ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଜନଜାତିଙ୍କ ଉପରେ ଥିବା ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ

Published: Feb 21, 2024, 3:41 pm IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ।

ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି।

ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

Related posts