୍ୟୟ ମୁକାବିଲାକୁ ଆହୁରି ସୁଦୃଢ କରିବ।

ଏହି ଅବସରରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷଙ୍କ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୁସ୍ମିତା ବେହେରା କହିଲେ ଯେ ମହିଳା ଓ ଶିଶୁ ବିକାଶ ବିଭାଗ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ତାଲିମ ସମ୍ପୂର୍ଣ୍ଣ କରିବାରେ ପ୍ରଥମ ବିଭାଗ ଭାବେ ପରିଗଣିତ ହୋଇପାରିଛି।

ଏହି ବିପର୍ଯ୍ୟୟ ପରିଚାଳନା ତାଲିମକୁ ତୃଣମୁଳ ସ୍ତରରେ ପହଞ୍ଚାଇ ପ୍ରତି ଘରେ ଜଣେ ଜଣେ ବିପର୍ଯ୍ୟୟ ପ୍ରଶମନ ଯୋଦ୍ଧା ସୃଷ୍ଟି କରିବା ଏହି ବୁଝାମଣା ପତ୍ରର ପ୍ରଧାନ ଲକ୍ଷ୍ୟ। ଷ୍ଟେଟ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଫର ୱିମେନ୍‌ ଆଣ୍ଡ ଚିଲଡ୍ରେନର ମୁଖ୍ୟ ଉପଦେଷ୍ଟା ଏସ. ଗାୟତ୍ରୀ କହିଲେ ଯେ ସମଗ୍ର ରାଜ୍ୟରେ ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ଅଧିକାରୀମାନଙ୍କୁ ଏବଂ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ଥିବା ଅଙ୍ଗନବାଡି କର୍ମକର୍ତ୍ତାମାନଙ୍କୁ ବିପର୍ଯ୍ୟୟ ପରିଚାଳନା ତାଲିମ ପ୍ରଦାନ କରିବା ଆମ ପାଇଁ ଏକ ବଡ ଆହ୍ୱାନ। ଏହି ଆହ୍ୱାନକୁ ସ୍ୱୀକାର କରି ପ୍ରାକୃତିକ ବିପର୍ଯ୍ୟୟ ସହ ଲଢିବା ସହ ଏହି ପ୍ରଶିକ୍ଷଣକୁ ଗାଁ ଗାଁ ରେ ପହଞ୍ଚାଇବା ପାଇଁ ଆମେ ଉଦ୍ୟମ ଜାରି ରଖିବୁ।

ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଦୁର୍ଗାପ୍ରସାଦ ମହାରଣା ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମହିଳା ଶିଶୁ ବିକାଶ ବିଭାଗର ଅନୁଶାସନ ସଚିବ ଶ୍ରୀମତୀ ସ୍ୱୟଂପ୍ରଭା ମୁଦୁଲିଙ୍କ ସମେତ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ଅଧିକାରୀବୃନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀବୃନ୍ଦ ଓ ଅଙ୍ଗନବାଡି କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

Anganbadi ଅଙ୍ଗନବାଡି ବିପର୍ଯ୍ୟୟ ପରିଚାଳନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.