Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ
ବିଶେଷ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

February 12, 2024No Comments5 Mins Read
Share Facebook Twitter LinkedIn Email WhatsApp Copy Link
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟିପର୍ଯ୍ୟାୟରେ ରାଜ୍ୟରେ ସ୍କୁଲ ରୂପାନ୍ତରିତ ହୋଇଛି । ଆଜି ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହେଲା ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି ।

ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି।

ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ଯୋଗଦେଇ କହିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଯାଜପୁରର କୋଣ ଅନୁକୋଣରେ ରହୁଥିବା ସାଧାରଣ ମଣିଷ ତାର ପିଲାର ଭଲ ପାଠପଢିବା ଚିନ୍ତାରୁ ମୁକ୍ତ ହୋଇଛି । ଗୋଟିଏ ସାଧାରଣ ଗରିବ ପିଲା ଆଜି ଭଲ ପାଠ ପଢିବା ପାଇଁ ଆଉ ସହରକୁ ଯିବାକୁ ପଡିବ ନାହିଁ । ଘର ପାଖରେ ମୁଖ୍ୟମନ୍ତ୍ରୀ ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓ 5T ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆଜି ଓଡିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତର ଆସିଛି ବୋଲି ସେ କହିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ରାଜ୍ୟର ପ୍ରତ୍ୟେକ ପିଲାଙ୍କୁ ମାଗଣାରେ ବହି, ମଧ୍ୟାହ୍ନ ଭୋଜନ ଓ ପୋଷାକ ଦିଆଯାଉଛି ଯାହା ଅନ୍ୟ ରାଜ୍ୟରେ ପ୍ରାୟତଃ ଦେଖାଯାଉ ନାହିଁ।

କେବଳ ପିଲାମାନଙ୍କ ପ୍ରତି ନୁହେଁ, ସମାଜର ସବୁ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇ ଜଣେ ଅନୁଭବି ଓ ଦରଦି ମଣିଷ ଭାବେ ମୁଖ୍ୟମନ୍ତ୍ରୀଙ୍କ ନାଁ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ଉତ୍ତମ ଶିକ୍ଷା ଦାନ ପାଇଁ ସବୁ ବ୍ୟବସ୍ଥା କରିଛନ୍ତି। ଉତ୍ତମ ଶିକ୍ଷାଦାନ ଦେଇ ଭଲ ମଣିଷ ତିଆରି କରିବା ପାଇଁ ଶିକ୍ଷକମାନଙ୍କୁ ଏହି ଅବସରରେ ସେମାନେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ 5T ରୂପାନ୍ତରଣ ସରକାରୀ ସ୍କୁଲଗୁଡିକର ଗୁରୁତ୍ୱ ବୃଦ୍ଧି କରିଛି । ଆଜି ଯାଜପୁରର ୮୭ଟି ବିଦ୍ୟାଳୟ ସହିତ ରାଜ୍ୟର ୩୦ଟି ଜିଲ୍ଲାରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଛି। ୨୦୨୧ ଫେବୃଆରୀ ମାସରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହା ଏକ କାର୍ଯ୍ୟକ୍ରମ ମଧ୍ୟରେ ସୀମିତ ନ ରହି ଏକ ଆନ୍ଦୋଳନରେ ପରିଣତ ହୋଇଥିଲା ।

ସମସ୍ତଙ୍କ ସହଯୋଗରେ ରାଜ୍ୟର ୮୬୮୧ଟି ସ୍କୁଲ ରୂପାନ୍ତରଣ ହୋଇଛି। ଏଗୁଡିକ ଆପଣମାନଙ୍କ ସମ୍ପତ୍ତି। ଏହାକୁ ନିଜର ସମ୍ପତ୍ତି ବୋଲି ଭାବି ଏହାର ରକ୍ଷଣାବେକ୍ଷଣ ଆପଣମାନେ କରିବେ। ପିଲାମାନଙ୍କୁ ଏହି ରୂପାନ୍ତରିତ ସ୍କୁଲରେ ଭଲ ପାଠ ପଢି ଉଜ୍ଜଳ ଭବିଷ୍ୟତ ଗଢିବା ପାଇଁ ପରାମର୍ଶ ଦେଇଥିଲେ।

5T ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ ସାହାସ ଦେଇଛନ୍ତି । ଏଥିପାଇଁ ସୁଯୋଗ ସୃଷ୍ଟି କରିଛନ୍ତି । ଏସବୁ ହେଉଛି ରାଜ୍ୟବାସୀଙ୍କ ସମ୍ପତ୍ତି । ସ୍କୁଲମାନଙ୍କରେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗକୁ ନିଜର ଭାବି ଭଲଭାବେ ରକ୍ଷଣାବେକ୍ଷଣ କରିବା ପାଇଁ ସେ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାର ରୂପାନ୍ତରଣ ହେଉଛି, ନୂଆ ଓଡିଶା ଗଠନର ଦୁଇଟି ଗୁରୁତ୍ବପୂର୍ଣ୍ଣ ଦିଗ। 5T ର ଉପଯୋଗରେ ଏହି ଦୁଇଟି ଯାକ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆସି ଆଜି ଓଡିଶା ଏକ ଉଦାହରଣୀୟ ସ୍ଥାନରେ ପହଞ୍ଚିଛି।

ମୁଖ୍ୟମନ୍ତ୍ରୀଙ୍କର ଏହି ଯୁଗାନ୍ତକାରୀ ପଦକ୍ଷପ ଯୋଗୁଁ ଆଜି ସବୁ ସ୍କୁଲର ରୂପାନ୍ତରଣ ହୋଇଛି । ସରକାରୀ ସ୍କୁଲରେ ଘରୋଇ ସ୍କୁଲର ବାତାବରଣ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ପ୍ରଚେଷ୍ଟା ବଳରେ ରାଜ୍ୟର ପିଲାମାନେ ଶିକ୍ଷା ମାଧ୍ୟମରେ ନିଶ୍ଚୟ ସଶକ୍ତ ହେବେ ବୋଲି ସେ କହିଥିଲେ ।

5T ସ୍କୁଲ ରୂପାନ୍ତର ସଂପର୍କରେ ଯାଜପୁର ଜିଲ୍ଲାର ଦଶମ ଶ୍ରେଣୀ ଛାତ୍ରୀ ସାଇକ୍ରିଷ୍ଣା ପଣ୍ଡା ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ 5T ରୂପାନ୍ତରଣ ଯୋଗୁ ଆଜି ଆମ ବିଦ୍ୟାଳୟର ପରିବେଶ ଓ ଶିକ୍ଷା ଭିତ୍ତିଭୂମି ସଂପୂର୍ଣ୍ଣ ଭିନ୍ନ ପରିଲକ୍ଷିତ ହେଉଛି। ଏହାକୁ ପ୍ରତ୍ୟକ୍ଷ ଭାବେ ନ ଦେଖିଲେ କେହି ବିଶ୍ବାସ କରିବେ ନାହିଁ । ସ୍କୁଲର ନୂଆ ପରିବେଶରେ ଆମକୁ ପାଠ ପଢିବା ପାଇଁ ବହୁତ ଭଲ ଲାଗୁଛି ଏବଂ ଭବିଷ୍ୟତରେ ଜଣେ ଡାକ୍ତର ହେବେ ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ସେ କୃତଜ୍ଞତା ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

5T School 5T ରେ ସ୍କୁଲ ରୂପାନ୍ତରଣ ସ୍କୁଲ ରୂପାନ୍ତରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Latest News

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.