Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ବଜେଟରେ ଚାଷୀ, ମହିଳା ଏବଂ ଯୁବକ ନିରାଶ ବୋଲି କହିଲା ରାଜ୍ୟ କଂଗ୍ରେସ
ବିଶେଷ ଖବର

ରାଜ୍ୟ ବଜେଟରେ ଚାଷୀ, ମହିଳା ଏବଂ ଯୁବକ ନିରାଶ ବୋଲି କହିଲା ରାଜ୍ୟ କଂଗ୍ରେସ

February 10, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ବଜେଟରେ ଚାଷୀ, ମହିଳା ଏବଂ ଯୁବକ ନିରାଶ ବୋଲି କହିଲା ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: ଚଳିତ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟକୁ ରାଜ୍ୟ ସରକାର ବିଧାନସଭାରେ ଆଗତ କରିଛନ୍ତି। ଏହି ବଜେଟ୍ ଚିରାଚରିତ ଢଙ୍ଗରେ ଆଶା ସୃଷ୍ଟିକାରୀ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପଂଚାନନ କାନୁନ୍‌ଗୋ କହିଛନ୍ତି।

କଂଗ୍ରେସ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ କାନୁନ୍‌ଗୋ କହିଥିଲେ ଯେ ରାଜ୍ୟ ସରକାର ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ପୁନର୍ବାର ଏକ ପ୍ରତିଶ୍ରୁତି ଓ ପ୍ରତାରଣାର ବଜେଟ୍ ଉପସ୍ଥାପନ କରିଛନ୍ତି। ଯେଉଁଥିରେ କୃଷକ, ଯୁବକ ଓ ମହିଳା ସଂପୂର୍ଣ୍ଣଭାବେ ଉପେକ୍ଷିତ।

ସେ କହିଥିଲେ ଯେ, ପୂର୍ବରୁ ଦିଆଯାଇଥିବା ଅନେକ ପ୍ରତିଶ୍ରୁତି ଯଥା ଅତିକମ୍‌ରେ ୩୫ ପ୍ରତିଶତ ଚାଷଜମିକୁ ଜଳସେଚିତ କରିବା, ରାଜ୍ୟର ସମସ୍ତ ଗରିବ ପରିବାରକୁ ପକ୍କାଘର ଯୋଗାଇ ଦେବା, ବର୍ଷକୁ ୨ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ଓ ଚାଷୀର ରୋଜଗାର ବୃଦ୍ଧି କରିବା ଭଳି ଦେଇଥିବା ଅନେକ ପ୍ରତିଶ୍ରୁତି ତାହା ଏପର୍ଯ୍ୟନ୍ତ ପୂରଣ ହୋଇପାରିନାହିଁ।

ଚଳିତ ବଜେଟ୍‌ରେ ସରକାରଙ୍କ ସ୍ୱୀକାରୋକ୍ତି ଅନୁସାରେ ଖାଲି ପଡ଼ିଥିବା ସରକାରୀ ପଦବୀ ସଂଖ୍ୟା ୯୮ ହଜାର ୩୩୪ ହୋଇଥିବା ବେଳେ କେବଳ ସ୍ୱାସ୍ଥ୍ୟବିଭାଗରେ ୨୬ହଜାର ୮୧୫ ପଦବୀ ଖାଲି ଅଛି। ସେହିପରି ଗଣଶିକ୍ଷା ବିଭାଗର ୨୧ହଜାର ୮୪୪ ଏବଂ ୧୬ଟି ବିଶ୍ୱବିଦ୍ୟାଳୟର ମଂଜୁରିପ୍ରାପ୍ତ ୧୮୦୧ ପଦବୀ ମଧ୍ୟରୁ ୧୦୯୦ ପଦବୀ ଖାଲି ପଡ଼ିଛି। କୃଷି ବିଭାଗରେ ମଧ୍ୟ ୨୮୨୧ ପଦବୀ ଖାଲି ପଡ଼ିଛି।

ଏଥିରୁ ସହଜରେ ବୁଝାପଡ଼ୁଛି ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ନିଯୁକ୍ତି କ୍ଷେତ୍ରରେ ସରକାରଙ୍କ ତତ୍ପରତା କେତେ ରହିଛି ? ରାଜ୍ୟର ଚାଷୀ ମାଗଣା ବିଦ୍ୟୁତ୍ ସେବା ପାଇବା ପାଇଁ ଦୀର୍ଘ ୨୪ ବର୍ଷ ଧରି ଚାତକ ପରି ଅପେକ୍ଷା ରଖିଥିଲେ ହେଁ ସେ ସଂପର୍କରେ ସରକାର ସଂପୂର୍ଣ୍ଣ ନୀରବ।

ସେହିପରି ମଧୁବାବୁ ପେନ୍‌ସନ୍ ଯୋଜନାରେ ଭତାଧାରୀମାନଙ୍କୁ ମାସକୁ ୫ଶହ ଟଙ୍କା ଅର୍ଥାତ୍ ଦିନକୁ ୧୬ ଟଙ୍କା ୬୬ପଇସା ଦେଇ ସରକାର ବଡ଼ କାମ କରୁଛନ୍ତି ବୋଲି ଭାବୁଛନ୍ତି। ପଡ଼ୋଶୀ ରାଜ୍ୟମାନଙ୍କରେ ମିଳୁଥିବା ଭତାର ପରିମାଣ ୧୫ଶହରୁ ୩ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ୫,୪୫୦ କୋଟି ଟଙ୍କା ବଜେଟ୍‌ରେ ପ୍ରାବଧାନ ରହିଛି, ଯାହା ସଂପୂର୍ଣ୍ଣଭାବେ ସିଧାସଳଖ କର୍ପୋରେଟ୍ ହସ୍ପିଟାଲ କର୍ତୃପକ୍ଷଙ୍କ ପକେଟ୍‌କୁ ଯାଉଛି ।

