Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶିଳ୍ପ କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଓଡ଼ିଶା ଆଗରେ: ବିଜେଡ଼ି
ବିଶେଷ ଖବର

ଶିଳ୍ପ କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଓଡ଼ିଶା ଆଗରେ: ବିଜେଡ଼ି

February 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିଳ୍ପାୟନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରି ଥିବାରୁ ଓଡ଼ିଶାରେ ଗତ ୭ ବର୍ଷ ମଧ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଇଭି ଯାନ, ପ୍ଲାଷ୍ଟିକ ଓ କେମିକାଲ, ପର୍ଯ୍ୟଟନ ତଥା ମେଟାଲ ଡାଉନଷ୍ଟ୍ରିମ ଶିଳ୍ପ କ୍ଷେତ୍ରରେ ୧୧.୬୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଫଳରେ ୭ ଲକ୍ଷରୁ ଉର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି ବୋଲି ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡ଼ି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର।

ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଆରବିଆଇ ରିପୋର୍ଟ ଅନୁଯାୟୀ ପୁଞ୍ଜି ନିବେଶ କ୍ଷେତ୍ରରେ ସର୍ବଭାରତୀୟ ସ୍ତରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଥିବା ବେଳେ ସିଏମ୍‌ଆଇ ଓ ସିଆଇଆଇ ରିପୋର୍ଟରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଗତ ୭ ବର୍ଷ ଭିତରେ ରପ୍ତାନୀ ପରିମାଣ ପାଖାପାଖି ଦୁଇ ଗୁଣ ହୋଇପାରିଛି। ଗଲା ଦୁଇ ଦଶନ୍ଧି ମଧ୍ୟରେ ସିମେଣ୍ଟ ଉତ୍ପାଦନ ୨୨ ଗୁଣା ବୃଦ୍ଧି ହେବା ସହ ଷ୍ଟିଲ ଉତ୍ପାଦନରେ ପ୍ରାୟ ୧୫ ଗୁଣା ବୃଦ୍ଧି ହୋଇପାରିଛି।

ଟେକ୍ସଟାଇଲ, କେମିକାଲ, ପ୍ଲାଷ୍ଟିକ, ଗ୍ରୀନ ହାଇଡ୍ରୋଜେନ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ବହୁ ବଡ଼ ବଡ଼ ପୁଞ୍ଜିନିବେଶକାରୀ ଆଜି ଓଡ଼ିଶାରେ ପୁଞ୍ଜିନିବେଶ କରୁଛନ୍ତି। ବନ୍ଦର ପରିଚାଳନା କ୍ଷମତା ୨୦ ମେଟ୍ରିକ ଟନରୁ ବୃଦ୍ଧି ପାଇ ଆଜି ୧୭୬ ମେଟ୍ରିକ ଟନ୍‌ରେ ପହଞ୍ଚିପାରିଛି। ରାଜ୍ୟର ଯୁବଶକ୍ତିର ଦକ୍ଷତା ବିକାଶକୁ ଗୁରୁତ୍ୱ ଦେବା ଫଳରେ ନୂତନ ପୁଞ୍ଜିନିବେଶକାରୀ ମାନେ ରାଜ୍ୟର ‘ଦକ୍ଷତା ବିକାଶ ବିଭାଗ’ ସହିତ ସମନ୍ୱୟ ରକ୍ଷା କରି ‘ସ୍କିଲ୍‌ଡ ଇନ୍ ଓଡ଼ିଶା’ ଯୁବଶକ୍ତିକୁ ନିଯୁକ୍ତି ମିଳିପାରୁଛି। ଶାସନରେ ସ୍ୱଚ୍ଛତା ଅବଲମ୍ବନ କରାଯିବା ଫଳରେ ରାଜସ୍ୱ ବଳକା ରାଜ୍ୟ ହେବା ସହ ଓଡ଼ିଶା ଆଜି ଆର୍ଥିକ ପରିଚାଳନାରେ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିପାରିଛି।

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଓ ସୁଶାସନ ଲାଗି ବହୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ନିବେଶକମାନେ ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ଆକୃଷ୍ଟ ହେଉଛନ୍ତି। ରାଜ୍ୟ ଅର୍ଥନୀତିର ରୂପରେଖ ବଦଳିଛି। ବ୍ୟାପକ ଶିଳ୍ପାୟନ ପାଇଁ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଲାଗି ଆଜି ଓଡ଼ିଶା ଅର୍ଥନୀତିକୁ ଶିଳ୍ପ କ୍ଷେତ୍ରରୁ ୪୧.୩ ପ୍ରତିଶତ ରାଜସ୍ୱ ମିଳିପାରୁଛି, ଯାହାକି ଅନ୍ୟ ରାଜ୍ୟ ଓ ଜାତୀୟ ସ୍ତରରେ ଶିଳ୍ପ କ୍ଷେତ୍ରରୁ ୨୮.୫ ପ୍ରତିଶତ ରାଜସ୍ୱ ମିଳୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ରୂପାନ୍ତରଣ ଯାତ୍ରା କ୍ଷୀପ୍ର ଗତିରେ ଆଗେଇ ଚାଲିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ଅନ୍ୟତମ ଜାତୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ଉପସ୍ଥିତ ଥିଲେ।

ଓଡିଶା ବିଜେଡି ସଂତୃପ୍ତ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.