Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପରୀ ହତ୍ୟା ଘଟଣାର ରାୟ ଆସିବା ପରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲା ବିଜେଡି
ବିଶେଷ ଖବର

ପରୀ ହତ୍ୟା ଘଟଣାର ରାୟ ଆସିବା ପରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲା ବିଜେଡି

February 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପରୀ ହତ୍ୟା ଘଟଣାର ରାୟ ଆସିବା ପରେ ବିଜେପିକୁ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର: ନାବାଳିକା ପରୀର ନିଖୋଜ ଓ ହତ୍ୟାଘଟଣା ଅତ୍ୟନ୍ତ ଦୁଃଖଦ ଥିଲା, ଯାହା ସମସ୍ତଙ୍କୁ ମର୍ମାହତ କରିଥିଲା। ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ ଥିବା ଯୋଗୁଁ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ଏସଆଇଟି ଗଠନ କରିଥିଲେ ଓ ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ ତଦନ୍ତକୁ ତଦାରଖ କରିବା ପାଇଁ।

ନିୟମିତବ୍ୟବଧାନରେ ତଦନ୍ତର ଅଗ୍ରଗତି ନେଇ ଏସଆଇଟି ଷ୍ଟାଟସ୍‌ ରିପୋର୍ଟ ଦାଖଲ କରୁଥିଲା। ଏସଆଇଟି ବହୁ ପରିଶ୍ରମ କରି ପ୍ରକୃତ ଅପରାଧୀକୁ ଚିହ୍ନଟ କରିବା ସହ ତଥ୍ୟ ପ୍ରମାଣଜୁଟାଇଥିଲା। ଯାହା ଫଳରେ ଆଜି ଅପରାଧୀକୁ ୨୦ ବର୍ଷ ଦଣ୍ଡ ବିଧାନ ହୋଇଛି, ପରୀକୁ ନ୍ୟାୟମିଳିଛି ।ଏହି ଐତିହାସିକ ରାୟ ଆସିବା ପରେ ରାଜ୍ୟ ବିଜେପି ନେତାମାନଙ୍କ ଅସଲ ମୁଖା ଖୋଲିଯାଇଛି ବୋଲି କହିଛନ୍ତି ବିଧାୟିକା ତଥା ବିଜୁଜନତା ଦଳ ମହିଳା ଶାଖା ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ।

ଶ୍ରୀମତୀ ଛୁରିଆ ଆଜି ଏଠାରେ ଗଣମାଧ୍ୟମକୁ କହିଛନ୍ତି ଯେ ଓଡିଶାବାସୀଙ୍କୁ ଶକ୍ତ ଆଘାତ ଓ ଦୁଃଖ ଲାଗିଥିଲା ଯେତେବେଳେ ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥ ପାଇଁ ଓଡିଶା ବିଜେପିର କିଛି ନେତା ମାମଲାର ରାଜନୀତିକରଣ କରି ତଦନ୍ତକୁ ଦିଗହରା କରିବାକୁ ଅପଚେଷ୍ଟା କରିଥିଲେ।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ଅନୁଗତ ଗୋଷ୍ଠୀ ବାରମ୍ବାର ପ୍ରସଙ୍ଗର ରାଜନୀତିକରଣ କରି ମାମଲାକୁ ବିଳମ୍ବିତ ଓ ଦିଗହରା କରିବାକୁ ଅପଚେଷ୍ଟା କରିଥିଲେ।

ପ୍ରଥମେ ହାଇକୋର୍ଟ ଏବଂ ପରେ ସୁପ୍ରିମକୋର୍ଟରେ ଉଦ୍ୟମ କରି ଝଟକା ପାଇଥିଲେ। ଦେଶର ନାମୀଦାମୀ ଓକିଲଙ୍କୁ ମାମଲା ଲଢିବାକୁ କୋର୍ଟରେ ଠିଆ କରାଇଥିଲେ। ପାଞ୍ଚ ବର୍ଷର ଜଣେ କୋମଳମତି ନୀରିହ ଶିଶୁର ହତ୍ୟା ଘଟିଥିଲା। ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଏହିଭଳି ମାମଲାରେ ଜଣେ ବ୍ୟକ୍ତି କିଭଳି ରାଜନୀତି କରିପାରିବ, ତାହା ହିଁ ଓଡିଶାବାସୀଙ୍କୁ ଆଚମ୍ବିତ କରିଥିଲା।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡିଶା ବିଜେପିର ତାଙ୍କର ଅନୁଗତମାନେ ଓଡିଶାବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତୁ। ଏଭଳି ସ୍ପର୍ଶକାତର ମାମଲାରେ ସର୍ବଦା ଓଡିଶା ବିଜେପି ରାଜନୀତି ହିଁ କରେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂତାଙ୍କ ଅନୁଗତ ଗୋଷ୍ଠୀଓଡିଶାକୁ ବଦନାମକରିବାକୁବାରମ୍ବାର ଅପଚେଷ୍ଟା କଲେ । କିଡନୀ ଏବଂ ଅନ୍ୟ ଅଙ୍ଗ ପ୍ରତ୍ୟଙ୍ଗ ବିକ୍ରି ପାଇଁ ଚକ୍ରାନ୍ତ କରାଯାଇ ଥିବା ଭଳି ଡାହା ମିଛମାନ କହିଥିଲେ।

