Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଫେବୃଆରୀ ୧୬ ରୁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ବସିଲା ସମନ୍ୱୟ ବୈଠକ
ବିଶେଷ ଖବର

ଫେବୃଆରୀ ୧୬ ରୁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ବସିଲା ସମନ୍ୱୟ ବୈଠକ

February 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଫେବୃଆରୀ ୧୬ ରୁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ବସିଲା ସମନ୍ୱୟ ବୈଠକ

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪ର ଆୟୋଜନ ହେଉଛି। ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ଫ୍ଲାଗ୍‌ସିପ୍‌ ଯୋଜନା ସମେତ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଦର୍ଶନ କରାଯିବା ପାଇଁ ସ୍ଥିର କରାଯାଇଛି।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କୃଷି ଭବନଠାରେ ବିଭିନ୍ନ ବିଭାଗ ମଧ୍ୟରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା।

କୃଷି ଭବନଠାରେ ଆୟୋଜିତ ସମନ୍ୱୟ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ କହିଲେ ମତ୍ସ୍ୟ-ପ୍ରାଣୀ ସମାବେଶରେ ସାରା ରାଜ୍ୟରୁ ୬୦୦୦ରୁ ଉଦ୍ଧ୍ୱର୍ ମତ୍ସ୍ୟଚାଷୀ, ଗୋପାଳକ, ପ୍ରାଣୀପାଳକମାନେ ଯୋଗଦେବେ।

ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ସମେତ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ବ୍ୟାପକ ସଚେତନତା କରାଯିବା ନିମନ୍ତେ ଏହି ସମାବେଶର ଆୟୋଜନ କରାଯାଉଛି। ପ୍ରଦର୍ଶନୀରେ କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ, ମିଶନ ଶକ୍ତି, ଓଡ଼ିଶା ଜୀବିକା ମିଶନ, ଓରମାସ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଓୟୁଏଟି, ସମବାୟ, ମହିଳା ଓ ଶିଶୁ କଲ୍ୟାଣ, ସୂଚନା ଓ ଲୋକସମ୍ପର୍କ ଆଦି ବିଭାଗଗୁଡ଼ିକ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସେମାନଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟର ପ୍ରଦର୍ଶନ ସହିତ ବିକି୍ରବଟାର ବ୍ୟବସ୍ଥା ରହିଛି। ସମସ୍ତ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରିଏହି ତିନିଦିନିଆ ସମାବେଶକୁ ଆକର୍ଷଣୀୟ ଓ ସଫଳ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ, କୃଷି ଓ ଖାଦ୍ୟ ଉତ୍ପାଦକ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଜନତା ମଇଦାନ ମତ୍ସ୍ୟ-ପ୍ରାଣୀ ସମାବେଶ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.