Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୪୪ ଲକ୍ଷରୁ ଅଧିକ ଲୋକ ହେବେ ଉପକୃତ
ବିଶେଷ ଖବର

୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୪୪ ଲକ୍ଷରୁ ଅଧିକ ଲୋକ ହେବେ ଉପକୃତ

February 19, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ, ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ, ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୭୦୦ଟି ପଞ୍ଚାୟତରେ ୨୦୫ଟି ବସ୍‌ ଚାଲିଲା। ଏହା ଦ୍ୱାରା ୪୪ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ସୁବର୍ଣ୍ଣପୁରର ୧୦୨ଟି ପଞ୍ଚାୟତରେ ୫୮ଟି ବସ୍‌ ଚାଲିଲା ଏବଂ ୫ ଲକ୍ଷ ୭୩ ହଜାର ଲୋକ ଉପକୃତ ହେଲେ। କଟକର ୨୬୧ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଏବଂ ୧୮ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ। ଝାରସୁଗୁଡାର ୭୬ଟି ପଞ୍ଚାୟତରେ ୧୬ଟି ବସ୍‌ ଚାଲିଲା ଏବଂ ୫ ଲକ୍ଷ ୬୨ ହଜାର ଲୋକ ଉପକୃତ ହେଲେ। କନ୍ଧମାଳର ୧୬୪ଟି ପଞ୍ଚାୟତରେ ୫୨ଟି ବସ୍‌ ଚାଲିଲା ଏବଂ ୭ ଲକ୍ଷ ୩ ହଜାର ଲୋକ ଉପକୃତ ହେଲେ। ସେହିଭଳି ସମ୍ବଲପୁରର ୯୭ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ୭ ଲକ୍ଷ ୨୮ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍‌ କେବଳ ଏକ ବସ୍‌ ସେବା ନୁହେଁ, ଗ୍ରାମାଞ୍ଚଳ ମହିଳା ମାନଙ୍କୁ ସଶକ୍ତ ଓ ସମୃଦ୍ଧ କରିବା ଦିଗରେ ମୁଖ୍ୟମନ୍ତୀଙ୍କର ଏକ ସଫଳତମ ପ୍ରଚେଷ୍ଟା। ବିଭିନ୍ନ ଯୋଜନା ମାଧ୍ୟମରେ ମହିଳା ମାନଙ୍କ ଦକ୍ଷତାର ପରିପ୍ରକାଶ ପାଇଁ ସଯୋଗ ସୃଷ୍ଟି କରିଛନ୍ତି ଆମର ପ୍ରିୟ ମୁଖ୍ୟମନ୍ତୀ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ପଦ୍ମନାଭ ବେହେରା, କଟକରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଚନ୍ଦ୍ରସାରଥି ବେହେରା, ଝାରସୁଗୁଡାରେ ବିଧାୟିକା ଦିପାଳୀ ଦାସ, ବିଧାୟିକା ଅଳକା ମହାନ୍ତି, କନ୍ଧମାଳରେ ସାଂସଦ ଅଚ୍ୟୁତ ସାମନ୍ତ ଏବଂ ବିଧାୟକ ଚକ୍ରମଣି କହଁର ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଆଜି ରାଜ୍ୟରେ କେବଳ ଗମନାଗମନ ନୁହେଁ, ସ୍ବାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି – ସବୁ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି। ୫-ଟି କେବଳ ଏକ ମନ୍ତ୍ର ନୁହେଁ, ମ୍ୟାଜିକ ଭାବରେ କାମ କରିଛି ଓଡିଶାର ରୂପାନ୍ତରରେ। ଏକ ସଶକ୍ତ ଓ ନୂତନ ଓଡିଶା ଗଠନ ଦିଗରେ ଲକ୍ଷ୍ମୀ ବସ୍‌ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏହାଦ୍ବାରା ଗ୍ରାମାଞ୍ଚଳରେ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ବିକାଶ ଘଟିବ ବୋଲି ସେମାନେ କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଥିଲେ ଯେ ଏକ ନମ୍ବର ସ୍ଥାନରେ ଅଧିଷ୍ଠିତ ହେବାକୁ ହେଲେ, କଠିନ ପରିଶ୍ରମ ଓ ତ୍ୟାଗ ଦରକାର। ମୁଖ୍ୟମନ୍ତ୍ରୀ ହେଉଛନ୍ତି ତାର ପ୍ରକୃଷ୍ଟ ଉଦାହରଣ। ଗତ ୨୪ ବର୍ଷ ଧରି ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ସ୍ଥାନରେ ରହିଛନ୍ତି, ଆମର ପ୍ରିୟ ମୁଖ୍ୟମନ୍ତ୍ରୀ। ଏଥିପାଇଁ ତାଙ୍କ ପରିଶ୍ରମ ଓ ତ୍ୟାଗର ତୁଳନା ନାହିଁ। ଏଥିସହିତ ସମ୍ବଲପୁର ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ସମ୍ବଲପୁରରୁ ପୁରୀ ସପ୍ତାହକୁ ଦୁଇ ଦିନ ଯିବାଆସିବା କରୁଥିବା ଶ୍ରୀ ଜଗନ୍ନାଥ ଏକ୍‌ସପ୍ରେସ, ଫେବୃଆରୀ ୨୫ ତାରିଖରୁ ସବୁ ଦିନ ଚାଲିବ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

odisha cm
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025

ସୋଆ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍‌’ ଶୀର୍ଷକ କର୍ମଶାଳା

September 17, 2025
Latest News

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.