Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

February 15, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁବର୍ଣ୍ଣପୁର।

ଉଦ୍‌ଘାଟନ ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡା ଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି ବୋଲି କହି ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢିବା ସହ ଚାଷୀ ଭାଇ ଭଉଣୀମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢାରେ ସୁବିଧା ହେବ ବୋଲି ସେ କହିଥିଲେ।

‘ଆମ ବସ୍‌ ଷ୍ଟାଣ୍ଡ’ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ବସ୍‌ ଷ୍ଟାଣ୍ଡଗୁଡିକ ବ୍ୟବସାୟ କେନ୍ଦ୍ର ଭାବେ ଧିରେ ଧିରେ ବିକଶିତ ହେବ ଏବଂ ଏହା ଦ୍ୱାରା ଅର୍ଥନୈତିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଇବ। ସେ ଆହୁରି ମଧ୍ୟ କହିଥିଲେ ଯେ ସାଧାରଣ ପରିବହନ ଭିତ୍ତିଭୂମିକୁ ମଜବୁତ୍‌ କରିବା ସହିତ ଲୋକମାନେ ଯେପରି ଏହି ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବେ ସେଥିପାଇଁ ସମସ୍ତଙ୍କୁ ସଚେତନ କରିବା ଆବଶ୍ୟକ। ନୂଆ ବସ୍‌ ଷ୍ଟାଣ୍ଡରେ ଲୋକମାନଙ୍କର ସୁରକ୍ଷା ସହିତ ସେଠାରେ ଉପଲବ୍ଧ ସାଧାରଣ ସୁବିଧା ସୁଯୋଗର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଭାଗ ନେଇ ତୃତୀୟ ମହଲା କନଫରେନ୍‌ସ ହଲରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ନୂଆପଡାଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦିପ କୁମାର ଅମାତ୍‌ ନୂଆ ବସ୍‌ ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍‌ ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଗୋଟିଏ ସହରର ପରିଚୟ ସୃଷ୍ଟି ପାଇଁ ବସ୍‌ ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ଏହି ବସ୍‌ ଷ୍ଟାଣ୍ଡ ଗୁଡିକ ଆପଣମାନଙ୍କର ସମ୍ପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ। ଏଥି ସହିତ ବିଭିନ୍ନ ଅଞ୍ଚଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟି ଉପକ୍ରମରେ ନିଆଯାଇଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ଭୋଗରାଇଠାରେ ବିଧାୟକ ଅନନ୍ତ ଦାସ, ସିମିଳିଗୁଡାଠାରେ ବିଧାୟକ ରଘୁରାମ ପଡାଲ, ବିରମହାରାଜପୁରଠାରେ ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ କହିଥିଲେ ଯେ ନୂଆ ବସ୍‌ ଷ୍ଟାଣ୍ଡ ଦ୍ୱାରା ସାଧାରଣ ଲୋକଙ୍କର ଗମନାଗମନ ବ୍ୟବସ୍ଥାରେ ଯେଉଁ ଅସୁବିଧା ଥିଲା ତାହା ଦୂର ହୋଇଛି। ଜନସାଧାରଣଙ୍କ ପାଇଁ ଏଭଳି ସୁବିଧା ସୁଯୋଗ ଆଣିଦେଇଥିବା ହେତୁ ମୁଖ୍ୟମନ୍ତ୍ରୀ ଓ ୫-ଟି, ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ନୂଆଗଡ ‘ଆମ ବସ୍‌ ଷ୍ଟାଣ୍ଡ’ରୁ ସ୍ଥାନୀୟ ବାସିନ୍ଦା ଆର୍ମିଏଲ ଏଡ୍‌ଲା ଏବଂ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଯୁକ୍ତ ୩ ଛାତ୍ରୀ ଲକି ସାହୁ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଆମ ମୁଖ୍ୟମନ୍ତ୍ରୀ ଏଭଳି ଆମ ପାଇଁ ବସ୍‌ ଷ୍ଟାଣ୍ଡ କରିଛନ୍ତି ଯାହା ବଡ ବଡ ସହରରେ ଦେଖିବାକୁ ମିଳିଥାଏ। ଏଥିପାଇଁ ଆମେ ବହୁତ ଖୁସୀ ଓ କୃତଜ୍ଞ। ଲକି ସାହୁ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଜରିଆରେ ମୋ ଭଳି ଅନେକ ଛାତ୍ରଛାତ୍ରୀଙ୍କର ସ୍କୁଲ କଲେଜ ଯିବା ଆସିବା ସମସ୍ୟା ଦୂର ହୋଇଛି ଏବଂ ଗରୀବ ଘରର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଏକ ବହୁତ ବଡ ଉପହାର ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ OSRTCର CMD ଦିପ୍ତେଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Laxmi Yojana naveen pattanaik ନବୀନ ପଟ୍ଟନାୟକ ଲକ୍ଷ୍ମୀ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026
Latest News

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

ହୋଟେଲ ଏବଂ ରେଷ୍ଟୁରାଣ୍ଟରେ “ଏଲପିଜି ଚାର୍ଜ” କୁ ବେଆଇନ କହିଲେ ସରକାର: ଲାଗୁ କଲେ ନିଷେଧାଦେଶ

March 25, 2026

କ’ଣ ଏଲପିଜି ରିଫିଲ୍‌ ବୁକିଂ ସମୟସୀମା ୪୫ ଦିନ?: ସ୍ପଷ୍ଟିକରଣ ଦେଲେ ସରକାର

March 25, 2026

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.