Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ,୧୭୯୮ ଜଣଙ୍କୁ ପୁରସ୍କାର
ବିଶେଷ ଖବର

ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ,୧୭୯୮ ଜଣଙ୍କୁ ପୁରସ୍କାର

February 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
sikhya
ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ,୧୭୯୮ ଜଣଙ୍କୁ ପୁରସ୍କାର

ଭୁବନେଶ୍ୱର: ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ କ୍ୟାପିଟାଲ ହାଇସ୍କୁଲରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓଡ଼ିଶା ସରକାରଙ୍କ ଏକ ଅଭିନବ କାର୍ଯ୍ୟକ୍ରମ। ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷାର୍ଥୀ, ଶିକ୍ଷକ, ଗ୍ରାମ ପଞ୍ଚାୟତ, ବିଦ୍ୟାଳୟ, ବ୍ଲକ, ଆଲୁମିନ୍, ଏସ୍ଏମ୍‌ସି, ବିଇଓ, ଜିଲ୍ଲାକୁ ପୁରସ୍କୃତ କରାଯାଇ ଅନ୍ୟମାନଙ୍କୁ ଅଭିପ୍ରେରିତ କରିବା ଏହାର ଲକ୍ଷ୍ୟ। ଗୁଣାତ୍ମକ ଶିକ୍ଷାର ଲକ୍ଷ୍ୟ ହାସଲ ନିମନ୍ତେ ସମଗ୍ର ଭାରତବର୍ଷରେ ଏହା ଅଦ୍ବିତୀୟ କାର୍ଯ୍ୟକ୍ରମ।

ଏହି ପୁରସ୍କାର ଅନ୍ତର୍ଗତ ଅଭିନବ କାର୍ଯ୍ୟ ପ୍ରଦର୍ଶନ କରୁଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନଗୁଡ଼ିକୁ ସ୍ବୀକୃତି ଦେବା ସହ ସଫଳତାର ସହିତ ହାଇସ୍କୁଲ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଶିକ୍ଷାର୍ଥୀମାନଙ୍କୁ ପୁରସ୍କୃତ କରି ଆଗକୁ ବଢିବାରେ ସହାୟତା ଓ ଉତ୍ସାହ ଦେବା ଏହାର ଏକମାତ୍ର ଲକ୍ଷ୍ୟ। ବିଦ୍ୟାଳୟ ଏବଂ ଶିକ୍ଷାର୍ଥୀମାନଙ୍କ ସର୍ବାଙ୍ଗୀନ ବିକାଶ କରିବା ଓ ଶିକ୍ଷାର୍ଥୀଙ୍କୁ ଭବିଷ୍ୟତ ମାର୍ଗଦର୍ଶନ କରିବାକୁ ପ୍ରେରଣା ଦେବା ପାଇଁ ଏହି ପୁରସ୍କାର ପ୍ରଚଳନ କରାଯାଇଛି।

ଆମର ମୁଖ୍ୟମନ୍ତ୍ରୀଙ୍କର ଦିଗ୍‌ଦର୍ଶନ ଓ ଶିକ୍ଷାକୁ ଆଗକୁ ନେବା ପାଇଁ ତାଙ୍କର ସ୍ୱପ୍ନକୁ ସଫଳ ରୂପାୟନ କରିବା ପାଇଁ ଏହି ପୁରସ୍କାର ସହାୟକ ହେବ ଏଥିରେ ସନ୍ଦେହ ନାହିଁ। ମୁଖ୍ୟମନ୍ତ୍ରୀ ଗତ ଜାନୁଆରୀ ମାସ ୩୧ ତାରିଖରେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଅନେକ ଅନୁଷ୍ଠାନ ଓ ସଫଳ ଶିକ୍ଷାର୍ଥୀଙ୍କୁ ପୁରସ୍କୃତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ଭୁବନେଶ୍ୱର ବ୍ଲକ ଶିକ୍ଷା ଅଧିକାରୀଙ୍କ ସହ ବିଭିନ୍ନ ପ୍ରତିଭାଧାରୀ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାର୍ଥୀ ପୁରସ୍କୃତ ହୋଇଛନ୍ତି।