ଅଭିଯୁକ୍ତକୁ କି ଭଳି ଜାମିନ୍‌ ମିଳିବ ସେନେଇ ବହୁ ଚେଷ୍ଟା କରିଥିଲେ ଏହି ବ୍ୟକ୍ତିମାନେ, ଯାହା ହାଇକୋର୍ଟରେ ପ୍ରତ୍ୟାଖିତ ହୋଇଥିଲା। ଜଣେ ନାବାଳିକା ସହ ହୋଇଥିବା ଅତ୍ୟାଚାର ପ୍ରସଙ୍ଗରେ ଏଭଳି ହୀନ ରାଜନୀତି କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଅନୁଗତ ଗୋଷ୍ଠୀଙ୍କୁ ଲଜ୍ଜା ଲାଗିବା ଦରକାର।

ସମ୍ବେଦନଶୀଳ ପ୍ରସଙ୍ଗରେ ବାରମ୍ବାରହୀନ ରାଜନୀତି କରୁଥିବା ଏହି ଗୋଷ୍ଠୀଙ୍କୁ ରାତିରେ ନିଦ କେଉଁ ଭଳି ହେଉଛି? ସେମାନଙ୍କ ଅନ୍ତରାତ୍ମା ଏଭଳି କାର୍ଯ୍ୟ କରିବାକୁ କ’ଣ ବାଧା ଦେଉନି? ପରୀକୁ ଆଜି ନ୍ୟାୟ ମିଳିଛି, ତାର ଆତ୍ମା ଶାନ୍ତି ପାଉ। ମହାପ୍ରଭୁ ତାକୁ ନିଜ ପାଦ ପଦ୍ମରେ ସ୍ଥାନ ଦିଅନ୍ତୁ ବୋଲି ଶ୍ରୀମତୀ ଛୁରିଆ କହିଛନ୍ତି।

ପରୀ ହତ୍ୟାକାଣ୍ଡ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହ ଖେଳିବା ପାଇଁ ପାକିସ୍ତାନର ତିନୋଟି ଦାବି: ରାଜି ହେବ କି ବିସିସିଆଇ?

February 9, 2026

ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତା: ଓଡ଼ିଶାକୁ ମିଳିଲା ୭ ପଦକ

February 9, 2026

ବାମପନ୍ଥୀ ଉଗ୍ରବାଦ ଉପରେ ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

February 9, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଲେସିଆ ଗସ୍ତ ଅବସରରେ ଭାରତ-ମାଲେସିଆ ମିଳିତ ବିବୃତ୍ତି

February 8, 2026
Latest News

ଦିଲ୍ଲୀର ୯ ଟି ସ୍କୁଲକୁ ବୋମା ଧମକ: ସର୍ଚ୍ଚ ଅପରେସନ ଜାରି

February 9, 2026

ଘୁଞ୍ଚିଲା ‘ବ୍ୟାଟଲ୍ ଅଫ୍ ଗାଲୱାନ୍’ର ମୁକ୍ତିଲାଭ ତାରିଖ: ଜାଣନ୍ତୁ କେବେ ସିନେମା ହଲରେ ଆସିବ ସଲମାନ ଖାନଙ୍କ ଫିଲ୍ମ

February 9, 2026

ଭାରତ ସହ ଖେଳିବା ପାଇଁ ପାକିସ୍ତାନର ତିନୋଟି ଦାବି: ରାଜି ହେବ କି ବିସିସିଆଇ?

February 9, 2026

ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତା: ଓଡ଼ିଶାକୁ ମିଳିଲା ୭ ପଦକ

February 9, 2026

ମାଲେସିଆର ଅଗ୍ରଣୀ ବ୍ୟବସାୟୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.