ଏହି କ୍ରମରେ ବିଭିନ୍ନ ଆର୍ଥିକ ବର୍ଷରେ ବ୍ୟୟବରାଦ କରାଯାଇଥିବା ଅର୍ଥରେ ରାଜ୍ୟର ୩୦ଗୋଟି ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତିଭୂମି ବିକାଶ ସହିତ ସରକାର ଦୀର୍ଘମିଆଦି ସୂତ୍ରରେ ମଲ୍ଟି ସୁପରସ୍ପେଶାଲିଷ୍ଟ ହସ୍ପିଟାଲ ସ୍ଥାପନ କରିପାରିଥାନ୍ତେ ଓ ସେଥିରେ ଗରିବ ଜନସାଧାରଣ ବିଶେଷ ଉପକୃତ ହୋଇପାରିଥାନ୍ତେ। ପରନ୍ତୁ ସରକାରଙ୍କ ଦୂରଦୃଷ୍ଟି ରହିତ ସ୍ୱାସ୍ଥ୍ୟ ଯୋଜନା ପାଇଁ ବେସରକାରୀ ହସ୍ପିଟାଲର ମାଲିକମାନେ ମାଲେମାଲ ହେଉଛନ୍ତି।

ଅପରପକ୍ଷରେ ସରକାର ରାଜ୍ୟରେ ୧୦ ପ୍ରତିଶତ ଅର୍ଥାତ୍ ୧କୋଟିରୁ ଊର୍ଦ୍ଧ୍ୱ ଲୋକ ଗରିବୀ ସୀମାରେଖା ବାହାରକୁ ଆସିଥିବା ତଥ୍ୟ ସାଧାରଣରେ ସନ୍ଦେହ ସୃଷ୍ଟି କରୁଛି। ଯେତେବେଳେ ୮୩ ପ୍ରତିଶତ ଲୋକଙ୍କୁ ସରକାର ମାଗଣା ଚାଉଳ ଦେଉଥିବା କଥା କହୁଛନ୍ତି, ସେତେବେଳେ ଏତେ ସଂଖ୍ୟକ ଗରିବ ସୀମାରେଖା ଉପରକୁ ଆସିଲେ କେମିତି ବୋଲି ଶ୍ରୀ କାନୁନ୍‌ଗୋ ପ୍ରଶ୍ନ କରିଛନ୍ତି।

ସେ କହିଛନ୍ତି ଯେ ସରକାରୀ ତଥ୍ୟ ଅନୁସାରେ ଓଡ଼ିଶା ଯେତେବେଳେ ରାଜସ୍ୱ ବଳକା ରାଜ୍ୟ ଭାବେ ଉଭା ହୋଇଛି, ସେତେବେଳେ ରାଜ୍ୟର ଋଣଭାର ୧ଲକ୍ଷ ୨୦ହଜାର କୋଟି ଟଙ୍କା କାହିଁକି ବୋଲି କହିିଥିଲେ। ରାଜ୍ୟର ୬୦ ପ୍ରତିଶତ ମହିଳା ଓ ଶିଶୁ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ମହିଳା ପୁଷ୍ଟି ଯୋଜନାରେ ୫୫୪ କୋଟି ଟଙ୍କା ବ୍ୟୟବରାଦ ଯାହା ସମୁଦ୍ରକୁ ଶଙ୍ଖେ ସଦୃଶ। ସେହିପରି ମିଶନ ଶକ୍ତି ଘର ନିର୍ମାଣ ପାଇଁ ୧୧୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ଯାହାକି ଦଳୀୟ ଠିକାଦାରଙ୍କୁ ପୋଷିବା ପାଇଁ ଉଦ୍ଦିଷ୍ଟ ବୋଲି ସେ କହିଥିଲେ।

କଂଗ୍ରେସ ଗଣମାଧ୍ୟମ ବିଭାଗର ସମ୍ପାଦକ ତଥା ମୁଖପାତ୍ର ପ୍ରଶାନ୍ତ ଶତପଥୀ କହିଥିଲେ ଯେ ଏହି କାମଚଳା ବଜେଟ୍‌ରେ ବେକାର ଯୁବବର୍ଗଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ରାଜ୍ୟର ୩୦ ଲକ୍ଷ ଯୁବା ପେଟପୋଷିବା ପାଇଁ ବାହାର ରାଜ୍ୟକୁ ଯାଉଛନ୍ତି ଓ ଅକଥନୀୟ ଅତ୍ୟାଚାରର ଶିକାର ହେଉଛନ୍ତି ଓ କେତେକ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ସରକାର ଏହି ବର୍ଗଙ୍କ ସ୍ୱାର୍ଥ ପ୍ରତି ସଂପୂର୍ଣ୍ଣ ଉଦାସୀନ ରହିବା ସେମାନଙ୍କ ପ୍ରତି ଘୋର ଅନ୍ୟାୟ। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କଂଗ୍ରେସ ମୁଖପାତ୍ର ରବୀନ୍ଦ୍ର ଆଚାର୍ଯ୍ୟ ଉପସ୍ଥିତ ଥିଲେ।

Congress Odisha Budget ଓଡିଶା ବଜେଟ କଂଗ୍ରେସ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Latest News

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.