Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ ରୁ ୧୪୦୦ ଟଙ୍କା
ବିଶେଷ ଖବର

ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ ରୁ ୧୪୦୦ ଟଙ୍କା

February 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ ରୁ ୧୪୦୦ ଟଙ୍କା

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।

ନବୀନ ପଟ୍ଟନାୟକ ବାର୍ଦ୍ଧକ୍ୟ ଭତ୍ତା ଭତ୍ତା ଟଙ୍କା ମଧୁବାବୁ ପେନସନ ମଧୁବାବୁ ପେନସନ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.