ଆଜି ଏହି ମର୍ମରେ ଖୋରଧା ଜିଲ୍ଲାର ଆଜି ସମୁଦାୟ ୧୭୯୮ ଜଣ ବିଦ୍ୟାର୍ଥୀ, ପ୍ରଧାନଶିକ୍ଷକ, ଗୋଷ୍ଠୀ ଶିକ୍ଷାଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ, ବିଦ୍ୟାଳୟ, ବିଦ୍ୟାଳୟ ପରିଚାଳନା କମିଟି, ଆଲୁମିନି କମିଟି, ପଞ୍ଚାୟତ, ବ୍ଲକ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ମଧ୍ୟ ପୁରସ୍କୃତ ଦେବାକୁ ମନୋନୀତ ହୋଇଛନ୍ତି।

ଏହି ଅବସରରେ ଆୟୋଜିତ ଉତ୍ସବରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳା ରଣା ଅଧ୍ୟକ୍ଷତା କରିଥିବା ବେଳେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ରୂପଶ୍ରୀ ରାଣୀ ଗୁମାନସିଂ, ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ,ଭୁବନେଶ୍ୱର-ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର-ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତି, ଉପଜିଲ୍ଲାପାଳ ଶ୍ରୀ ଚିନ୍ମୟ ଆଚାର୍ଯ୍ୟ, ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ତାପସ କୁମାର ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। କଠିନ ପରିଶ୍ରମ କରିବା ସହ ଆତ୍ମବିଶ୍ୱାସ ବୃଦ୍ଧି କରିବାକୁ ଛାତ୍ରଛାତ୍ରୀ ମାନଙ୍କୁ ସେମାନେ ପରାମର୍ଶ ଦେଇଥିଲେ।

ଶୃଙ୍ଖଳା ଓ ଗୁରୁଜନ ମାନଙ୍କୁ ଉତ୍ତମ ସମ୍ମାନ ପ୍ରଦାନ ସମାଜରେ ନିଜକୁ ପ୍ରତିଷ୍ଠିତ କରାଇବାରେ ସହାୟକ ହୋଇଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ ପୂର୍ବକ ଯୋଗ ଦେଇଥିବା ବିଦ୍ୟାର୍ଥି ଓ ଶିକ୍ଷକଙ୍କୁ ଉତ୍ସାହିତ କରିଥିଲେ। ସମ୍ମାନ ମିଳିବ, ଉତ୍ସାହ ବୃଦ୍ଧି ଓ ଶିକ୍ଷା ରେ ଆଗ୍ରହ ଆଣିବା ପାଇଁ ସରକାରଙ୍କ ଏହା ଏକ ଅଭିନବ ପ୍ରୟାସ ବୋଲି ଅତିଥି ମାନେ ଉଲ୍ଲେଖ କରିଥିଲେ। ଅତିଥିମାନେ ପ୍ରତ୍ୟେକ ପୁରସ୍କାରଧାରୀଙ୍କୁ ମାନପତ୍ର, ଟ୍ରଫି ପ୍ରଦାନ କରିଥିଲେ। ପୁରସ୍କାର ବାବଦରେ ନିର୍ଦ୍ଧାରିତ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପାଇଁ ଘୋଷଣା କରାଯାଇଥିଲା l ଏହି ପୁରସ୍କାର ନିଶ୍ଚିତ ଭାବେ ସଫଳ ଶିକ୍ଷାର୍ଥୀ, ବିଦ୍ୟାଳୟ, ଗ୍ରାମ ପଞ୍ଚାୟତ, ଏସ୍ଏମ୍‌ସି ପ୍ରଭୃତିକୁ ଅଧିକରୁ ଅଧୁକ ଆଗେଇବା ପାଇଁ ପ୍ରେରଣା ଓ ଉତ୍ସାହ ଯୋଗାଇବ।

ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ବନାଥ ତରାଇ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।

khordha ଖୋର୍ଦ୍ଧା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.